Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସ୍ବର୍ଗଦ୍ବାରରେ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ, ଯୋଗଦେଲେ ମୁଖ୍ୟମନ୍ତ୍ରୀ, ବାବା ରାମଦେବଙ୍କ ସହ ବହୁ ନେତା

ଭୁବନେଶ୍ବର: ଆଜି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ପୁରୀ ସ୍ବର୍ଗଦ୍ବାରରେ ହଜାର ହଜାର ସମର୍ଥକଙ୍କ ଗହଣରେ ତାଙ୍କର ମରଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟଦା ସହିତ ତାଙ୍କର ଶେଷକୃତ୍ୟ କରାଯାଇଛି।

ସ୍ବର୍ଗଦ୍ବାରରେ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବାବା ରାମଦେବ, ରାଜ୍ୟମନ୍ତ୍ରୀ ମଣ୍ଡଳର ବହୁ ସଦସ୍ୟ, ବିଜେପି ନେତା ପ୍ରମୁଖ ଯୋଗ ଦେଇଥିଲେ। ଦେବେନ୍ଦ୍ରଙ୍କ ବଡପୁଅ ମୁଖାଗ୍ନି ପ୍ରଦାନ କରିଥିଲେ। ଅନ୍ୟତମ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ପରିବାର ସଦସ୍ୟଗଣ ମଧ୍ୟ ଏଥିରେ ସାମିଲ ହୋଇଥିଲେ।

ଆଜି ସକାଳୁ ତାଙ୍କ ମରଶରୀର ଚନ୍ଦ୍ରଶେଖରପୁର ବାସ ଭବନରୁ ପୁରୀ ଅଭିମୁଖେ ନିଆଯାଇଥିଲା। ଏହି ଶୋଭାଯାତ୍ରାରେ ଦେବେନ୍ଦ୍ରଙ୍କ ଶହଶହ ସମର୍ଥକ ଯୋଗ ଦେଇଥିଲେ। ଗତକାଲି ତାଙ୍କର ୮୪ ବର୍ଷ ବୟସରେ ଦିଲ୍ଲୀ ବାସଭବନରେ ପରଲୋକ ହୋଇଥିଲା। ମରଶରୀର ଦିଲ୍ଲୀରୁ ଆସିବା ପରେ ତାଙ୍କୁ ବିଜେପି କାର୍ଯ୍ୟାଳୟରେ ଶେଷ ଦର୍ଶନ ପାଇଁ ରଖାଯାଇଥିଲା। ଏହାପରେ ତାଙ୍କର ଚନ୍ଦ୍ରଶେଖରପୁର ବାସଭବନରେ ରାତିତମାମ ଲୋକଙ୍କ ଦର୍ଶନ ପାଇଁ ରଖାଯାଇଥିଲା।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ କେନ୍ଦ୍ରମନ୍ତ୍ରୀ ଥିଲେ। ତାଳଚେର ମଣ୍ଡଳ ସଭାପତି ଭାବେ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୮୩ରୁ ୧୯୮୫ ପର୍ଯ୍ୟନ୍ତ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାର ଜିଲ୍ଲା ସଭାପତି ଭାବେ ସେ କାର୍ଯ୍ୟ କରିଥିଲେ ।

୧୯୮୪ରେ ଦେଓଗଡ଼ ଆସନରୁ ସାଂସଦ ପ୍ରାର୍ଥୀ ଭାବେ ସେ ବରିଷ୍ଠ କଂଗ୍ରେସ ନେତା ଶ୍ରୀବଲ୍ଲଭ ପାଣିଗ୍ରାହୀଙ୍କୁ ହରାଇ ବିଜୟ ଲାଭ କରିଥିଲେ । ଏହାପରେ ୧୯୯୧ରେ ୧୯୯୬ ରେ ସେ ସେହି ଆସନରୁ ସାଂସଦ ଭାବେ ବିଜୟ ଲାଭ କରିଥିଲେ। ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ରାଷ୍ଟ୍ରମନ୍ତ୍ରୀ ଥିଲ। ସେତେବେଳେ ସେ ଭୂପୃଷ୍ଠ ପରିବହନ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ସେତେବେଳେ ସେ ଓଡିଆରେ ନେଇଥିଲେ ଶପଥ

ଭୁବନେଶ୍ବର: ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଯାଇଛି। ସେ ହେଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା। ସେ ପୁତ୍ର ଧର୍ମେନ୍ଦ୍ରଙ୍କ ନୂଆଦିଲ୍ଲୀ ବାସଭବନରେ ଅବସ୍ଥାନ କରୁଥିଲେ। ସେଠାରେ ତାଙ୍କର ଦେହାନ୍ତ ହୋଇଯାଉଛି। ସେ ତତକାଳୀନ ଦେବଗଡ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ। ସେତେବେଳେ ମଧ୍ୟ ଦେବେନ୍ଦ୍ର ସଂସଦରେ ଓଡିଆରେ ଶପଥ ଗ୍ରହଣ କରିଥିଲେ।

ଦେବେନ୍ଦ୍ର ଦୁଇଥର ଦେବଗଡରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେ 1998 ମସିହାରେ ଦେବଗଡ ସଂସଦୀୟ କ୍ଷେତ୍ରରୁ ସାଂସଦ ଭାବରେ ନିର୍ବାଚିତ ହୋଇ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ। ସେ ସେତେବେଳେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ। ଏହାପରେ ସେ ପୁନର୍ବାର 1999 ମସିହାରେ ସେହି ଦେବଗଡରୁ ସାଂସଦ ହୋଇ ନିର୍ବାଚିତ ହୋଇ କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ। ସେ ଦ୍ବିତୀୟ ଥର ପାଇଁ ସେହି ଭୂପୃଷ୍ଠ ପରିବହନ ଏବଂ କେନ୍ଦ୍ର କୃଷି ରାଷ୍ଟ୍ରମନ୍ତୀ ହୋଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ ।

ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।

ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Categories
ଆଜିର ଖବର ନିର୍ବାଚନ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ଓଡିଶା ନିର୍ବାଚନ ନେଇ ଉନମୋଚିତ ହେଲା ସାମ୍ବାଦିକ ଚୌଧୁରୀ ଅମିତାଭ ଦାସଙ୍କ ପୁସ୍ତକ ‘ନିର୍ବାଚନ ୨୦୨୪’

ଭୁବନେଶ୍ବର: ଓଡିଶାରେ ୨୦୨୪ ମସିହାରେ ହୋଇଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ନେଇ ଉନମୋଚିତ ହେଲା ଏକ ପୁସ୍ତକ ‘ନିର୍ବାଚନ ୨୦୨୪’। ବରିଷ୍ଠ ସାମ୍ବାଦିକ ଚୌଧୁରୀ ଅମିତାଭ ଦାସଙ୍କ ଦ୍ବାରା ଲିଖିତ ଏହି ପୁସ୍ତକକୁ ଉନମୋଚନ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭୁବନେଶ୍ବରର ଜୟଦେବ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ସହିତ କଂଗ୍ରେସର ବରିଷ୍ଠ ନେତା ପ୍ରସାଦ ହରିଚନ୍ଦନ ଏବଂ ସମ୍ବାଦ ଓ କନକ ଟିଭିର ସମ୍ପାଦିକା ତନୟା ପଟ୍ଟନାୟକ ଯୋଗ ଦେଇଥିଲେ। ପେନ ଇନ ବୁକସ ପ୍ରକାଶନୀ ସଂସ୍ଥା ତରଫରୁ ଏହି ପୁସ୍ତକକୁ ପ୍ରକାଶ କରିଛନ୍ତି ଯୁବ ପ୍ରକାଶକ ଶୁଭ୍ରାଂଶୁ ପଣ୍ଡା।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁସ୍ତକଟି ବେଶ ଉପାଦେୟ ହୋଇପାରିବ ବୋଲି କହିଥିଲେ। ଗତ ନିର୍ବାଚନରେ ଓଡିଶାରେ ବେଶ ବିରଳ ଘଟଣା ଘଟିଯାଇଛି। ଯାହାକୁ ଜଣେ ସାମ୍ବାଦିକ ଭାବେ ଅମିତାଭ ବେଶ ପାଖରୁ ଦେଖିଛନ୍ତି। ସେଥିପାଇଁ ଏହି ପୁସ୍ତକରେ ସେସବୁ ଘଟଣା ନିଶ୍ଚିତ ସ୍ଥାନିତ ହୋଇଥିବ ବୋଲି ମନ୍ତ୍ରୀ କହିଥିଲେ। ସେହିପରି ପ୍ରସାଦ ହରିଚନ୍ଦନ ଏବଂ ତନୟା ପଟ୍ଟନାୟକ ଅମିତାଭଙ୍କ ଏହି ଉଦ୍ୟମକୁ ବେଶ ପ୍ରଶଂସା କରିଥିଲେ।

 

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନବୀନ ପଟ୍ଟନାୟକଙ୍କ ବିଜେପି ମିଛ କହି ସରକାର କରିଥିବା ବୟାନର ଜବାବ ରଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜନୀତିରେ ଜୟ ପରାଜୟ ଲାଗି ରହେ। ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ ବୋଲି ବିଜେପି ମିଛ କହି ନିର୍ବାଚନ ଜିତିବା ପ୍ରସଙ୍ଗରେ ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ବିଜେପି ବହୁତ ଥର ହାରିଛି। ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ। କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ଦଳକୁ ସେବା କରିବାର ସୁଯୋଗ ମିଳିଛି। ଲୋକମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି ତାହା ନିର୍ବାହ କରିବା ଦରକାର। ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରିବା ଉଚିତ୍ ଏବଂ ଯାହାକୁ ଦାୟିତ୍ଵ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାହାକୁ ପାଳନ କରିବା ଜରୁରୀ।

