ଚାକିରିରୁ ଇସ୍ତଫା ଦେଲେ କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ। ଆଜି ସେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁଳପତି ପଦ ଛାଡ଼ିବା ସହ ସରକାରୀ ଚାକିରିରୁ ଇସ୍ତଫା ଦେଇଛନ୍ତି। ଚଳିତ ମାସରେ ତାଙ୍କର ଚାକିରିର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହୋଇଥାନ୍ତା, ତେବେ ତା’ପୂର୍ବରୁ ସେ ଇସ୍ତଫା ଦେଇ ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟପାଳଙ୍କ ପାଖକୁ ଡାକ ଯୋଗେ ପଠାଇଥିବା ଜଣାପଡ଼ିଛି। ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କିଛି ଦିନ ତଳେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ପଶୁପାଳକ ତାଙ୍କ ପଦବୀର ଅପବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି ହୋଇଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।