Categories
ଆଜିର ଖବର ଜାତୀୟ ଖବର

ଦେଶରେ ୬୯, ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୯୧୨ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଆଜି ଦେଶରେ ୬୯, ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଆକ୍ରାନ୍ତ ଙ୍କ ସଂଖ୍ୟା ୩୦ଲକ୍ଷ ୪୪ ହଜାର ୯୪୧ରେ ପହଞ୍ଚିଥିବାବେଳେ ୭ ଲକ୍ଷ ୭ ହଜାର ୬୬୮ ଜଣ ଚିକିତ୍ସାଧୀନ ଅଛନ୍ତି। କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୨ଲକ୍ଷ ୮୦ହଜାର ୫୬୭ରେ ପହଞ୍ଚିଛି।

ସେହିପରି ଦେଶରେ ଆଜି କରୋନାରେ ୯୧୨ ଜଣ ମୃତ୍ୟୁବରଣ କରିଛନ୍ତି। ତେବେ ଦେଶରେ କୋରୋନଜନିତ ମୋଟ ମୃତ୍ୟୁ ସଂଖ୍ୟା ୫୬,୭୦୬ କୁ ବୃଦ୍ଧି ହୋଇଛି। ମହାରାଷ୍ଟ୍ର ସର୍ବାଧିକ ୨୧ ହଜାର ୯୯୫ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ତାମିଲନାଡୁରେ ୬୪୨୦, କର୍ଣ୍ଣାଟକରେ ୪୬୧୫, ଦିଲ୍ଲୀରେ ୪୨୮୪ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର

ଭାରତରେ 25 ଛୁଇଁଲା କରୋନା ଜନିତ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା 25କୁ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଭାରତରେ 1040 କରୋନା ମାମଲା ସାମ୍ନାକୁ ଆସିଥିବାବେଳେ  928 ଜଣ ଏବେ ଏହି ରୋଗରେ ସକ୍ରିୟ ରହିଛନ୍ତି । ସେହିପରି 86 ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।  ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହା ତଳକୁ କେରଳ ରହିଛି । ମହାରାଷ୍ଟ୍ରରେ 193 ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ 6 ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି କେରଳରେ 182 ଜଣ ଆକ୍ରାନ୍ତ ହୋଇଥିବାବେଳେ ଜଣକର ମୃତ୍ୟୁ ହୋଇଛି । ସେହିପରି କର୍ଣ୍ଣାଟକରେ ତିନିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁଜୁରାଟରେ ପାଞ୍ଚଜଣଙ୍କର ଜମ୍ମୁକାଶ୍ମୀରରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ଯୋଗୁଁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଥିବାବେଳେ ଏନେଇ କରୋନା ନେଇ ଗୁଜବ ପ୍ରସାରିତ କରୁଥିବା ଅଭିଯୋଗରେ ମହାରାଷ୍ଟ୍ରରେ 36ଟି ମାମଲା ରୁଜୁ ହୋଇଛି। (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର

କେରଳରୁ ପ୍ରଥମ ମୁଣ୍ଡ ନେଲା କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୯୦୦ ଡେଇଁଲା

କେରଳ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୯୦୦ ଡେଇଁ ଯାଇଥିବା ବେଳେ କେରଳରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ ହୋଇଛି।  ସାରା ଭାରତରେ କରୋନା ମୃତ୍ୟୁ ୨୦ରେ ପହଞ୍ଚିଛି। କରୋନା ମୁକାବିଲା ପାଇଁ ଦେଶରେ ଲକ୍‌ ଡାଉନ୍ ଜାରି ହୋଇଥିବାବେଳେ ଆଜି ଏହା ଚତୁର୍ଥ ଦିନରେ ପହଞ୍ଚିଛି।

ଲକ୍‌ଡାଉନ୍ ଯୋଗୁଁ ଦେଶର ବିଭିନ୍ନ ଅଂଶରେ ଖଟିଖିଆ ତଥା ଶ୍ରମିକମାନେ ନିଜ ଭିଟାମାଟିକୁ ପଳାୟନ କରୁଛନ୍ତି। ଏହି ଖଟିଖିଆ ତଥା ଶ୍ରମିକମାନେ ପାଦରେ ଚାଲି ଚାଲି ନିଜ ଘରକୁ ଫେରୁଛନ୍ତି। ଏନେଇ ଏକ ଜନହିତ ଯାଚିକା ସୁପ୍ରିମକୋର୍ଟରେ ଦାଖଲ କରାଯାଇଛି। ଏହି ଲୋକମାନଙ୍କୁ ବିଭିନ୍ନ ସ୍ଥାନରେ ଆଶ୍ରୟସ୍ଥଳରେ ରଖିବା ସହ ସେମାନଙ୍କ ପାଇଁ ସମସ୍ତ ସୁବିଧା କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେବା ପାଇଁ କୋର୍ଟରେ ଅପିଲ୍‌ କରାଯାଇଛି।

ସୂଚନାଯୋଗ୍ୟ, ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତ କେରଳରୁ ହିଁ ଚିହ୍ନଟ ହୋଇଛନ୍ତି। କେରଳ ପଛକୁ ମହାରାଷ୍ଟ୍ର ରହିଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୬ରେ ପହଞ୍ଚିଛି। ବର୍ତ୍ତମାନ ସାରା ଦେଶରେ ୮୦୩ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବାବେଳେ ୮୩ ଜଣ ସୁସ୍ଥ ହୋଇ ଫେରିଯାଇଛନ୍ତି।

ସେହିପରି ମହାରାଷ୍ଟ୍ରରେ ଚାରି, ଗୁଜୁରାଟ ଓ କର୍ଣ୍ଣାଟକରେ ତିନି, ମଧ୍ୟପ୍ରଦେଶରେ ଦୁଇ, ତାମିଲନାଡୁ, ବିହାର, ପଞ୍ଜାବ, ଦିଲ୍ଲୀ, ପଶ୍ଚିମ ବଙ୍ଗ, ଜମ୍ମୁକାଶ୍ମୀର ଓ ହିମାଚଳ ପ୍ରଦେଶରେ ଜଣେ ଜଣେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି। ଦେଶରେ ସର୍ବାଧିକ ମହାରାଷ୍ଟ୍ରରେ ଚାରିଜଣଙ୍କର କରୋନା ଜନିତ ମୃତ୍ୟୁ ଘଟିଛି। ଭାରତରେ କରୋନା ଦ୍ବିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ଏହା ଯେପରି ତୃତୀୟ ଷ୍ଟେଜ୍‌କୁ ନ ବ୍ୟାପେ ସେଥିପାଇଁ ସାମାଜିକ ଦୂରତ୍ବ ଓ ସଙ୍ଗରୋଧକୁ ବେଶ୍‌ କଡାକଡି କରାଯାଇଛି।  (ଏଜେନ୍ସି)