ସେହିପରି ଆଉ ଏକ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ରାଜ୍ୟପାଳଙ୍କ ଅଫିସ ମର୍ଯ୍ୟଦା ସମ୍ପନ୍ନ କାର୍ଯ୍ୟାଳୟ। ଯେତେବେଳେ କିଛି ଲୋକଙ୍କ ମନରେ ହତାଶ ଭାବ ଆସିଯାଏ ଏବଂ ଯେଉଁମାନେ ଅଗଣତାନ୍ତ୍ରିକ ଓ ପରାଜୟକୁ ସ୍ୱୀକାର କରି ପାରୁନାହାନ୍ତି, ସେମାନେ ଏହି କଥା କହୁଛନ୍ତି। ଓଡ଼ିଆ ଲୋକଙ୍କ ନିଷ୍ପତିକୁ ମୁଣ୍ଡପାତି ସ୍ୱୀକାର କରିବା ଉଚିତ୍। ସରକାରଙ୍କ ଦୋଷ ତ୍ରୁଟିକୁ ସାମ୍ନାକୁ ଆଣିବାର ଦାୟିତ୍ୱ ଅଛି। କିନ୍ତୁ ତାଙ୍କ ହତାଶ ଭାବକୁ ରାଜଭବନ ଆଡ଼କୁ ନମୁହାଁଇଲେ ଭଲ ବୋଲି ସେ କହିଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପି ରାଷ୍ଟ୍ରୀୟ ସଭାପତି ହେବେ କି ? କାହିଁକି ଏପରି ଚାଲିଛି ଚର୍ଚ୍ଚା

ଭୁବନେଶ୍ବର: ଓଡିଶାର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବର୍ତ୍ତମାନ ବେଶ ଚର୍ଚ୍ଚା। ରାଜ୍ୟ ରାଜନୀତିରେ ବେଶ ଆଲୋଚନା ଓ ପର୍ଯ୍ୟାଲୋଚନା। ତାହା ହେଲା ଯେ ଧର୍ମେନ୍ଦ୍ର ପ୍ରଧାନ କୁଆଡେ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ଖବରଟି ପ୍ରସାରିତ ହେବା ପରେ ଧର୍ମେନ୍ଦ୍ର ଶିବିରରେ ଉଭୟ ଖୁସି ଓ ନୈରାଶ ମଧ୍ୟ ପରିଲକ୍ଷିତ ହୋଇଛି। କାରଣ ରାଷ୍ଟ୍ରୀୟ ସଭାପତି ହେଲେ ବୋଧହୁଏ ମନ୍ତ୍ରୀପଦ ଚାଲିଯାଇପାରେ।

ଅନ୍ୟପଟେ ଦେଖିବାକୁ ଗଲେ ବର୍ତ୍ତମାନ ଜେ ପି ନଡ୍ଡା ଉଭୟ ମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ସଭାପତି ଅଛନ୍ତି। ହେଲେ ଆଉ ମାସ କେଇଟା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ବିଜେପିର ଗୋଟିଏ ନେତା ଗୋଟିଏ ପଦବୀ ନ୍ୟାୟରେ ନଡ୍ଡାଙ୍କ କ୍ଷେତ୍ରରେ ଲାଗୁ ହୋଇ ନାହିଁ। ଯେହେତୁ ତାଙ୍କର କାର୍ଯ୍ୟକାଳ ଆଉ କିଛି ମାସ ଥିବାରୁ ବୋଧହୁଏ ଦଳ ସେଥିପାଇଁ ଦୁଇଟି ପଦବୀରେ ତାଙ୍କୁ ରଖିଛି।

ତେବେ ଧର୍ମେନ୍ଦ୍ର ରାଷ୍ଟ୍ରୀୟ ସଭାପତି ହେବା ଜାତୀୟ ଗଣମାଧ୍ୟମରେ ଯେତେ ଚର୍ଚ୍ଚା ନ ହେଉଛି ରାଜ୍ୟରେ ତାହାଠାରୁ ବେଶୀ ଚର୍ଚ୍ଚା ହେଉଛି। ଏହାର କାରଣ ହେଲା ଧର୍ମେନ୍ଦ୍ରଙ୍କର ଉଭୟ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କ ସହିତ ଭଲ ସଂପର୍କ ରହିଛି। ବିଭିନ୍ନ ସମୟରେ ଓଡିଶା ବିଜେପିରେ ତାଙ୍କର ଦବଦବା ଚାଲିଆସିଛି। କେନ୍ଦ୍ରରେ ମଧ୍ୟ ତାଙ୍କର କଥା ରହୁଛି। ତେଣୁ ସେହି ହିସାବରେ ଧର୍ମେନ୍ଦ୍ରଙ୍କୁ ହୁଏତ ଦଳ ସଭାପତି ଆସନରେ ବସାଇପାରେ ବୋଲି କୁହାଯାଉଛି।

ହେଲେ ଅନ୍ୟ ଏକ ସୁତ୍ର ବା ଜାତୀୟ ଗଣମାଧ୍ୟମ ଚର୍ଚ୍ଚା ଅନୁସାରେ କୁଆଡେ ବସୁନ୍ଧରା ରାଜେ ପରବର୍ତ୍ତି ସଭାପତି ହେବେ। ତାଙ୍କୁ ଆରଏସଏସ ଦୃଢ ସମର୍ଥନ କରୁଛି ବୋଲି ଜଣାପଡିଛି। ଏପରିକି ଆରଏସଏସ ର ମୁଖ୍ୟ ମୋହନ ଭାଗବତଙ୍କ ସହିତ ବସୁନ୍ଧରାଙ୍କ ବୈଠକ ହୋଇସାରିଛି ବୋଲି କୁହାଯାଇଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବସୁନ୍ଧରାଙ୍କ ନାମକୁ ସମ୍ମତି ପ୍ରଦାନ କରିଛନ୍ତି। ଅନ୍ୟପଟେ ଆରଏସଏସ ଧର୍ମେନ୍ଦ୍ର ସପକ୍ଷରେ ନ ଥିବାର ଜଣାପଡିଛି। ତେଣୁ ଏପରି ପରିସ୍ଥିତିରେ ଧର୍ମେନ୍ଦ୍ରଙ୍କ ଅପେକ୍ଷା ବସୁନ୍ଧରାଙ୍କ ପଲ୍ଲା ଭାରୀ ରହିଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଇଣ୍ଡିଆ ରାଙ୍କିଙ୍ଗ ରିପୋର୍ଟକୁ ଉନମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସନାଲ ଇନଷ୍ଟିଚ୍ୟୁସନ ରାଙ୍କିଙ୍ଗ୍ ଫ୍ରେମୱାର୍କ(ଏନଆଇଆରଏଫ) ଅନ୍ତର୍ଗତ ଇଣ୍ଡିଆ ରାଙ୍କିଙ୍ଗର ନବମ ସଂସ୍କରଣ- ୨୦୨୪କୁ ଉନ୍ମୋଚନ କରିଛନ୍ତି । ଦେଶର ଶ୍ରେଷ୍ଠ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକୁ ପୁରସ୍କୃତ କରି ଶୁଭେଚ୍ଛା ଜଣାଇବା ସହ ଦେଶର ସମସ୍ତ ୫୮,୦୦୦ ଉଚ୍ଚ ଶିକ୍ଷାନୁଷ୍ଠାନକୁ ରାଙ୍କିଂ ଓ ରେଟିଂ ଫ୍ରେମଓାର୍କକୁ ଆଣିବା ଜରୁରୀ ବୋଲି କହିଛନ୍ତି ଶ୍ରୀ ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ରାଙ୍କିଙ୍ଗ, ରେଟିଂ ଏବଂ ମାନ୍ୟତା ଜାତୀୟ ଶିକ୍ଷା ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ସୁପାରିସ । ଏନଆଇଆରଏଫ୍ ମାନ୍ୟତା ଜାତୀୟ ଶିକ୍ଷା ନୀତିର ଭାବନାକୁ ଗଭୀର ଭାବରେ ପ୍ରତିଫଳିତ କରୁଛି । ଅନେକଙ୍କ ଅପେକ୍ଷା କ୍ରମେ ଦେଶର ଏହି ମାନ୍ୟତା ଢାଞ୍ଚାରେ କିଛି ସଂସ୍କାର କରାଯାଇଛି । ଶିକ୍ଷାଦାନ, ଇନୋଭେସନ, ଗବେଷଣା, ସ୍ନାତକ ରେଜଲ୍ଟ ଏବଂ ଅନ୍ୟାନ୍ୟ ମାନଦଣ୍ଡରେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକ ଉତ୍କର୍ଷତା ପ୍ରଦର୍ଶନ କରିବା ସହ ଇଣ୍ଡିଆ ରାଙ୍କିଙ୍ଗ୍ ୨୦୨୪ରେ ଗୌରବ ଅର୍ଜନ କରିଛନ୍ତି ।

ଶିକ୍ଷାନୁଷ୍ଠାନର ଗୁଣବତ୍ତା, ପ୍ରଦର୍ଶନ ଓ ଶକ୍ତି ଜାଣିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଅଧିକାର । ତେଣୁ ଦେଶରେ ଥିବା ସମସ୍ତ ୫୮,୦୦୦ ଶିକ୍ଷାନୁଷ୍ଠାନ ରାଙ୍କିଂ ଓ ରେଟିଂ ଢାଞ୍ଚାରେ ଆସିବା ଦରକାର ।  ନିଯୁକ୍ତି ଦକ୍ଷତାକୁ ଭାରତ ସରକାର ପ୍ରାଥମିକତା ଭାବେ ନେଇଛନ୍ତି । ଆମର ରାଙ୍କିଙ୍ଗ୍ ବ୍ୟବସ୍ଥାରେ ଦକ୍ଷତାକୁ ଏକ ପାରାମିଟର ଭାବରେ ମଧ୍ୟ ଅନ୍ତର୍ଭୁକ୍ତ କରାଯିବା ଉଚିତ୍ । ଅସ୍ପଷ୍ଟ ଦିଗ ଗୁଡ଼ିକ ଶିକ୍ଷଣ ଏବଂ ବିକାଶ ପାଇଁ ଶକ୍ତିଶାଳୀ ଉତ୍ସାହ ଆଣିଥାଏ ।

