Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 114 କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 114 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।  ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ 30 ଜଣ ରହିଛନ୍ତି । ସେହିପରି ଖୋର୍ଦ୍ଧାରୁ 23, ଗଞ୍ଜାମରୁ 17, କଟକରୁ 11, ମୟୂରଭଞ୍ଜରୁ 10, ଗଜପତିରୁ8, ବରଗଡରୁ 5, ନୟାଗଡରୁ 4, ବଲାଙ୍ଗିରରୁ 3 ଜଣ ରହିଛନ୍ତି । ବାଲେଶ୍ବର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ 2708 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ 186ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ରାଜ୍ୟରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 3909ରେ ପହଞ୍ଚିଥିବାବେଳେ ଆଜି ଜଣକର ମୃତ୍ୟୁ ଘଟିଛି । ରାଜ୍ୟରେ ଏବେ କରୋନା ଜନିତ ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଛି । ସେହିପରି 3 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଉଭୟ ଭୁବନେଶ୍ବର ଅଞ୍ଚଳର ହୋଇଥିବାବେଳେ କେଉଁ ଅଞ୍ଚଳର ସେନେଇ ସ୍ବାସ୍ଥ୍ୟ ବିଭାଗ କୌଣସି ସୂଚନା ଦେଇନାହିଁ। ଆଜି ସେମାନଙ୍କ ରକ୍ତ ଓ ସ୍ୱାବ୍‌ ରିପୋର୍ଟ ନେଗେଟିଭ୍‌ ଆସିଛି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା 21 ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ଏଯାବତ୍‌ 38 କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ଦୁଇ ଜଣଙ୍କୁ ମିଶାଇ କେବଳ ଭୁବନେଶ୍ୱରରେ 14 ଜଣ ଆରୋଗ୍ୟ ଲାଭ କରିଛନ୍ତି।

କେନ୍ଦ୍ର ସରକାର ଖୋର୍ଦ୍ଧାକୁ ହଟ୍‌ସ୍ପଟ୍‌ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ବଢୁଥିବା ସଂକ୍ରମଣକୁ ରୋକିବା ପାଇଁ ସ୍ପେଶାଲ୍ ଷ୍ଟ୍ରାଟେଜିର ଘୋଷଣା କରାଯାଇଛି। ଏହା ଅନୁଯାୟୀ ଆସନ୍ତା ସପ୍ତାହେ ଭିତରେ ଭୁବନେଶ୍ୱରରେ 5 ହଜାର ଯାଏଁ ନମୁନା ପରୀକ୍ଷା କରାଯିବ ବୋଲି ସୂଚନା ରହିଛି।