Categories
ନିର୍ବାଚନ ଖବର ବିଶେଷ ଖବର

କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର: ଏକାମ୍ର ପ୍ରକଳ୍ପ ବିଷୟ ଉଲ୍ଲେଖ କରି ହେଲେ ଭାବବିହ୍ବଳ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ସଂଧ୍ୟାରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଲିଙ୍ଗରାଜ ମନ୍ଦିର, କାରଗିଲ୍‌ ରୋଡ ଓ ଜାଗମରାରେ ଆୟୋଜିତ ନିର୍ବାଚନୀ ସଭାରେ ଏକାମ୍ର ପ୍ରକଳ୍ପ ତଥା ଭୁବନେଶ୍ବର ରୂପାନ୍ତର ଉପରେ ଗୁରୁତ୍ବ ଦେଇ ସେ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଥିଲେ।

ଶ୍ରୀ ପାଣ୍ଡିଆନ ଆଜି ସଭାରେ ପ୍ରଥମେ ହର ହର ମହାଦେବ କହି ଭାଷଣ ଆରମ୍ଭ କଲେ ଓ ଜୟ ଜଗନ୍ନାଥ କହି ଭାଷଣ ଶେଷ କଲେ।

ଏକାମ୍ର ପ୍ରକଳ୍ପ ଉପରେ ଆଲୋକପାତ କରି ସେ ବହୁତ ଭାବବିହ୍ବଳ ହୋଇପଡିଥିଲେ। ସେ କହିଲେ ଯେ ଲିଙ୍ଗରାଜ ମନ୍ଦିରକୁ ମୁଁ ସବୁ ସୋମବାର ଆସେ। ଶିବରାତ୍ରୀରେ ମଧ୍ୟ ଆସେ। ଥରେ ଶିବରାତ୍ରୀରେ ମୁଁ ଦେଖିଲି ଯେ ଲିଙ୍ଗରାଜ ମନ୍ଦିରରେ ମା ମାନଙ୍କ ପାଇଁ ଛିଡା ହେବାକୁ ମଧ୍ୟ ଜାଗା ନାହିଁ, ଶାନ୍ତିରେ ଦୀପ ବସାଇ ପାରୁନାହାନ୍ତି।

ଏ ବିଷୟ ମୁଖ୍ୟମନ୍ତ୍ରୀଙ୍କୁ କହିବା ପରେ, ଏକାମ୍ର ପ୍ରକଳ୍ପ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆଜି ମା ମାନେ ବହୁତ ଶାନ୍ତିରେ ପିଲାଛୁଆଙ୍କୁ ଧରି ଦୀପ ବସାଇ ପାରୁଛନ୍ତି। ସବୁ ମହାପ୍ରଭୁ ଲିଙ୍ଗରାଜଙ୍କ ଇଛା।

ଏକାମ୍ରବାସୀଙ୍କୁ ସମ୍ବୋଧନ କରି ସେ କହିଲେ ଯେ ଏହି ପ୍ରକଳ୍ପ ପାଇଁ ଆପଣମାନେ ଅନେକ ତ୍ୟାଗ କରିଛନ୍ତି। ଘର, ଦୋକାନ ଆହୁରି ଅନେକ କିଛି ତ୍ୟାଗ କରିଛନ୍ତି। ଆପଣମାନଙ୍କ ଏ ତ୍ୟାଗ ଇତିହାସ ମନେ ରଖିବ। ମହାପ୍ରଭୁ ଲିଙ୍ଗରାଜ ଆପଣଙ୍କୁ ଆଶୀର୍ବାଦ କରିବେ ବୋଲି ସେ କହିଥିଲେ।

ସେ ପୁଣି କହିଲେ ଯେ ଆଗକୁ ଏକାମ୍ର ପ୍ରକଳ୍ପ ଆହୁରି ଆଗେଇବ। ଆହୁରି ଭବ୍ୟ ଓ ଦିବ୍ୟ ହେବ। ଆପଣମାନେ ଆଧ୍ୟାତ୍ମିକ ଅନୁଭବ ପାଇବେ। ହଜାର ହଜାର ପର୍ଯ୍ୟଟକ ଆସିବେ। ଆପଣମାନଙ୍କର ରୋଜଗାର ବଢିବ ଓ ଆପଣମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ।