ଶିକ୍ଷାର ଅଦୃଶ୍ୟ ଦିଗଗୁଡ଼ିକୁ ମାନ୍ୟତା ଢାଞ୍ଚାରେ ଆଣିବା ପାଇଁ ଆମେ ବ୍ୟବସ୍ଥା ପ୍ରସ୍ତୁତ କରିବା ଉଚିତ୍ । ଭାରତୀୟ ଶିକ୍ଷାନୁଷ୍ଠାନର ସମସ୍ତ ପ୍ରମୁଖଙ୍କୁ ରାଙ୍କିଙ୍ଗ ଢାଞ୍ଚାରେ ଆସିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି । ଉଚ୍ଚାକାଂକ୍ଷୀ ଲକ୍ଷ୍ୟ ସ୍ଥିର କରିବା ସହ ଭବିଷ୍ୟତରେ ସର୍ବୋକୃଷ୍ଟ  ମାନ୍ୟତା ପାଇଁ ପ୍ରୟାସ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ସମସ୍ତେ ମିଳିମିଶି ବିକଶିତ ଭାରତର ଲକ୍ଷ୍ୟକୁ ସାକାର କରିବା ପାଇଁ ଶିକ୍ଷାଗତ ଉତ୍କର୍ଷର ବାତାବରଣ ସୃଷ୍ଟି କରିବାକୁ ସେ ଅପିଲ କରିଛନ୍ତି ।

ସୂଚନାଯୋଗ୍ୟ, ଭାରତରେ ଉଚ୍ଚ ଶିକ୍ଷାନୁଷ୍ଠାନ ମାନ୍ୟତାର ଏହା କ୍ରମାଗତ ନବମ ସଂସ୍କରଣ।ଇଣ୍ଡିଆ ରାଙ୍କିର ୨୦୨୪ ସଂସ୍କରଣରେ ୪ଟି ସ୍ବତନ୍ତ୍ର ସଂଯୋଜନ ତଥା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ, ମୁକ୍ତ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିଶ୍ୱବିଦ୍ୟାଳୟ ନାମରେ ତିନୋଟି ନୂତନ ବର୍ଗର ପ୍ରଚଳନ ହୋଇଛି । ଏହାସହ ଏନଆଇଆରଏଫ ଫ୍ରେମଓ୍ୱାର୍କ ବ୍ୟବହାର କରି ଇଣ୍ଡିଆ ରାଙ୍କିଙ୍ଗରେ “ଇନୋଭେସନ” ରାଙ୍କିଙ୍ଗର ଏକୀକରଣ ହୋଇଛି । ମୁକ୍ତ ବିଶ୍ୱବିଦ୍ୟାଳୟ, ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିଶ୍ୱବିଦ୍ୟାଳୟ ଭଳି ତିନୋଟି ବର୍ଗକୁ ମିଶାଇ ଇଣ୍ଡିଆ ରାଙ୍କିଙ୍ଗ ବର୍ତ୍ତମାନର ପୋର୍ଟଫୋଲିଓ ୧୬ଟି ବର୍ଗ ଏବଂ ବିଷୟ କ୍ଷେତ୍ରକୁ ବୃଦ୍ଧି ପାଇଛି ଯାହା ଇଣ୍ଡିଆ ରାଙ୍କିଙ୍ଗ – ୨୦୨୪ରେ ସ୍ଥାନ ପାଇଛି ।

ଏନଆଇଆରଏଫ ତାଲିକାରେ ସର୍ବଭାରତୀୟ ସ୍ତରରେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମାଡ୍ରାସ କ୍ରମାଗତ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ସାମଗ୍ରିକ ବା ଓଭରାଲ୍ ବର୍ଗରେ ଷଷ୍ଠ ବର୍ଷ ପାଇଁ ପ୍ରଥମ ସ୍ଥାନ ବଜାୟ ରଖିଛି । ଏହାସହ ଏବଂ ଇଞ୍ଜିନିୟରିଂରେ କ୍ରମାଗତ ନବମ ବର୍ଷ ଅର୍ଥାତ୍ ୨୦୧୬ରୁ ୨୦୨୪ ପର୍ଯ୍ୟନ୍ତ ପ୍ରଥମ ସ୍ଥାନ ବଜାୟ ରଖିଛି । ସେହିପରି ଓଭରାଲ୍ ବର୍ଗରେ ୨୩ଟି ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ, ୨୨ଟି ଘରୋଇ ଡିମ୍ଡ ବିଶ୍ୱବିଦ୍ୟାଳୟ, ୧୬ଟି ଆଇଆଇଟି, ୯ଟି ଏନ୍ଆଇଟି, ୭ଟି ଲେଖାଏଁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ୭ଟି ଘରୋଇ ବିଶ୍ୱବିଦ୍ୟାଳୟ, ୪ଟି ଲେଖାଏଁ ଏମ୍ସ, ଆଇଆଇଏସ୍ଇଆର୍ ଓ ସରକାରୀ ଡିମ୍ଡ ବିଶ୍ୱବିଦ୍ୟାଳୟ, ୩ଟି ସିଏଫ୍ଟିଆଇ ଓ ଗୋଟିଏ କଲେଜ ରହିଛି ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସାଂସଦ ଭାବେ ଜିତିବା ପରେ ଆଜି ସମ୍ବଲପୁରର ବିଭିନ୍ନ ମନ୍ଦିର ବୁଲି ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଲୋକସଭା ସାଂସଦ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବିଭିନ୍ନ ମନ୍ଦିରରେ ଦର୍ଶନ କରିବା ସହ ସ୍ଥାନୀୟ ଲୋକମାନଙ୍କୁ ଭେଟି ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରବିବାର ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ ମନ୍ଦିର, ବ୍ରୁକ୍ସହିଲ୍ ସ୍ଥିତ ହନୁମାନ ମନ୍ଦିର, ଦାନୀପାଲିରେ ମା’ ରଣେଶ୍ୱର ରାମଚଣ୍ଡୀ ମନ୍ଦିର, ନନ୍ଦପଡା ବାଲୁଙ୍କେଶ୍ଵର ମନ୍ଦିରରେ ଦର୍ଶନ କରିଥିଲେ। ସେହିପରି ଝାଡୁଆପଡ଼ା ସ୍ଥିତ ଜଗନ୍ନାଥ ମନ୍ଦିର, ସମ୍ବଲପୁରରେ ଅନୋଖା ଶ୍ରୀ ଶ୍ୟାମ ମନ୍ଦିରରେ କରିଥିଲେ କେନ୍ଦ୍ରମନ୍ତ୍ରୀ।

ଏହି ଅବସରରେ ସେ କହିଛନ୍ତି ଯେ ସମ୍ବଲପୁର ହେଉଛି ମନ୍ଦିରରେ ପରପୂର୍ଣ୍ଣ ସହର। ଏକ ଆଧ୍ୟାତ୍ମିକ ସହର। ଏଠାରୁ ସାଂସଦ ଭାବରେ ନିର୍ବାଚିତ ହେବା ପରେ ସମ୍ବଲପୁରକୁ ଏହା ମୋର ପ୍ରଥମ ଗସ୍ତ। ଏଠାକାର ମନ୍ଦିର ଗୁଡିକ କେବଳ ଆସ୍ଥାର କେନ୍ଦ୍ର ନୁହେଁ, ସଭ୍ୟତା ଓ ସଂସ୍କୃତିର ବଡ ପ୍ରୟୋଗଶାଳା। ସ୍ଥାନୀୟ ଜୀବନଜୀବନକୁ ଭଲରେ ବୁଝିବା ସହ ଲୋକଙ୍କ ସହ ପ୍ରତ୍ୟକ୍ଷ ମିଶିବାର ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ ବୋଲି ସେ କହିଛନ୍ତି।

ମନ୍ଦିର ଦର୍ଶନ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ପ୍ରତିଷ୍ଠିତ ଚିକିତ୍ସିକ ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ତାଙ୍କ ବାସଭବନରେ ଭେଟି ଆଶୀର୍ବାଦ ନେଇଥିଲେ। ସମ୍ବଲପୁରର ବରିଷ୍ଠ ଲୋକମାନଙ୍କୁ ଭେଟି ଆଶୀର୍ବାଦ ନେବା ସହ ସ୍ଥାନୀୟ ସମୃଦ୍ଧ ସାହିତ୍ୟର ପ୍ରଚାର ପ୍ରସାର, ଶିକ୍ଷା, ଅନୁକୂଳ ପରିବେଶ ତଥା ଅଞ୍ଚଳର ବିକାଶ ଓ ଉନ୍ନତି ପାଇଁ ସେମାନଙ୍କର ଉପାଦେୟ ପରାମର୍ଶ ଗ୍ରହଣ କରିଥିଲେ। ଏକ ସ୍ୱଚ୍ଛ, ସୁନ୍ଦର, ବିକଶିତ ଓଡ଼ିଶା ସହ ବିକଶିତ ସମ୍ବଲପୁର ଗଢିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସମ୍ବଲପୁରରେ କାହିଁକି ଛିଡା ହେବାକୁ ଚାହୁଁଛନ୍ତି ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳରେ ହାରିବା ଭୟ ଅଛି କି ?

