Categories
ଆଞ୍ଚଳିକ

ବାଲୁଗାଁରେ ବିଜେଡି କର୍ମୀ ସମ୍ମିଳନୀ, ଯୋଗଦେଲେ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସନ୍ଧ୍ୟାରେ ବାଲୁଗାଁ ଏନଏସି ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ସୁଜାତା ପଣ୍ଡାଙ୍କ ସଭାପତିତ୍ୱରେ ରାମପୁର ସ୍ଥିତ ବିଜେଡି କାର୍ଯ୍ୟାଳୟରେ ଏନଏସିର ମହିଳା ମାନଙ୍କୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମୀ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ପୁରୀ ଲୋକସଭା ପ୍ରାର୍ଥୀ ଅରୁପ ପଟ୍ଟନାୟକ ଓ ଚିଲିକା ବିଧାନସଭା ପ୍ରାର୍ଥୀ ରଘୁନାଥ ସାହୁ ଯୋଗ ଦେଇଥିଲେ।

ବିଶ୍ୱ ମାତୃତ୍ୱ ଦିବସରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥି ଉପସ୍ଥିତ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଜ୍ୟ ସରକାରଙ୍କ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ସମ୍ବନ୍ଧରେ ଆଲୋଚନା କରିଥିଲେ। ମହିଳାଙ୍କୁ ସଶକ୍ତିକରଣ ତଥା ସ୍ୱାବଲମ୍ବୀ ପାଇଁ ମୁଖ୍ୟମନ୍ତ୍ରୀ ସଦାସର୍ବଦା ପ୍ରୟାସ ଜାରିରଖିଥିବା ବେଳେ ଆଗାମୀ ଦିନରେ ଆହୁରି ଅନେକ ଯୋଜନା ଉପଲବ୍ଧ ହେବାନେଇ ସାଂସଦ ପ୍ରାର୍ଥି ଶ୍ରୀ ପଟ୍ଟନାୟକ କହିଥିଲେ।

ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥିଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାସହ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ପୁରୁଖା କର୍ମୀମାନେ ନିବେଦନ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, କାଉନସିଲର ଅଭିମନ୍ୟୁ ସ୍ବାଇଁ, ଲକ୍ଷ୍ମୀଧର ସେଠୀ, ମମତା ପଣ୍ଡା, ସୁଜାତା ପଣ୍ଡା, ଅନିତା ସ୍ବାଇଁ, ଏନଏସି ବିଜେଡି ସଭାପତି ଜୟନ୍ତ ସ୍ବାଇଁ, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ, ଏନଏସି ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟଙ୍କ ସମେତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ ଜନତା ଦଳର ବହୁ କର୍ମୀ ଓ ମହିଳା ମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ଵରରେ ଶୁଭାରମ୍ଭ ହେଲା ଭ୍ରାମ୍ୟମାଣ ଜଳଛତ୍ର: ୪ଟି ମାର୍ଗରେ ଯୋଗାଇବ ସେବା

ଭୁବନେଶ୍ଵର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଘରେ ରହୁଥିବା ଲୋକ ଅସହ୍ୟ ତାତିକୁ ସହ୍ୟ କରିପାରୁନଥିବା ବେଳେ ଜରୁରୀ କାମରେ ବାହାରକୁ ଯାଉଥିବା ପଥିକଟିର ଅବସ୍ଥା ଆହୁରି ଖରାପ ହେଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଘ “ଜୟ ଓଡ଼ିଶା” ଦ୍ଵାରା ଏକ ଭ୍ରାମ୍ୟମାଣ ଜଳଛତ୍ରର ପ୍ରଚଳନର ଶୁଭାରମ୍ଭ କରାଯାଇଛି। ଏହା ଆଜି ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ନିକଟରୁ ଆରମ୍ଭ ହୋଇଥିବା ବେଳେ, ଓଡ଼ିଶା ମୋ ପରିବାରର ଆବାହକ ଅରୁପ ପଟ୍ଟନାୟକ ଓ ରମାଦେବୀ ବିଶ୍ୱ ବିଦ୍ୟାଳୟର ଭାଇସ ଚାନ୍ସସେଲର ଅପରାଜିତା ଚୌଧୁରୀ ଏହାର ଉନ୍ମୋଚନ କରିଛନ୍ତି।

ଅନ୍ୟାନ୍ୟ ଅତିଥି ଭାବେ ରମାଦେବୀର ପିଜି କାଉନସିଲ ଚେୟରମ୍ୟାନ ଚଣ୍ଡୀ ରଥ, ବିଜୁ ଛାତ୍ର ଜନତା ଦଳର ସେକ୍ରେଟାରୀ ଜେନେରାଲ ତଥା ‘ମୁକ୍ତା’ ଯୋଜନାର ଉପଦେଷ୍ଟା କୁମାରୀ ଇପ୍ସିତା ସାହୁ, ବିଜୁ ଯୁବ ଜନତା ଦଳର ସେକ୍ରେଟାରୀ ଅମରଜିତ୍ ଗୋଡ଼ ଓ ରମାଦେବୀର ପିଜି ଛାତ୍ରୀ ସୃଷ୍ଟି ମିଶ୍ର ଉପସ୍ଥିତ ଥିଲେ।

ଜନସାଧାରଣଙ୍କ ସେବା ନିମନ୍ତେ ଏହି ଯାନଟି ଭୁବନେଶ୍ୱରର ୪ଟି ରୁଟ ଯଥା ବାଣୀ ବିହାରରୁ ଶିଶୁଭବନ ଛକ, କଟକ ରୋଡ, ଆଚାର୍ଯ୍ୟ ବିହାରରୁ ଏୟାରପୋର୍ଟ ଛକ ଏବଂ ଜୟଦେବ ବିହାର ଛକରୁ ରାଜଭବନ ଛକ ଆଦିରେ ସକ୍ରିୟ ରହିବ। ସହରର ବିଭିନ୍ନ କଲେଜ ଛାତ୍ରଛାତ୍ରୀ, ସଡକରେ ନିରନ୍ତର କାର୍ଯ୍ୟରତ ଅନେକ ଟ୍ରାଫିକ ପୋଲିସ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ନିକଟରେ ପହଞ୍ଚି ଜଳସେବା ଯୋଗାଇବା ହେଉଛି ଏହି ଭ୍ରାମ୍ୟମାଣ ଜଳଛତ୍ରର ମୂଳଲକ୍ଷ୍ୟ।

ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରେରଣାରେ ପ୍ରେରିତ ହୋଇ ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ, ଜନସେବାରେ ନିଜକୁ ନିୟୋଜିତ କରି, ଲୋକଙ୍କୁ ପ୍ରଚଣ୍ଡ ଖରାରୁ ଟିକେ ମୁକ୍ତି ଦେବା ପାଇଁ ଏହା ହେଉଛି ଏକ ଛୋଟ ପ୍ରୟାସ। ଏହି ଯାନଟି ଜଳ ଆବଶ୍ୟକ କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ପହଞ୍ଚି ବାକୁ ଚେଷ୍ଟା କରିବ ଓ ଲୋକଙ୍କୁ ଜଳ ଯୋଗାଇବାରେ ସହାୟକ ହେବ ବୋଲି ବିଜୁ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ତଥା ଜୟ ଓଡ଼ିଶାର ସଭାପତି ରୁଦ୍ର ନାରାୟଣ ସାମନ୍ତରାୟ କହିଛନ୍ତି।