Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ଚଳିତ ବର୍ଷ ୫୭ ଗୋଟି ଠିପି ଖୋଲା ମଦ ଦୋକାନ ବନ୍ଦ ହେବ, ଅବକାରୀ ବିଭାଗର ନିଷ୍ପତି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି । ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ ରଖା ଯାଇଛି।

• ଚଳିତ ଆର୍ଥିକ ବର୍ଷରେ କୌଣସି ନୂଆ IMFL OFF shop / CL shop /OS shop ଖୋଲାଯିବା ନାହିଁ ।

• ଗ୍ରାମାଞ୍ଚଳ ରେ କେବଳ 3-star ଏବଂ ତଦୁର୍ଦ୍ଧ category ର ହୋଟେଲ ବ୍ୟତୀତ କୌଣସି ନୂଆ ON shop ଖୋଲା ଯିବାର ବ୍ୟବସ୍ତା କରାଯାଇନାହିଁ ।

• ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ ଗୋଟି ON Shop ର ପୁନଃ ନବୀକରଣ କରାଯିବନାହିଁ ।

• ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା MGQ factor ର ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ ।

• Bar ଗୁଡିକ କେବଳ ସଙ୍ଗୀତ ପରିବେଷଣ ର ଅନୁମତି ପାଇବେ । କିନ୍ତୁ ନୃତ୍ୟ ପରିବେଷଣ (Bar Dance)କୁ ଅନୁମତି ଦିଆଯିବ ନାହିଁ।

• ନିଶା ସେବନ ବିରୁଦ୍ଧ ରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି।

ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି I

 

Categories
ଫଟୋ ଖବର

ମଦ ବୋତଲଟିଏ ପାଇବା ପାଇଁ ଦୀର୍ଘ ସମୟ ଧରି ସମାଜିକ ଦୂରତା ମଧ୍ୟରେ ଅପେକ୍ଷା କରିଛନ୍ତି ଗ୍ରାହକ

ନୂଆଦିଲ୍ଲୀ, ମଦଦୋକାନ ଖୋଲିଯିବା ପରେ ବୋତଲଟିଏ ପାଇବା ପାଇଁ ଲମ୍ବାଧାଡିରେ ସମାଜିକ ଦୂରତା ବଜାଇ ରଖି ଅପେକ୍ଷା କରିଛନ୍ତି ଗ୍ରାହକ। ଏହି ଫଟୋଟି ହେଉଛି ନୂଆଦିଲ୍ଲୀସ୍ଥିତ ଆନନ୍ଦ ବିହାର।