ଭୁବନେଶ୍ୱର:ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଏକ ସଭାରେ ସେ କହିଛନ୍ତି ଯେ ଆସନ୍ତା ଲୋକସଭା ନିର୍ବାଚନରେ ସେ ସମ୍ବଲପୁରରୁ ଛିଡା ହେବେ। ସେହିପରି ପୂର୍ବରୁ ସେ କହିଥିଲେ ଯେ, ସେ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ ଇଛାପ୍ରକାଶ କରି ତାଙ୍କୁ ସୁଯୋଗ ଦେବାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଚିଠି ଲେଖି ଜଣାଇଛନ୍ତି। ତେବେ ପ୍ରଶ୍ନ ଉଠୁଛି ଯେ, ସେ ସମ୍ବଲପୁର ଆସନକୁ କାହିଁକି ବାଛିଲେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜ ଘର ଢେଙ୍କାନାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚେର ହୋଇଥିବାବେଳେ ସେ ସମ୍ବଲପୁରରୁ କାହିଁକି ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି ତାହାହିଁ ତାଙ୍କ କର୍ମୀ ମହଲରେ ସଂଶୟ ସୃଷ୍ଟି କରିଛି। ଦିନ ଥିଲା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଜ୍ୟ ବିଜେପିର ପୋଷ୍ଟର ବୟ ଥିଲେ। ଏହି ସୁଯୋଗକୁ ସେ ହାତଛଡ଼ା କରି ଅନ୍ୟର ଦୟାରେ ରାଜ୍ୟନୀତି କରିବାକୁ ଅଣ୍ଟାଭିଡ଼ି ବାହାରିଛନ୍ତି।

ଏପରି ହେବାର କାରଣ ହେଉଛି, ଗତ ନିର୍ବାଚନରେ ଶାସକ ବିଜେଡି ଯେଉଁ ଅଯୋଗ୍ୟ ନେତାମାନଙ୍କୁ ଦଳରୁ ଫିଙ୍ଗି ଦେଇଥିଲେ ସେମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସାଉଁଟି ଆଣି ନିଜର ତୋଷାମଦକାରୀ ଗୋଷ୍ଠୀ ତିଆରି କରିଛନ୍ତି। ଏହି ଗୋଷ୍ଠୀ ଇତି ମଧ୍ୟରେ ନିଜକୁ କେନ୍ଦ୍ରମନ୍ତ୍ରୀ ବିବେଚନା କରି ବିଜେପିର ନିଷ୍ଠାପର କର୍ମୀ ଓ ସଂଘର ପ୍ରଚାରକମାନଙ୍କୁ ଦୁର୍ବ୍ୟବାର କରିବାରେ ଲାଗିଛନ୍ତି। ଫଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜର ଦୃଢ଼ ସମର୍ଥକମାନଙ୍କ ଆସ୍ଥା ହରାଇଛନ୍ତି।

ନିକଟରେ ବିଜେପରି କେନ୍ଦ୍ରୀୟ ସଂଗଠନ ପକ୍ଷରୁ ହୋଇଥିବା ଆଭ୍ୟନ୍ତରୀଣ ସର୍ଭେ ରିପୋର୍ଟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏହି ସର୍ଭେର ରିପୋର୍ଟ ଅନୁସାରେ ଢେଙ୍କାନାଳ ଲୋକସଭା ଅନ୍ତର୍ଗତ ଢେଙ୍କନାଳ ସଦର, କାମାକ୍ଷାନଗର, ତାଳଚେର ଓ ପାଲଲହଡ଼ା ବିଧାନସଭା କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଲୋକପ୍ରିୟତା ଆଦୌ ନାହିଁ।

ଏହିସବୁ ବିଧାନସଭା କ୍ଷେତ୍ରରେ ସେ ଦଳୀୟ ସଂଗଠନରେ ଯେଉଁ ବିଭେଦ ସୃଷ୍ଟି କରିଚନ୍ତି ତାର ସେ ପରାଭବ ପାଇବେ। ସେ ଢେଙ୍କାନାଳରୁ ଲୋକସଭା ପ୍ରାର୍ଥୀ ହେଲେ ପରାଜିତ ହେବ ନିଶ୍ଚିତ ବୋଲି ଏହି ରପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଆସିବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜର ମତ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଛନ୍ତି।

ଢେଙ୍କାନାଳ ଲୋକସଭା ସର୍ଭେ ରିପୋର୍ଟ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ଲଢ଼ିବା ପାଇଁ କେନ୍ଦ୍ରୀୟ ସଂଗଠନକୁ ଅନୁରୋଧ କରିଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପ୍ରଧାନଙ୍କ ଗଡରେ ପାଣ୍ଡିଆନଙ୍କ ଗର୍ଜନ, ଜାଣୁଶୁଣି ଧର୍ମେନ୍ଦ୍ରଙ୍କ ଅଞ୍ଚଳକୁ ଯାଇ ତାଙ୍କୁ କରୁଛନ୍ତି ଟାର୍ଗେଟ

ଭୁବନେଶ୍ବର: ଏବେ ଓଡିଶାର ରାଜନୀତିରେ ଏକ ଭିନ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଆଇଏଏସ ଚାକିରୀରେ ଥିବା ବେଳେ ତାଙ୍କୁ ଧର୍ମେନ୍ଦ୍ର ଗୁମାସ୍ତା କହି ଉପହାସ କରୁଥିଲେ। ହେଲେ ସେତେବେଳେ ପାଣ୍ଡିଆନ କିଛି କହିପାରୁ ନ ଥିଲେ। ଏବେ ସେ ଉଡନ୍ତା ବିହଙ୍ଗ। ସେହି ରାଗ ସୁଝାଇବା ପାଇଁ ବର୍ତ୍ତମାନ ପାଣ୍ଡିଆନ ଧର୍ମେନ୍ଦ୍ରଙ୍କ ଗଡରେ ପଶି ଗର୍ଜନ ଆରମ୍ଭ କରିଦେଇଛନ୍ତି।

ଗତକାଲି ସେ ଧାମନଗର ଯାଇ ସେଠାରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଥିଲେ। ଧାମନଗର ଧର୍ମେନ୍ଦ୍ରଙ୍କ ଗଡ ହୋଇ ନ ଥିଲେ ମଧ୍ୟ ସେଠାରେ ସେ ନିକଟରେ ହୋଇଥିବା ଉପନିର୍ବାଚନର ମଙ୍ଗ ଧରିଥିଲେ। ସେତେବେଳେ ଧର୍ମେନ୍ଦ୍ର ନିର୍ବାଚନ ପ୍ରଚାର ବେଳେ କେତେଥର ଯାଇଥିଲେ ଆଉ ଜିତିବା ପରେ ସେ ଆଉ ସେହି ଅଞ୍ଚଳକୁ ଚାହିଁଲେ ନାହିଁ କି ଆସିଲେ ନାହିଁ। ସେହି କଥା ଲୋକଙ୍କୁ ଜଣାଇ, ଧର୍ମେନ୍ଦ୍ରଙ୍କ ମୁଖା ଖୋଲିବାକୁ ପାଣ୍ଡିଆନ ଜାଣିଶୁଣି ଧାମନଗର ଗସ୍ତରେ ଯାଇଥିଲେ।

ସେଠାରେ ସେ ଲୋକଙ୍କୁ ପ୍ରଶ୍ନ କରିଥିଲେ ଯେ, ଉପନିର୍ବାଚନରେ ବିଜେପିର ଯିଏ ମଙ୍ଗ ଧରିଥିଲେ ସେହି ଲୋକଙ୍କୁ ଚିହ୍ନଚ ନା ନାହିଁ। ଲୋକେ ହଁ କଲେ, ତାପରେ ପାଣ୍ଡିଆନ କହିଲେ ସେହି ଲୋକ ନିର୍ବାଚନ ପ୍ରଚାର ପାଇଁ ଏଠାକୁ ପାଞ୍ଚଥର ଆସିଥିଲେ, ହେଲେ ଜିତିବା ପରେ ଆଉ ଆପଣମାନଙ୍କ ପାଖକୁ ଆସିଲେ ନାହିଁ। ସେହି ଲୋକଙ୍କୁ ଆଉ ଟିକିଏ ଭଲକରି ଚିହ୍ନ ବୋଲି ପାଣ୍ଡିଆନ କହିଥିଲେ।

ଆଜି ସେହିପରି ପାଣ୍ଡିଆନ ଧର୍ମେନ୍ଦ୍ରଙ୍କ ଘରେ ଗର୍ଜନ କରିଛନ୍ତି କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଆଜି ପାଣ୍ଡିଆନ ଧର୍ମେନ୍ଦ୍ରଙ୍କ ଅଞ୍ଚଳ ଅନୁଗୁଳ ଜିଲ୍ଲା ଗସ୍ତ କରି ଗଡସନ୍ତୀଠାରେ ଆୟୋଜିତ ଏକ ସାଧାରଣ ସଭାରେ ସେ ଏହି ଗର୍ଜ୍ଜନ କରିଛନ୍ତି। ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, କେନ୍ଦ୍ରରେ ଦୀର୍ଘ ଦିନ ଧରି ସେ ମନ୍ତ୍ରୀ ହୋଇ ରହିଛନ୍ତି। କିନ୍ତୁ ଏ ଅଞ୍ଚଳ ପାଇଁ ତାଙ୍କର କଣ ଅବଦାନ ବୋଲି ଲୋକଙ୍କୁ ପ୍ରଶ୍ନ କରିଥିଲେ।

ପାଣ୍ଡିଆନ କହିଛନ୍ତି ଯେ, ସେ ଚାହିଁଥିଲେ ତାଙ୍କ ଅଞ୍ଚଳରେ ଥିବା ସବୁ ବ୍ଲକରେ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ଭଳି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରିପାରିଥାନ୍ତେ। ସେ କାହିଁକି କଲେ ନାହିଁ। ସେହିଭଳି ଏ ଅଂଚଳର ଲୋକ କାମ ଧନ୍ଦା ପାଇଁ ବାହାରକୁ ଯାଉଛନ୍ତି। ସେ ନିଜେ ଦକ୍ଷତା ବିକାଶ ବିଭାଗର ମନ୍ତ୍ରୀ ଅଛନ୍ତି। ଚାହିଁଥିଲେ ଏ ଅଂଚଳରେ ବହୁ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିପାରିଥାନ୍ତେ।  କାହିଁକି ଏଠାରେ କେନ୍ଦ୍ରମନ୍ତ୍ରୀ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କଲେ ନାହିଁ ବୋଲି ଲୋକଙ୍କୁ ପଚାରିଥିଲେ ପାଣ୍ଡିଆନ।

ବର୍ଷେ ଭିତରେ କେନ୍ଦ୍ରମନ୍ତ୍ରୀ ୪୦ ଥର ଅନୁଗୁଳ ଜିଲ୍ଲାକୁ ଆସିଛନ୍ତି। ପ୍ରତିଥର ଟିକିଏ ଟିକିଏ ବିକାଶମୂଳକ କାର୍ଯ୍ୟ ହାତକୁ ନେଇଥିଲେ ଅନୁଗୁଳର ପ୍ରଭୂତ ବିକାଶ ହୋଇପାରିଥାନ୍ତା। କିନ୍ତୁ କେନ୍ଦ୍ରମନ୍ତ୍ରୀ ତାହା କରିନାହାନ୍ତି। ଜୁନ ମାସରେ ଥରୁଟିଏ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଁ ଅନୁଗୁଳ ଜିଲ୍ଲା ଆସିଥିଲି। ଏହାପରେ ୧୦୦ କୋଟି ଟଙ୍କା ଜିଲ୍ଲାକୁ ପ୍ରଦାନ କରାଯାଇଛି ବୋଲି ପାଣ୍ଡିଆନ କହିଛନ୍ତି।