ସାଂସଦଙ୍କ ଉପରେ ମନ୍ତବ୍ୟ ରଖି ସେ କହିଲେ ଯେ ଆପଣଙ୍କ ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଲିଙ୍ଗରାଜଙ୍କ କାମକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କଲେ, ଏହା ଠିକ୍‌ କଥା କି ? ସାଂସଦ ଭାବେ ତାଙ୍କ କାମ ହେଉଛି କେନ୍ଦ୍ର ସରକାରଙ୍କଠାରୁ ବଡ ବଡ ଯୋଜନା ଆଣିବେ, ଫ୍ଲାଇ ଓଭର, IT Park, MSME, ଦକ୍ଷତା ବିକାଶ ଆଦି ଯୋଜନାରେ ହଜାର ହଜାର କୋଟି ଟଙ୍କା ସେ ଆଣିପାରିଥାନ୍ତେ। ବେଙ୍ଗାଲୁରୁ ଓ ଜୟପୁର ଆଦି ସହରରେ ସାଂସଦ ମାନେ ସେମାନଙ୍କ ସହର ପାଇଁ ୪୦ ହଜାର, ୫୦ ହଜାର କୋଟି ଟଙ୍କା ଆଣୁଛନ୍ତି।

କିନ୍ତୁ ଦୁଃଖର କଥା, ଆପଣଙ୍କ ସାଂସଦ ଛୋଟ କଥାରେ ମାତୁଛନ୍ତି, କର୍ପୋରେଟର ମାନଙ୍କ କଥାରେ ମୁଣ୍ଡ ଖେଳାଉଛନ୍ତି। ତାଙ୍କର କିଛି ଉଚ୍ଚ ଚିନ୍ତାଧାରା ନାହିଁ।

ସେ ପୁଣି କହିଲେ ଯେ ଜୁନ୍‌ ୯ ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପ୍ରଥମ ଦସ୍ତଖତରେ ଆପଣମାନଙ୍କ ବିଜୁଳି ବିଲ୍‌ ଛାଡ କରିବେ, ୯୦ ପ୍ରତିଶତ ପରିବାର ଛାଡ ପାଇବେ। ଦ୍ବିତୀୟ ଦସ୍ତଖତରେ ବାକି ରହିଥିବା ଲୋକଙ୍କୁ BSKYରେ ସାମିଲ କରିବେ- ସହରାଞ୍ଚଳରେ ସମସ୍ତେ ପାଇବେ।  ସରକାରୀ କର୍ମଚାରୀ, ମିଶନ ଶକ୍ତିର କର୍ମୀ ଅଙ୍ଗନବାଡୀ, ଆଶାକର୍ମୀ ମାନେ ମଧ୍ୟ ସାମିଲ ହେବେ। ତୃତୀୟ ଦସ୍ତଖତରେ  ମିଶନ ଶକ୍ତି ମା ମାନଙ୍କୁ ପେନ୍‌ସନ ମିଳିବ। ସେମାନଙ୍କର ବହୁ ଦିନର ଦାବୀ ପୂରଣ ହେବ।

ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି। ସେ ଆମ ସମସ୍ତଙ୍କ ପାଇଁ ପ୍ରେରଣା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆପଣମାନେ ବହୁତ ଭଲ ପାଆନ୍ତି ବୋଲି ମତ ଦେଇ ସେ ଲୋକଙ୍କୁ ଅନୁରୋଧ କରି କହିଥିଲେ ଯେ ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ। ମନ୍ମଥ ବାବୁ, ଅଶୋକ ବାବୁ ଏ ମାଟିର ପୁଅ। ସେମାନଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ।  ୬୦ ପ୍ରତିଶତ ଭୋଟିଂ କରି ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ଜିତାଇ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ରକ୍ଷା କରିବାକୁ ସେ ଅନୁରୋଧ କରିଥିଲେ।

ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ପ୍ରଶଂସା କରି ସେ କହିଲେ ଯେ ମନ୍ମଥ ବାବୁ ଲଢୁଆ ପୁଅ।  ତାଙ୍କୁ ସାଂସଦ କଲେ ସେ ଆପଣଙ୍କ ପାଇଁ ଦିଲ୍ଲୀରେ ଲଢିବେ। ଆଉ ଯାହାକୁ ଦେଲେ ନିଜ ପଦବୀ ପାଇଁ ଲବି କରିବେ, ଆଉ ଆପଣଙ୍କୁ ଅବହେଳା କରିବେ।

ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ କହିଲେ ଯେ, ଆଜି ବିରୋଧୀ ଦଳ ଅସ୍ମିତା କଥା କହୁଛି। ଯେଉଁମାନେ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ଦେବାକୁ ଚିନ୍ତା କରିନାହାନ୍ତି, ଓଡିଆ ଭାଷା ପାଇଁ ଟଙ୍କା ଟିଏ ବି ଦେଇନାହାନ୍ତି, ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେଇନାହାନ୍ତି, ସେମାନଙ୍କର ଅସ୍ମିତା କଥା କହିବାର କିଛି ଅଧିକାର ନାହିଁ ବୋଲି ମତ ଦେଇ  ସେମାନଙ୍କୁ କଡା ଜବାବ ଦିଅନ୍ତୁ  ବୋଲି ଆହ୍ବାନ ଦେଇଥିଲେ।

ବିଧାୟକ ପ୍ରାର୍ଥୀ ଅଶୋକ ପଣ୍ଡା କହିଲେ ଯେ ମହାପ୍ରଭୁ ଲିଙ୍ଗରାଜ ଆମର କ୍ଷେତ୍ରାଧିପତି। କିନ୍ତୁ ଲିଙ୍ଗରାଜ ଆଇନକୁ ଚକ୍ରାନ୍ତ କରି ବିରୋଧୀ ଏହାକୁ ଦିଲ୍ଲୀରେ ଅଟକାଇଛନ୍ତି। ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କରିଛନ୍ତି। ସେମାନଙ୍କୁ ଇତିହାସ କ୍ଷମା ଦେବ ନାହିଁ, ମହାପ୍ରଭୁ କ୍ଷମା ଦେବେ ନାହିଁ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ପୂର୍ବତନ ଏକାମ୍ର ବିଜେପି ବିଧାୟକ ପ୍ରାର୍ଥୀ ଅମୀୟ ଦାସ

ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ବିଜେପି ଉପସଭାପତି ଅମୀୟ ଦାସଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ଭୁବନେଶ୍ୱର ଏକାମ୍ର ବିଧାୟକ ଅଶୋକ ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସମସ୍ତ ନେତା ଓ କର୍ମକର୍ତ୍ତାଙ୍କୁ ଡକ୍ଟର ପାତ୍ର, ଶ୍ରୀ ପଣ୍ଡା, ଶ୍ରୀ ରାଉତ ଓ ଶ୍ରୀମତୀ ଦାସ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ଭୁବନେଶ୍ୱର ଏକାମ୍ରରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ପଣ୍ଡା, ଶ୍ରୀ ରାଉତ ଓ ଶ୍ରୀମତୀ ଦାସ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଅମୀୟ ଦାସ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓ ବିକଶିତ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଶେଷଶେଖର ଗରାବଡୁ, ଅଜୟ ଜେନା, ବିଷ୍ଣୁପ୍ରସାଦ ନନ୍ଦ, ଅଞ୍ଚଳ ବଟୁ, ଶରତ ମହାପାତ୍ର, ଆଶୁତୋଷ ନନ୍ଦ, ଅନିକେତ ବଟୁ, ଆଦର୍ଶ ପଟ୍ଟନାୟକ, ରାକେଶ ଚମ୍ପତି, ଚିନ୍ମୟ ପ୍ରଧାନ, ରଙ୍କନିଧି ଦେହୁରୀ, ଶିଶିର ପାହାଡସିଂହ, ଶେଖ୍ ରେହମତ ତୁଲ୍ଲା, ପ୍ରଶାନ୍ତ ଜେନା, ମନୋରଂଜନ ବଟ୍ଟୁ, ସୁଷମା କମଲା, ବୈଜୟନ୍ତୀ ତ୍ରିପାଠୀ, ସନ୍ତୋଷ କମାଲ, ଆନନ୍ଦ ମଲ୍ଲିକ, ସମ୍ବିତ ମହାପାତ୍ର, ଦେବାଶିଷ ପଟ୍ଟନାୟକ, ରଶ୍ମୀରଂଜନ ରାୟ, କାଶୀ ଗୌଡ, ଦୀପ୍ତିରଂଜନ ଲେଙ୍କା, ଜଗନ୍ନାଥ ନାୟକ, ରବି ନାରାୟଣ ଦାସ, ତୁଷାରରଂଜନ ସାହୁ, ସୁନୀଲ ସ୍ୱାଇଁ, ଚନ୍ଦନ ଗୌଡ, ରତ୍ନମଂଜରୀ ସାହୁ, ନିଲୁ ଜେନା, ସୁନିଲ ସାହୁ, ପ୍ରଦୀପ୍ତ କୁମାର ପଟ୍ଟନାୟକ, ପ୍ରଣବ କିଶୋର ଷଡଙ୍ଗୀ, ସୂରଜ କୁମାର ସାମନ୍ତରାୟ, ସଂଗ୍ରାମ ସିଂ, ସ୍ୱରୁପ ନାୟକ, ବିରେନ୍ ସ୍ୱାଇଁ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ତାପସ କୁମାର ସାମଲ, ପ୍ରଭାତ ପଣ୍ଡା, ଶ୍ରୀନିବାସ ବେହେରା, ଜୟନ୍ତ ନାୟକ, ରାଜେଶ ସାମନ୍ତରାୟ, ବୁଲୁ ଚୌଧୁରୀ, ଚିନ୍ମୟ ସାମନ୍ତରାୟ, ଶଂକୁନର କହଁର, ପୂର୍ଣ୍ଣଚନ୍ଦ୍ର ସାହୁ, ଭାଗ୍ୟଶ୍ରୀ ଜେନା, ଦେବୀପ୍ରସାଦ ଜେନା, ଆଦିତ୍ୟ କଂହର, ଶରତ ପ୍ରଧାନ, ଶୁଭଶ୍ରୀ ସାମନ୍ତରାୟ, ସଂଜୟ ପରିଡା, ପ୍ରତ୍ୟେଷ କଂହର, ମନୋରଂଜନ କୁଣ୍ଡୁ, ସରୋଜ କୁମାର ପଟ୍ଟନାୟକ, ବ୍ରଜ ନାୟକ, ମାନସ ସ୍ୱାଇଁ, ସୁବଳ ଚନ୍ଦ୍ର, ବବୁଲ୍ ପଟ୍ଟନାୟକ, ରାଶେକ ମହାରଣା ଓ ଅଭିଶେଖ ଠାକୁରଙ୍କ ସମେତ ବହୁ କର୍ମକର୍ତ୍ତା ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ପଣ୍ଡା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ଉପସଭାପତି ଛବି ସ୍ୱାଇଁ, ଲିଙ୍ଗରାଜ ମଣ୍ଡଳର ପୂର୍ବତନ ବିଜେପି ଯୁବ ମୋର୍ଚ୍ଚା ସଭାପତି ଗୋପାଳ ମକଦମ, ବିଜେପି ଖଣ୍ଡଗିରି ମଣ୍ଡଳ ସମ୍ପାଦକ ମନୋଜ ଦୋରା, ବିଜେପି ଲିଙ୍ଗରାଜ ମଣ୍ଡଳର ପୂର୍ବତନ ସମ୍ପାଦକ ଓ ପୂର୍ବତନ ଉପସଭାପତି ଅମରେନ୍ଦ୍ର ଗରାବଡୁ, ସସ୍ମିତା ସାହୁ, ଭାରତୀ ସେଠୀ, ପ୍ରତାପ ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ରଞ୍ଜିତା ବାଲିଆ, ଆରତୀ ମହାରଣା, ଉର୍ମିଳା ମାଝୀ, ସତ୍ୟଭାମା ସ୍ୱାଇଁ, ଶାନ୍ତି ବାରିକ, ଗାୟତ୍ରୀ ରାୟ, ଦେବରାଜ କବିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଏକାମ୍ର ନିର୍ବାଚନ ମଣ୍ଡଳୀ ପାଇଁ ୧୫୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏକାମ୍ର ନିର୍ବାଚନମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି। ପ୍ରକଳ୍ପ ଗୁଡିକ ମଧ୍ୟରେ ୭୭.୭୪ କୋଟି ଟଙ୍କା ବ୍ୟୟରେ ଧଉଳି ଓ ଟିକରପଡା ଠାରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୨୨ କୋଟି ଟଙ୍କା ବ୍ୟୟରେ ଲିଙ୍ଗିପୁର, ଇଟିପୁର ଓ ଟିକରପଡା ଗ୍ରାମପଞ୍ଚାୟତର ଦୟା ଡାହାଣ ପାର୍ଶ୍ବ ନଦୀବନ୍ଧରେ ଦୁଇ ଥାକିଆ ରାସ୍ତା ନିର୍ମାଣ ପ୍ରକଳ୍ପ ରହିଛି।

