Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଣୀ ଭି ସୁଜ୍ଞାନ କୁମାରୀ ଦେଓଙ୍କ ଚେନ୍ନାଇରେ ପରଲୋକ, ଥିଲେ 10 ଥର ବିଧାୟିକା

ଭୁବନେଶ୍ବର: ଗତକାଲି ରାତିରେ ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି ସୁଜ୍ଞାନ କୁମାର ଦେଓଙ୍କ ପରଲୋକ ହୋଇଯାଇଛି। ସେ ଅସୁସ୍ଥ ହୋଇ ଚେନ୍ନାଇର ଏକ ହସପଟିଲାରେ ଚିକିତ୍ସିତ ହେଉଥିଲେ। ଗତକାଲି ରାତି 12 ଟା 55 ମିନିଟରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 87 ବର୍ଷ ବୟସ ହୋଇଥିଲା।

ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଦେଖିବା ପାଇଁ ଗତକାଲି ରାତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଗସ୍ତ କରିଥିଲେ। ସେ ଡାକ୍ତରଙ୍କ ସହିତ ଆଲୋଚନା କରିଥିଲେ। ସେତେବେଳେ ତାଙ୍କର ଅବସ୍ଥା ଗୁରୁତର ଥିଲା ବୋଲି ଡାକ୍ତରମାନେ ସୂଚନା ଦେଇଥିଲେ।

ଓଡିଶା ରାଜନୀତିର ଜଣେ ପ୍ରମୁଖ ତଥା ବିଶେଷ ବ୍ୟକ୍ତିତ୍ବ ହେଉଛନ୍ତି ଭି ସୁଜ୍ଞାନ କୁମାରୀ ଦେଓ। ସେ 10 ଥର ଗଂଜାମ ଜିଲ୍ଲାରୁ ନିର୍ବାଚିତ ହୋଇ ବିଧାୟିକା ହୋଇଛନ୍ତି। 1961 ମସିହାରେ ଖଲ୍ଲିକୋଟ ଆସନରୁ ସେ ପ୍ରଥମେ କଂଗ୍ରେସରୁ ନିର୍ବାଚିତ ହୋଇ ବିଧାୟିକା ହୋଇଥିଲେ।

ଏହାପରେ ସେ ଗୋଟିଏ ଥର ଛାଡି ଦେଲେ କ୍ରମାଗତ ଭାବେ ଖଲ୍ଲିକୋଟ ଏବଂ କବି ସୂର୍ଯ୍ୟ ନଗରରୁ ଜିତି ଆସିଛନ୍ତି। ସେ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ଆସିଛନ୍ତି। ସେ ଖଲ୍ଲିକୋଟରୁ ଆଠ ଥର ଏବଂ କବି ସୂର୍ଯ୍ୟନଗରରୁ ଦୁଇଥର ବିଧାୟକ ହୋଇଛନ୍ତି। ତାଙ୍କ ବିୟୋଗରେ ଓଡିଶା ରାଜନୀତିରେ ଶୋକର ଛାୟା ଖେଳିଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା: ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବେ

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି। ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି।

ସୂଚନାଯୋଗ୍ୟ ଯେ, ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।