ନିଜ ଅଂଚଳ ପାଇଁ ନିଜର କର୍ତ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆତ୍ମସମୀକ୍ଷା କରନ୍ତୁ ବୋଲି କାର୍ତ୍ତିକ ପାଣ୍ଡିଆନ ତାଙ୍କୁ ଆହ୍ବାନ ଦେଇଛନ୍ତି। କାର୍ତ୍ତିକ ପାଣ୍ଡିଆନଙ୍କ ଧର୍ମେନ୍ଦ୍ରଙ୍କୁ ଏପରି ଟାର୍ଗେଟ ବର୍ତ୍ତମାନ ରାଜ୍ୟ ରାଜନୀତିକୁ ବେଶ ଗରମ କରି ରଖିଛି। ଯାହା ଜଣାପଡୁଛି ଆଗାମୀ ଦିନରେ ପାଣ୍ଡିଆନ ଧର୍ମେନ୍ଦ୍ରଙ୍କ ଉପରେ ସେ ଆହୁରି କଠିନ ହେବେ। ଆହୁରି ସମାଲୋଚନା କରିବେ ବୋଲି ସମ୍ଭାବନା ସୃଷ୍ଟି ହେଲାଣି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନୂଆଦିଲ୍ଲୀରେ ହକି ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି।

ସେ ଟ୍ୱିଟ୍ କରି କହିଛନ୍ତି ଯେ ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ। ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ମୋର ଦୃଢ଼ ବିଶ୍ୱାସ।

Categories
ବିଶେଷ ଖବର ରାଜ୍ୟ ଖବର

ଝାରସୁଗୁଡାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଏହା କୌଣସି ରାଜନୈତିକ କାରଣ ନାହିଁ। ତାହା ହେଲା ଝାରସୁଗୁଡା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେ ଏହି ଚିଠି ଲେଖିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥାରେ ଜନଜାତି ସମୁଦାୟର ପ୍ରତିନିଧିତ୍ୱ କାହିଁ କେଉଁ କାଳରୁ ରହିଆସିଛି। ଜନଜାତିକୁ ବାଦ୍ ଦେଇ ଓଡ଼ିଆ ସଭ୍ୟତାର ପରିକଳ୍ପନା ଅସମ୍ଭବ। ଜଗତର ନାଥ ଶ୍ରୀଜଗନ୍ନାଥଙ୍କର ଜନଜାତୀୟ ମୂଳକୁ ମନେ ପକାଇ ଓଡ଼ିଆ ଜାତି ସବୁବେଳେ ଗର୍ବ କରିଆସିଛି। ଏହି କାରଣରୁ ହିଁ ଓଡ଼ିଶାର ଶାସକଶ୍ରେଣୀ କାଳେକାଳେ ଜନଜାତି ଭାଇଭଉଣୀମାନଙ୍କୁ ଆପଣା ପ୍ରଜାଠାରୁ ବି ଅଧିକ ବୋଲି ମଣିଆସିଛନ୍ତି।

ଏହି କ୍ରମରେ ଝାରସୁଗୁଡ଼ା କୋଲାବିରାର ଗୋଁଣ୍ଡ ଗଉଁତିଆ ଶହୀଦ କରୁଣାକର ସିଂହ ନାଏକ ଥିଲେ ଗୋଁଣ୍ଡ ସମୁଦାୟର ଅନ୍ୟତମ ସର୍ବମାନ୍ୟ ମୁଖିଆ। ପୃଥିବୀର ସର୍ବପୁରାତନ ଜନଜାତି ଭିତରୁ ଅନ୍ୟତମ ଏହି ଗୋଁଣ୍ଡ ସମୁଦାୟ ଓଡ଼ିଶା ସମେତ ସମଗ୍ର ମଧ୍ୟ-ଭାରତର ବିରାଟ ଭୂଖଣ୍ଡରେ ଶତାବ୍ଦୀ ଶତାବ୍ଦୀ ଧରି ରାଜୁତି କରି ଆସୁଛନ୍ତି।

ରାଣୀ ଦୁର୍ଗାବତୀ, ଭଗବାନ ବିର୍ସା ମୁଣ୍ଡା, ଶହୀଦ ମାଧୋ ସିଂହ, ବୀର ସୁରେନ୍ଦ୍ର ସାଏ ପ୍ରମୁଖଙ୍କ ନେତୃତ୍ୱର ବୀରଗାଥା ଗୋଁଣ୍ଡ ଜନଜାତି ତଥା ସମସ୍ତ ଭାରତୀୟଙ୍କୁ ଗର୍ବ କରିବାକୁ ବାଧ୍ୟ କରେ। ଗୋଁଣ୍ଡୱାନା ଛକକୁ ବିପ୍ଳବୀ ବୀର ତଥା ଶହୀଦ କରୁଣାକର ସିଂହ ନାଏକଙ୍କ ନାଁରେ ନାମିତ କରାଗଲେ ଏହି ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ। ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ। ଆମେ ଯେତେବେଳେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଅଛେ, ଜନଜାତି ସମାଜର ସଂଗ୍ରାମୀ ବୀର–ବୀରାଙ୍ଗନାମାନଙ୍କର ଅକୁହା-ଅଲେଖା କଥା-କାହାଣୀଗୁଡ଼ିକୁ ଲୋକଲୋଚନକୁ ଆଣିବାର ଗୁରୁଦାୟିତ୍ୱ ବି ଆମେ ତୁଲାଉଛେ। ଓଡ଼ିଶାର, ବିଶେଷ କରି ପଶ୍ଚିମାଞ୍ଚଳର ଜନଜାତି ଅଧିନାୟକମାନଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ଯଥାସ୍ଥାନ ଦେବା ନିମନ୍ତେ ଆମେ ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ୧୧ ତାରିଖରେ ଝାରସୁଗୁଡାର କଟାପାଲି ଷ୍ଟାଡିୟମ ଠାରେ ‘ଅଖିଳ ଭାରତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା’ର ପଞ୍ଚଦଶ ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେଇ ସ୍ଥାନୀୟ ସମାଜର ଦାବୀ କ୍ରମେ ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବା ନେଇ ମତ ରଖିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ନୂଆ ଦଳୀୟ ଦାୟିତ୍ବ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଓ ଉଦ୍ୟୋଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ତାହା ହେଲା ଦଳୀୟ ଦାୟିତ୍ବ। ଆଜି ତାଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା କର୍ଣ୍ଣାଟକର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି। ଆଗକୁ କର୍ଣ୍ଣାଟକ ନିର୍ବାଚନ ଥିବାରୁ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି।

ପୂର୍ବରୁ ଧର୍ମେନ୍ଦ୍ର ବିହାର ପରି ରାଜ୍ୟର ପ୍ରଭାରୀ ଭାବେ ନିଯୁକ୍ତ ପାଇଥିଲେ। ଏହାପରେ ଗତ ୟୁପି ନିର୍ବାଚନ ବେଳେ ତାଙ୍କୁ ସେଠାକାର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିଲା। ସେଠାରେ ବିଜେପି ସରକାର ଗଠନ କରିବାରେ ସକ୍ଷମ ହୋଇପାରିଛି। ସେହି ଭରସା କରି ତାଙ୍କୁ ଦଳ କର୍ଣ୍ଣାଟକ ରାଜ୍ୟର ପ୍ରଭାରୀ ଭାବେ ନିଯୁକ୍ତ କରିଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଏଥର ନିର୍ବାଚନ ଲଢିବେ ବୋଲି କହିଲେ ଧର୍ମେନ୍ଦ୍ର, ହେଲେ ଲୋକସଭା ନା ବିଧାନସଭା !

ଭୁବନେଶ୍ବର: ଏଥର ନିର୍ବାଚନ ଲଢିବେ, ଏହି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ବରରେ ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ ଖବରକାଗଜ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି। ହେଲେ ତାଙ୍କୁ ଯେତେବେଳେ ପଚରାଗଲା ଯେ, ଲୋକସଭା ନା ବିଧାନସଭା ନିର୍ବାଚନ ଲଢିବେ, ତାହାର କୌଣସି ଉତ୍ତର ରଖିଲେ ନାହିଁ। ଚତୁରତା ସହିତ ସେ ଏହି ଉତ୍ତରକୁ ଏଡାଇ ଦେଲେ।

ସେ କହିଲେ ଯେ, ଏଥର ନିର୍ବାଚନ ଲଢିବା ପାଇଁ ମୁଁ ଦଳକୁ ଅନୁରୋଧ କରିଛି। ଦଳ ଅନୁସାରେ ମୁଁ ନିର୍ବାଚନ ଲଢିବି। ତେବେ କେଉଁ ଆସନରୁ ଛିଡା ହେବେ ବୋଲି ପଚାରିବା ପରେ ତାହାର ଉତ୍ତର ମଧ୍ୟ ସେ ଦେଇ ନ ଥିଲେ। ଫଳରେ ଧର୍ମେନ୍ଦ୍ର ତାଙ୍କର ଭବିଷ୍ୟତ ରାଜନୀତି ସଂପର୍କରେ କିଛି କହିଲେ ଆଉ କିଛି ଲୁଚାଇ ଦେଲେ। ଯାହାକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି।

ତେବେ ଧର୍ମେନ୍ଦ୍ରଙ୍କ କିଛି ବର୍ଷର କାର୍ଯ୍ୟକଳାପକୁ ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ଯେ, ସେ ଢେଙ୍କାନାଳ ଲୋକସଭା ଉପରେ ଗୁରୁତ୍ବ ଦେଇଆସୁଛନ୍ତି। ପ୍ରତି ମାସରେ ସେ ଏହି ଲୋକସଭା ଆସନରେ କିଛି ନା କିଛି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି। ଏପରିକି ତାଙ୍କର ଧର୍ମପତ୍ନୀ ମଧ୍ୟ ସେଠାରେ ବିଭିନ୍ନ ଅଞ୍ଚଳ ବୁଲିବାରେ ଲାଗିଛନ୍ତି। ଢେଙ୍କାନାଳ ତାଙ୍କ ଅଞ୍ଚଳ ହୋଇଥିବାରୁ ସେ ସେଠାରୁ ଛିଡା ହେବେ ବୋଲି ଚର୍ଚ୍ଚା ଚାଲିଛି।