ସେହିପରି ୪୨.୫୫ କୋଟି ଟଙ୍କା ବ୍ୟୟରେ ବାସୁଆଘାଇର କାମେନା ଠାରେ ୬ଟି ଗ୍ରାମ ପଞ୍ଚାୟତ ବାସୀଙ୍କ ପାଇଁ ବୃହତ ପାଇପ ଜଳଯୋଗାଣ ପ୍ରକଳ୍ପ ଏବଂ ୧୭ କୋଟି ଟଙ୍କା ବ୍ୟୟରେ ଇଟିପୁର ଗ୍ରାମପଞ୍ଚାୟତରେ ଏକ ନୂତନ ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ନିର୍ମାଣ ପ୍ରକଳ୍ପ ରହିଛି।

ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏକାମ୍ର ନିର୍ବାଚନମଣ୍ଡଳୀର ଅଞ୍ଚଳବାସୀ ବହୁଳ ଭାବରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ଵର ସୁବାଷ ନଗର ବସ୍ତିର ଉଚ୍ଛେଦ ବିରୋଧରେ ଆନ୍ଦୋଳନ କରିବ ରାଜ୍ୟ ମହିଳା କଂଗ୍ରେସ

ଭୁବନେଶ୍ୱର: ଆଜିକୁ ୧୩ ଦିନ ହେବ ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାଡ ନଂ- ୬୫ ଡୁମୁଡୁମା ହାଉସିଂବୋର୍ଡ ଫେଜ-୧, ସୁବାଷବୋଷ ନଗର ବସ୍ତି ବାସିନ୍ଦାମାନେ ରାଜ୍ୟ ସରକାର ଦ୍ଵାରା ବେଆଇନ ବସ୍ତି ଉଚ୍ଛେଦକୁ ବିରୋଧ କରି ଦିବାରାତ୍ର ଧାରଣାରେ ବସିଛନ୍ତି ।

ଭୁବନେଶ୍ବର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ଅନୁରୋଧ କ୍ରମେ ଭୁବନେଶ୍ଵର ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ଗୀତାଞ୍ଜଳି ମହାନ୍ତି, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ାଙ୍କୁ ସଂଗରେ ଧରି ଆନ୍ଦୋଳନ ଶିବିରରେ ପଂହଚିଥିଲେ।

୧୩ଦିନ ଧରି ଆନ୍ଦୋଳନକାରୀ ଶୀତକାକରେ ପଡ଼ି ଆନ୍ଦୋଳନ ଜାରି ରଖୁଥିବାରୁ ଶ୍ରୀମତୀ ପରିଡ଼ା ପ୍ରଥମେ ଆନ୍ଦୋକାରୀଙ୍କୁ ଅଭିନନ୍ଦନ ଜଣାଇ ତାଙ୍କର ଭାଷଣ ଆରମ୍ଭ କରିଥିଲେ । ୩୦ ବର୍ଷ ଧରି ଏ ବସ୍ତିର ବାସିନ୍ଦାମାନେ ଏଠାରେ ରହି ଆସୁଥିବା ସହ ବିଏମସି ଓ ନଗର ଉନ୍ନୟନ ଦ୍ବାରା ଘୋଷିତ ହୋଇଥିବା ସ୍ଥାୟୀ ବସ୍ତି ତାଲିକାରେ ସ୍ଥାନ ପାଇଛି । ଯଦି ଏହା ଉଚ୍ଛେଦ କରାଯାଏ ତେବେ ମହିଳା କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଧମକ ଦେଇଛି।