Categories
ଆଜିର ଖବର ରାଜ୍ୟ ଖବର

ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ୍ ଠାରେ ନୂତନ ପେଭିଲିୟନ ଉଦଘାଟନ କଲେ ପଶ୍ଚିମ ଓଡିଶା ଅଧ୍ୟକ୍ଷ

ବଲାଙ୍ଗୀର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ ଗତକାଲି ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ୍ ଠାରେ ନୂତନ ପେଭିଲିୟନର ଶୁଭ ଉଦଘାଟନ କରିଛନ୍ତି।ଏହି ପେଭିଲିୟନ ନିର୍ମାଣ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ୨.୪୨ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯାଇଥିଲା।

ଏହାସହିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଅନୁମୋଦିତ ହୋଇଥିବା ୩.୩୦ କୋଟି ଅନୁଦାନର ଫ୍ଲଡ୍ ଲାଇଟ୍ ର ଭିତ୍ତି ପ୍ରସ୍ତର ସ୍ଥାପନା କରିଛନ୍ତି । ଜିଲ୍ଲାର କ୍ରୀଡାବିତ୍ ମାନଙ୍କୁ ଉଦବୋଧନ ଦେଇ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ପଶ୍ଚିମ ଓଡିଶାର କ୍ରୀଡାର ଭିତ୍ତିଭୂମିର ବିକାଶରେ ଏହା ନିଶ୍ଚିତ ଭାବରେ ସହାୟକ ହେବ।

Categories
ବିଶେଷ ଖବର ରାଜ୍ୟ ଖବର

ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାକୁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର, ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ । ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛି।

ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍‌ ଓ ବିଦ୍ୟୁତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍‌, ଡିଜି ସେଟ୍‌ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବେ ।

ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଉପଯୁକ୍ତ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଜରୁରୀ ସରଞ୍ଜାମ ସଂଗ୍ରହ ଏବଂ ଭିତ୍ତିଭୂମି ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ କିଛିଦିନ ପୂର୍ବରୁ ୨୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିଲା ।

ଜିଲ୍ଲାଗୁଡ଼ିକ ତରଫରୁ ଏଥିପାଇଁ ଯଥାଶୀଘ୍ର ପ୍ରସ୍ତାବ ଦେବାକୁ କୁହାଯାଇଥିଲା । ଏଥି ପାଇଁ ଜିଲ୍ଲାପାଳମାନଙ୍କ ସହ ପରାମର୍ଶ କରାଯାଇଥିଲା । ପଶ୍ଚିିମ ଓଡ଼ିଶା ବିକାଶ ପରିଷଦ ତରଫରୁ ଏହି ପ୍ରସ୍ତାବଗୁଡ଼ିକ ହସ୍ତଗତ ହେବା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ବ୍ୟାପକ ବିଚାରବିମର୍ଶ ପରେ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରିବା ସହ ଜରୁରୀ ସାମଗ୍ରୀ ସଂଗ୍ରହ ପାଇଁ ସବୁଜ ସଂକେତ ପ୍ରଦାନ କରାଯାଇଛି ।