କେବଳ ଢେଙ୍କାନାଳ ନୁହେଁ, ସେ କୁଆଡେ ସମ୍ବଲପୁର ଲୋକସଭା ଆସନ ଉପରେ ମଧ୍ୟ ଦୃଷ୍ଟି ରଖିଛନ୍ତି। କାରଣ ଢେଙ୍କାନାଳରେ ତାଙ୍କ ପାଇଁ କିଛି ଅଡୁଆ ହେବ ବୋଲି ଧର୍ମେନ୍ଦ୍ର ଅନୁଭବ କରୁଛନ୍ତି। ସେଥିପାଇଁ ହାତରେ ଆଉ ଏକ ଆସନ ରଖିଛନ୍ତି। ଅନ୍ୟପକ୍ଷରେ ପଶ୍ଚିମ ଓଡିଶାରେ ବିଜେପିର ଦବଦବା ରହିଥିବାରୁ ସେହି ଆସନ ତାଙ୍କ ପାଇଁ ସୁରକ୍ଷିତ ହେବ ବୋଲି ସେ ଚିନ୍ତା କରିଛନ୍ତି। କେବଳ ସମୟ ଆଉ ରାଜନୈତିକ ପାଣିପାଗକୁ ଅପେକ୍ଷା କରିଛନ୍ତି।

ପୂର୍ବରୁ ଧର୍ମେନ୍ଦ୍ର ୨୦୦୦ ମସିହାରେ ପାଲଲହଡାରୁ ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେହିପରି ୨୦୦୪ ମସିହାରେ ତତକାଳୀନ ଦେବଗଡ଼ ଲୋକସଭା ଆସନରୁ ମଧ୍ୟ ନିର୍ବାଚିତ ହୋଇଥିଲେ। ଧର୍ମେନ୍ଦ୍ରଙ୍କ ବାପା ଦେବେନ୍ଦ୍ର ପ୍ରଧାନ ମଧ୍ୟ ଦେବଗଡ଼ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ତେଣୁ ଧର୍ମେନ୍ଦ୍ରଙ୍କର ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ଅଭିଜ୍ଞତା ରହିଛି। ହେଲେ ବର୍ତ୍ତମାନ ସମୟରେ ସେହି ଅଭିଜ୍ଞତା କିପରି କାମ କରିବ ତାହା ପ୍ରଶ୍ନବାଚୀ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ବର ରାଉରକେଲା ବିମାନର ଶୁଭାରମ୍ଭ ବେଳେ କାହିଁକି କ୍ଷୋଭ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ଆଜି ଭୁବନେଶ୍ବର ବିମାନ ବନ୍ଦରରେ ଭୁବନେଶ୍ବର ରାଉରକେଲାକୁ ବିମାନ ସେବାର ଶୁଭାରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ତାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡିଶାର ଦୁଇମନ୍ତ୍ରୀ ଅଶୋକ ପଣ୍ଡା ଏବଂ ଟୁକୁନି ସାହୁ ଏବଂ ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଯୋଗ ଦେଇଥିଲା।

ତେବେ ତା ପୂର୍ବରୁ ବିମାନ ବନ୍ଦର ହଲରେ ଧର୍ମେନ୍ଦ୍ର ପ୍ରଧାନ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେଥିରେ ଓଡିଶାର ଏହି ଦୁଇ ମନ୍ତ୍ରୀ ଯୋଗ ଦେଇଥିଲେ। ଏଥିରେ ଧର୍ମେନ୍ଦ୍ର ଭାଷଣ ଆରମ୍ଭ କରି ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପକୁ ସେ ପ୍ରଶଂସା କରିଥିଲେ। ହେଲେ ଶେଷ ଆଡକୁ ସେ କ୍ଷୋଭ ପ୍ରକାଶ କରିଥିଲେ।

ଧର୍ମେନ୍ଦ୍ର ଏହି ବୈଠକରେ କହିଥିଲେ ଯେ, ଆଜି ସେ ବିଭିନ୍ନ ଖବରକାଗଜରେ ଏକ ବିଜ୍ଞାପନ ଦେଖିଲେ। ସେଥିରେ ଭୁବନେଶ୍ବର ରାଉରକେଲାକୁ ବିମାନ ଚଳାଚଳ କରିବ ବୋଲି ବିଜ୍ଞାପନ ଦିଆଯାଇଛି। ହେଲେ ଦୁଃଖର କଥା ସେହି ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋଟିଏ ଦିଆଯାଇ ନାହିଁ। ଏହି ବିମାନ ଉଡାଣ ପ୍ରଧାନମନ୍ତ୍ରୀଙ୍କ ଯୋଗୁଁ ସମ୍ଭବ ହୋଇଥିଲେ ମଧ୍ୟ ରାଜ୍ୟ ସରକାର ତାଙ୍କର ଫଟୋଟିଏ ଦେଇ ନାହାଁନ୍ତି।

ଓଡିଶାର ଦୁଇମନ୍ତ୍ରୀ ଅଶୋକ ପଣ୍ଡା ଏବଂ ଟୁକୁନି ସାହୁଙ୍କୁ ଲକ୍ଷ୍ୟ କରି ସେ କହିଥିଲେ ଯେ ଆପଣମାନେ ଏହା ଉପରେ ଚିନ୍ତା କରନ୍ତୁ। ଆପଣ ବିଜେଡି ଆମେ ବିଜେପି, ହେଲେ ଓଡିଶାର ଉନ୍ନତି କଥା ଆସିବା ବେଳେ ସମସ୍ତେ ଏକାଠି ହେବା ଉଚିତ। ମୁଖ୍ୟମନ୍ତ୍ରୀ ହକି ପାଇଁ ସର୍ବଦଳୀୟ ବୈଠକ କଲେ। ତାହାକୁ ଆମେ ସ୍ବାଗତ କରିଛୁ। ହେଲେ ଏହି ଉଦଘାଟନ ବେଳେ କଣ ପାଇଁ ଏପରି ପାତର ଅନ୍ତର କରାଯାଉଛି।

ତେବେ ଏପରି ପ୍ରଶ୍ନ ଉଠାଇ ଧର୍ମେନ୍ଦ୍ର ପ୍ରକୃତରେ କଣ କହିବାକୁ ଚାହୁଁଛନ୍ତି ତାହା କେହି ବୁଝିପାରିଲେ ନାହିଁ। କାରଣ ସେହି ବିଜ୍ଞାପନ ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପ୍ରକାଶ କରିଛି। ସେହି ରାଜ୍ୟ ସରକାରଙ୍କ ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ କିପରି ଲାଗିବ ବୋଲି ସାଧାରଣରେ ପ୍ରଶ୍ନ ସୃଷ୍ଟି ହୋଇଛି।

ପୂର୍ବରୁ ଓଡିଶାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରଖି କେନ୍ଦ୍ର ସରକାର ବିଜ୍ଞାପନ ଦେଇଛନ୍ତି। ହେଲେ ସେଥିରେ ସେତେବେଳେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲଗାଯାଇ ନ ଥିଲା। ତେବେ ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲାଗିବ ବୋଲି ଧର୍ମେନ୍ଦ୍ର କିପିରି ଆଶା କଲେ ତାହା ଆଶ୍ଚର୍ଯ୍ୟ କରିଛି।

ଆଉ ଏକ ବଡ ଆଶ୍ଚର୍ଯ୍ୟ ହେଉଛି ବିମାନ ବନ୍ଦର ଭିତରେ ଯେଉଁ କାର୍ଯ୍ୟକ୍ରମ କରାଯାଇଥିଲା ତାହା ଖୋଦ କେନ୍ଦ୍ର ସରକାରଙ୍କର ଥିଲା। ହେଲେ କାହିଁ ସେଥିରେ ମଧ୍ୟ ସେମାନେ ପ୍ରଧାନମନ୍ତ୍ରୀଙ୍କର କିମ୍ବା ଧର୍ମେନ୍ଦ୍ରଙ୍କର ଫଟୋ ଲଗାଇ ନାହାଁନ୍ତି। ସେଠାରେ କାହାର ଭୁଲ ବୋଲି ଧର୍ମେନ୍ଦ୍ର କହିବେ।

ତେବେ ଏହାର ଉତ୍ତର ଦେବା ପାଇଁ ମନ୍ତ୍ରୀ ଅଶୋକ ପଣ୍ଡା ମାଇକ ମାଗୁଥିବା ବେଳେ ଧର୍ମେନ୍ଦ୍ର ନାହିଁ କରି ମାଇକ ଧରି ପଳାଇଲେ। ତେବେ ସେଠାରେ ଥିବା କେତେକ ଅତିଥୀ ମଜାରେ କଥା ହେଉଥିଲେ ଯେ, ଧର୍ମେନ୍ଦ୍ରଙ୍କର କେଉଁଠି ଫଟୋଟିଏ ଲାଗି ନ ଥିବାରୁ ସେ କୁଆଡେ ମନେ ମନେ ରାଗିଯାଇଛନ୍ତି।

Categories
Hockey Worldcup23 ଖେଳ ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ହକି ବିଶ୍ବକପ୍ ପାଇଁ ସବୁ ରାଜନୈତିକ ଦଳ ଏକାଠି, ନବୀନଙ୍କୁ ପ୍ରଶଂସା କଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ପୁରୁଷ ବିଶ୍ବକପ୍‌ ହକି ୨୦୨୩ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନସେଣ୍ଟରଠାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ ।

ବିଶ୍ବକପ୍‌ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍‌ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଭାରତ ସରକାରଙ୍କୁ ବିଶେଷ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ । ବିଶ୍ଵ କପ ହକି ର ଆୟୋଜନ ରେ କେବଳ ଓଡ଼ିଶା ନୂହେଁ ସାରା ଦେଶର ସମ୍ମାନ ଜଡିତ .ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ.

ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍‌ର ଆୟୋଜନ ସାରା ବିଶ୍ବରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେଇ କ୍ରୀଡାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇ ଥିଲେ।

ବୈଠକରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡିଶାରୁ ୧୦୦ ଅଲମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି ମତପ୍ରକାଶ କରିଥିଲେ।

ଏତଦ୍‌ବ୍ୟତୀତ କ୍ରମାଗତଭାବେ ଦୁଇ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକ ମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ରସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳର ନେତା ଶ୍ରୀ ନରସିଂହ ମିଶ୍ର କହିଲେ ଯେ ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଦଳର ଉପସଭାପତି ଶ୍ରୀ ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଓ ଶ୍ରୀ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନ ସଂପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇଥିଲେ।

ସେହିପରି ବିଜେପିର ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସିପିଆଇର ଜାତୀୟ ସଂପାଦକ ଶ୍ରୀ ରାମକୃଷ୍ଣ ପଣ୍ଡା, ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆଇ ଏମ ର ରାଜ୍ୟ ସମ୍ପାଦକ ଶ୍ରୀ ଅଳିକିଶୋର ପଟ୍ଟନାୟକ, ସିପିଆଇ ର ଶ୍ରୀ ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ଶ୍ରୀ ରବି ବେହେରା, ଆପ୍‌ର ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ଶ୍ରୀ ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ।

କ୍ରୀଡା ମନ୍ତ୍ରୀ ଶ୍ରୀ ତୃଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ।

କ୍ରୀଡା ସଚିବ ଶ୍ରୀ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଫସଲ ବୀମା ପାଇଁ ଏଚ୍‍ଡିଏଫ୍‍ସି ବ୍ୟାଙ୍କ ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର : ଓଡିଶା ଚାଷୀଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଶ୍ରୀମତୀ ମିଶ୍ର କହିଛନ୍ତି ଗତକାଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ ଏଚଡିଏଫ୍‍ସିକୁ ମନୋନୀତ କରିଛନ୍ତି ?

ବୋଧହୁଏ ସେ ଜାଣି ନାହାଁନ୍ତି ଯେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ନିଜ ଦଳ-ବିଜେପି ଶାସିତ ରାଜ୍ୟ ମଧ୍ୟ ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବରେ ଏଚଡିଏଫ୍‍ସିକୁ ବାଛିଛନ୍ତି । ଏହି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମତୀ ମିଶ୍ର ପ୍ରଶ୍ନ କରିଛନ୍ତି ।

ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି । ପିଏମ୍‍ଏଫ୍‍ବିୱାଇ ପାଇଁ ବୀମା ଏଜେନ୍ସିଗୁଡିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି । ଏଚଡିଏଫ୍‍ସି କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ । କେନ୍ଦ୍ର ମନ୍ତ୍ରୀ ଏହାକୁ ଅସ୍ୱୀକାର କରିପାରିବେ କି? ରାଜ୍ୟଗୁଡିକ କେବଳ ତାଲିକାଭୁକ୍ତ ବୀମା କମ୍ପାନୀଗୁଡିକ ମଧ୍ୟରେ ଟେଣ୍ଡର କରିଥାନ୍ତି । ଏହି ପ୍ରକ୍ରିୟା ସର୍ବତ୍ର ହୋଇଥାଏ ଏବଂ ଓଡିଶାରେ ସମାନ ପ୍ରକ୍ରିୟା ଅନୁସରଣ କରାଯାଇଛି ।

ପିଏମ୍‍ବିଏସୱାଇ ହେଉଛି ଏକ କେନ୍ଦ୍ରୀୟ ଯୋଜନା । ଏଥିପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ବଜେଟ୍ ପାରିତ ହୋଇଛି ଏବଂ ଯେତେବେଳେ କୃଷକ ଏବଂ ବୀମା କମ୍ପାନୀ ମଧ୍ୟରେ ବିବାଦ ଦେଖାଦିଏ ସେତେବେଳେ କେନ୍ଦ୍ର ସରକାର ହେଉଛନ୍ତି ‘ଆପିଲେଟ ଅଥରିଟୀ’ । ବର୍ତ୍ତମାନ ମାମଲାରେ ଆବେଦନ କେନ୍ଦ୍ର ସରକାରଙ୍କ ନିକଟରେ ବିଚାରାଧୀନ ଅଛି ।

ଯଦି କେନ୍ଦ୍ର ମନ୍ତ୍ରୀଙ୍କର କୃଷକମାନଙ୍କ ପାଇଁ ପ୍ରକୃତ ଚିନ୍ତା ଅଛି ତେବେ ସେ ମିଥ୍ୟା ପ୍ରଚାର କରିବା ପରିବର୍ତ୍ତେ ଓଡିଶାର କୃଷକମାନଙ୍କୁ ନ୍ୟାୟ ଦେବାପାଇଁ ତାଙ୍କ ସହଯୋଗୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ କଥା ହେବା ଉଚିତ । ବାସ୍ତବରେ ଆମର ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇ ଆସୁଛନ୍ତି ।

ଚାଷୀ ପ୍ରସଙ୍ଗରେ ବିଜେପି ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ ଏବଂ ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଧାମନଗରରେ ଧର୍ମେନ୍ଦ୍ର, ପ୍ରଚାର କଲେ ଜୋରଦାର

ଧାମନଗର/ଭୁବନେଶ୍ୱର: ଧାମନଗରରେ ମାତୃଶକ୍ତି ଓ ଯୁବଶକ୍ତି ଆମ ଦଳ ବିଜେପିକୁ ବିଜୟୀ କରିବ। ଏହି ଉପନିର୍ବାଚନରେ ଜନଆସ୍ଥା ଦ୍ୱାରା ବିଜେପିର ବଡ଼ ବିଜୟ ହେବ ବୋଲି ଶୁକ୍ରବାର ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଧାମନଗର ନିର୍ବାଚନମଣ୍ଡଳୀର ଦୋବଲ ବଜାରରୁ ପ୍ରଥମେ ପଦଯାତ୍ରା ଆରମ୍ଭ କରିଥିଲେ। ପରେ ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ, ଅସୁରାଳୀ ଓ ଶହୀଦ ନଗରରେ ନିର୍ବାଚନୀ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀ ସୂରଜଙ୍କୁ ଭୋଟ୍ ଦେବା ପାଇଁ ନାଗରିକଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ସ୍ୱାଭିମାନୀ ଧାମନଗର ଜନତାଙ୍କ ବିଜେପି ପ୍ରତି ଆସ୍ଥା ଅବର୍ଣ୍ଣନୀୟ।

ନିର୍ବାଚନ ପ୍ରଚାର ସମୟରେ ଶ୍ରୀ ପ୍ରଧାନ ଧାମନଗର ଏନଏସି ସ୍ଥିତ ‘ମହତାବ ସେବା ସଦନ’ ପରିସରରେ ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡା. ହରେକୃଷ୍ଣ ମହତାବ ଏବଂ ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ‘ସାଗର ଭୂୟାଁ ଶିଶୁ ଉଦ୍ୟାନ’ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାଗର ଭୂୟାଁଙ୍କ ପବିତ୍ର ସ୍ମୃତି ପୀଠ ଓ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଧାମନଗର ଯିବାବେଳେ କେନ୍ଦ୍ରମନ୍ତ୍ରୀଙ୍କୁ ଚଣ୍ଡିଖୋଲ, ଧର୍ମଶାଳା, କୂଆଖିଆ, ପାଣିକୋଇଲି, ଧାମନଗର ସମେତ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତା ଓ ନାଗରିକଙ୍କ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତିହିଡି ବ୍ଲକର ପାଳିଆ ବଜାର, ଗଉମାଳା ଓ ବୋଡାକ ଠାରେ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସନ୍ତାକାଲି ଧାମନଗର ଉପନିର୍ବାଚନ ପ୍ରଚାରକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଠାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ତଥା ବିରୋଧୀ ଦଳର ଉପନେତା ଦିବଙ୍ଗତ ବିଷ୍ଣୁ ସେଠୀଙ୍କ ପୁତ୍ର ସୂର‌୍ୟ୍ୟବଂଶୀ ସୂରଜଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ପ୍ରଚାର କରିବେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅକ୍ଟୋବର ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଆସନ୍ତାକାଲି ଧାମନଗର ବ୍ଲକର ଦୋବଲ ବଜାରରୁ ପଦଯାତ୍ରା ଆରମ୍ଭ କରି ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ ଓ ଅସୁରାଳୀରେ ପ୍ରଚାର କରିବେ । ପରେ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ସେହି ସ୍ଥାନରେ ଶ୍ରୀ ପ୍ରଧାନଙ୍କ ପ୍ରଚାର କରିବାର କାର‌୍ୟ୍ୟକ୍ରମ ରହିଛି ।

ସେହିପରି ଅକ୍ଟୋବର ୨୯ରେ ତିହିଡି ବ୍ଲକର ପାଳିଆ ବଜାର, ଗୌମାଳା ଓ ବୋଡାକ ଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର‌୍ୟ୍ୟକ୍ରମ ରହିଛି ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଧର୍ମେନ୍ଦ୍ର ଏମିତି କାହିଁକି କଲେ? ମନୋଜ ମିଶ୍ରଣ ବେଳକୁ ଆସିଲେ, ତେଜେଶ୍ବର ବେଳକୁ ନାହିଁ

ଭୁବନେଶ୍ବର: ଓଡିଶା ବିଧାନାସଭା ନିର୍ବାଚନ ଆହୁରି ପ୍ରାୟ ବର୍ଷେ ପାଖାପାଖି ରହିଛି। ହେଲେ ଓଡିଶା ରାଜନୀତି ଏବେ ବେଶ୍ ସକ୍ରିୟ ହୋଇଯାଇଛି। ସାଧାରଣତଃ ନିର୍ବାଚନର କିଛି ମାସ ପୂର୍ବରୁ ଦଳ ଡିଆଁ ପର୍ବ ହୋଇଥାଏ। ହେଲେ ଏବେଠାରୁ ଏହି ଦଳବଦଳ ଉତ୍ସବ ଆରମ୍ଭ ହୋଇଯାଇଛି। ବିଶେଷ ଭାବେ ବିଜେଡି ଓ ବିଜେପି ଦଳରୁ ନେତାମାନେ ଡିଆଁଡିଇଁ ଆରମ୍ଭ କରିସାରିଲେଣି।

