Categories
ଆଜିର ଖବର

ପୁଣି ଭାଇରାଲ ହେଲା ମ୍ୟାଟ୍ରିକ୍‌ ପ୍ରଶ୍ନପତ୍ର

ପୁଣି ଭାଇରାଲ୍‌ ହେଲା ମାଟ୍ରିକ୍‌ ପ୍ରଶ୍ନପତ୍ର । ଗତ ୨୨ ତାରିଖ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ଦିନ ମାତୃଭାଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ପୁନର୍ବାର ଆଜି  ଇଂରାଜୀ ପରୀକ୍ଷାର ପ୍ରଶ୍ନପତ୍ର ମଧ୍ୟ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ବଲାଙ୍ଗିର ଜିଲ୍ଲାରେ ଏହି ପ୍ରଶ୍ନପତ୍ର ଭାଇରାଲ ହୋଇଥିବା କୁହାଯାଉଛି। ପରୀକ୍ଷା ଚାଲିଥିବା ବେଳେ ‘ସେଟ୍‌- ଏ’ ପ୍ରଶ୍ନପତ୍ର ସୋଶାଲ ମିଡିଆରେ ଘୁରି ବୁଲୁଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ୨୨ ତାରିଖରେ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ପ୍ରଥମ ଦିନ ଥିଲା ମାତୃଭାଷା ପରୀକ୍ଷା। ତେବେ ପରୀକ୍ଷା ଚାଲିଥିବା ବେଳେ ନୂଆପଡ଼ା, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାରେ ପ୍ରଶ୍ନପତ୍ର ସୋଶାଲ ମିଡିଆରେ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ବଚ୍ଛ ଓ ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଓ ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ପୁଣିଥରେ ପ୍ରଶ୍ନପତ୍ର ପ୍ରଘଟ  ବୋର୍ଡ କର୍ତ୍ତୃପକ୍ଷ ଉପରକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।