ସେହିପରି ଉତ୍ସବ ଗତ କିଛିଦିନ ଧରି ବିଜେପି ରାଜ୍ୟ କାର୍ଯ୍ୟଳୟରେ ଆୟୋଜିତ ହେବାରେ ଲାଗିଛି। ଏହି ଉତ୍ସବ ବିଜେପି ପାଇଁ କେତେ ଲାଭ ବା କ୍ଷତି ହେବ ତାହା ଭିନ୍ନ କଥା। କିନ୍ତୁ ଏହି ଉତ୍ସବରୁ ବାରି ହୋଇପଡୁଛି ଦଳ ଭିତରେ ଥିବା ଅନ୍ତଃଦ୍ବନ୍ଦ। କାରଣ କେଉଁ ନେତା କାହାକୁ ଦଳକୁ ଆଣିଲେ ଆଉ ସେହି ମିଶ୍ରଣ ଉତ୍ସବରେ କିଏ ଟୋପି ପିନ୍ଧାଇବ ତାହା ହିଁ ଏହି ଅନ୍ତଃଦ୍ବନ୍ଦକୁ ପଦାରେ ପକାଇଛି। ଏହାର ପ୍ରମାଣ ଗତି କିଛିଦିନ ତଳେ ଦୁଇଟି ମିଶ୍ରଣ ପର୍ବରୁ ସ୍ପଷ୍ଟ ହୋଇଛି।

ଗତ ସେପ୍ଟେମ୍ବର ୩୦ ତାରିଖରେ ବିଜେଡିର ମୁଖପାତ୍ର ତଥା କେନ୍ଦ୍ରାପଡାର ଯୁବ ନେତା ତେଜେଶ୍ବର ପରିଡା ବିଜେପିରେ ମିଶିଲେ।  ତାଙ୍କ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ପ୍ରମୁଖ ରହିଲେ। ସେଦିନ ସେହି ଅଫିସ ଭିତରେ ଖୋଦ ରାଜ୍ୟ ବିଜେପିର ହର୍ତ୍ତାକର୍ତ୍ତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ହେଲେ ମିଶ୍ରଣ ପର୍ବକୁ ଆସିଲେ ନାହିଁ। ଦୁଇ ମିନଟ ପାଇ ମଧ୍ୟ ମିଶ୍ରଣ ପର୍ବରେ ନିଜକୁ ସାମିଲ ନ କରି ଅଫିସରେ ଅନ୍ୟକାମ ପାଇଁ ବସି ରହିଲେ।

ସେହିପରି ଆଉ ଏକ ଘଟଣାକୁ ଦେଖିବା। ଏଇ ଅକ୍ଟୋବର ୪ ତାରିଖରେ ବିଜେପିରେ ମିଶିଲେ କଂଗ୍ରେସର ମୁଖପାତ୍ର ମନୋଜ ମହାପାତ୍ର ଏବଂ ତାଙ୍କ ସମର୍ଥକ। ସେହି ମିଶ୍ରଣ ପର୍ବରେ କିନ୍ତୁ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ମନୋଜ ଏବଂ ତାଙ୍କ ସମର୍ଥକଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ। ତେବେ ପ୍ରଶ୍ନ ଉଠୁଛି ଯେ, ଧର୍ମେନ୍ଦ୍ର ଏପରି କାହିଁକି କଲେ। ତେଜେଶ୍ବର କଣ ଭୁଲ କଲେ ଯେ, ସେ ଅଫିସରେ ଥାଇ ମଧ୍ୟ ତାଙ୍କୁ ସ୍ବାଗତ କଲେ ନାହିଁ। ଆଉ ମନୋଜ ମହାପାତ୍ର କଣ ହେଲେ ଯେ ତାଙ୍କୁ ସ୍ବାଗତ କଲେ।

ଏହାର କାରଣରେ ଏତିକି କୁହାଯାଇପାରେ ଯେ, ତେଜେଶ୍ବରଙ୍କୁ ବୈଜୟନ୍ତ ପଣ୍ଡା ଆଣିଛନ୍ତି। ତେଣୁ ସେ ସେହି କାର୍ଯ୍ୟକ୍ରମରେ ରହିବା ଉଚିତ ମଣିଲେ ନାହିଁ। ଏହା ନୁହେଁ ଯେ, ତେଜେଶ୍ବର ବିଜେପିରେ ସାମିଲ ହେବା ପୂର୍ବରୁ ଧର୍ମେନ୍ଦ୍ରଙ୍କ ସହିତ କଥା ହୋଇ ନ ଥିବେ।  ଏହା ନୁହେଁ ଯେ ଧର୍ମେନ୍ଦ୍ର ଏହି ମିଶ୍ରଣକୁ ଅନୁମତି ଦେଇ ନ ଥିବେ। ତାଙ୍କ ଜାଣତରେ ଏହା ନିଶ୍ଚିତ ହୋଇଥିବା। ହେଲେ ସେ ଏହି ମିଶ୍ରଣ ପର୍ବରେ ଯୋଗଦେବାକୁ ଉଚିତ ମନେ କଲେ ନାହିଁ। ଏହା ହିଁ ସ୍ପଷ୍ଟ ଯେ, ବୈଜୟନ୍ତ ଆଉ ଧର୍ମେନ୍ଦ୍ର ମଧ୍ୟରେ ରାଜନୈତିକ ସଂପର୍କ କିପରି ରହିଛି।

ବିଗତ ଦିନକୁ ଦେଖିଲେ ଏହା ସ୍ପଷ୍ଟ ଯେ, ଦଳର ଏମିତି କୌଣସି ମିଶ୍ରଣ ପର୍ବ ନାହିଁ ଯାହା କି ଧର୍ମେନ୍ଦ୍ର ଓଡିଶାରେ ଥିବେ ଆଉ ଏଥିରେ ଯୋଗ ଦେବେ ନାହିଁ। କୌଣସି ନେତା ବିଜେପିର ସାମିଲ ହେବାକୁ ଥିଲେ ଧର୍ମେନ୍ଦ୍ର ଦିଲ୍ଲୀରୁ ଦୈଡି ଆସନ୍ତି। ନିଜେ ମିଶ୍ରଣ ପୂର୍ବର ସମସ୍ତ କଥାବାର୍ତ୍ତା କରି ଦିନ ଧର୍ଯ୍ୟ କରନ୍ତି। ହେଲେ ସେଦିନ ଖୋଦ ଧର୍ମେନ୍ଦ୍ର ମିଶ୍ରଣ ପର୍ବ ବେଳେ ଦଳୀୟ କାର୍ଯ୍ୟାଳୟରେ ରହି ଏଥିରେ ଯୋଗ ନ ଦେବା ଏବଂ ମନୋଜ ମହାପାତ୍ରଙ୍କ ମିଶ୍ରଣରେ ଯୋଗ ଦେବାକୁ ନେଇ ଚର୍ଚ୍ଚା ଚାଲିଛି।

ତେବେ ଏ ସବୁ ବାଦବିବାଦ ଭିତରେ ତେଜେଶ୍ବର ପରିଡାଙ୍କ ରାଜନୈତିକ ଭବିଷ୍ୟତ କଣ ହେବ ତାହା ସନ୍ଦେହ ଜନକ। କାରଣ ‘ପ୍ରଧାନ’ ଆଉ ‘ପଣ୍ଡା’ ଙ୍କ ବଳ କଷାକଷି ମଝିରେ ‘ପରିଡା’ ଲହୁଲୁହାଣ ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

‘ବିଜେପିର ଯାତ୍ରା’ ପୁସ୍ତକକୁ ଉନମୋଚନ କଲେ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଆଜି ‘ଅମିତ ସାହା ଏବଂ ବିଜେପି ଯାତ୍ରା’ ପୁସ୍ତକର ଓଡିଆ ଅନୁବାଦକୁ ଉନମୋଚନ କରିଛନ୍ତି ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ସେ ଏହି ଉତ୍ସବର ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ଏହି ପୁସ୍ତକୁ ଉନମୋଚନ କରିଛନ୍ତି।

ଭୁବନେଶ୍ବରର ମେ ଫାୟାର କନଭେନସନ ହଲରେ ଆୟୋଜିତ ଏହି ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ସଭାପତି ସମୀର ମହାନ୍ତି ଏବଂ ସାମ୍ବାଦିକ ସପନ ଦାସଗୁପ୍ତା ମଧ୍ୟ ଯୋଗ ଦେଇଥିଲେ।

ହିନ୍ଦି ଓ ଇଂରାଜୀରେ ଏହି ପୁସ୍ତକକୁ ରଚନା କରିଛନ୍ତି ଅର୍ନିବାଣ ଗାଙ୍ଗୋଲି ଏବଂ ଶିବାନନ୍ଦ ଦ୍ବିବେଦୀ। ଯାହାର ଓଡିଆ ଅନୁବାଦ କରାଯାଇଛି। ଏହି ଉତ୍ସବରେ ସୌମ୍ୟରଂଜନ ଯୋଗ ଦେଇ ଅମିତ ସାହାଙ୍କ ରଣନୀତିକୁ ବେଶ ପ୍ରଶଂସା କରିଥିଲେ।

ସେ କହିଥିଲେ ଯେ, ଏହି ପୁସ୍ତକଟି କେବଳ ବିଜେପି ନୁହେଁ ଅନ୍ୟ ଦଳର ନେତା ମଧ୍ୟ ପାଠ କରିବା ଉଚିତ। କାରଣ ଜଣେ ସଫଳ ନେତା ହେବା ପାଇଁ ଯାହା ଦରକାର ତାହା ଏହି ପୁସ୍ତକରେ ରହିଛି। ତେବେ ବିଜେଡି ବିଧାୟକ ଭାବେ ବିଜେପି ଯାତ୍ରା ପୁସ୍ତକୁ ଉନମୋଚନ କରିବା ନେଇ ବିଭିନ୍ନ ମହଲରେ ସମାଲୋଚନା କରାଯାଇଛି।