ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ଆଜି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ପରିମାଣ ବଢିବ। ଏହାର ପ୍ରଭାବରେ ଦକ୍ଷିଣ ଉପକୂଳରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିଭଳି ପାଣିପାଗ ବିଭାଗ କିଛି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ଅନୁଗୁଳ, କୋରାପୁଟ ଓ ମାଲକାନଗିରିରେ ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Tag: ଘଡଘଡି
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୧୬ ତାରିଖରୁ ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୬ ତାରିଖରୁ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।
ତେବ ୧୬ ତାରିଖରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ କିଛି କିଛି ଜିଲ୍ଲାରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
ସେହିଭଳି ଆସନ୍ତାକାଲି ଠାରୁ ରାତ୍ରିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ରାତ୍ରି ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଭୁବନେଶ୍ୱର: ଆସନ୍ତାକାଲିଠାରୁ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ଏନେଇ ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ଆସନ୍ତାକାଲି ଠାରୁ ୪ ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି।
ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।
ସେହିପରି ୧୯ ତାରିଖ ପାଇଁ ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଘଡ଼ଘଡ଼ି ସମୟରେ ଘରୁ ବାହାରିଲା ବେଳେ ସତର୍କ ରହିବାକୁ କୁହାଯାଇଛି।
ଭୁବନେଶ୍ବର : କଟକ-ଭୁବନେଶ୍ବରର ପାଇଁ ପାଣିପାଗ ବିଭାଗ ଓ୍ବାର୍ଣ୍ଣିଂ ଜାରି କରିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । କଟକ-ଭୁବନେଶ୍ବରରେ ମଧ୍ୟ ବର୍ଷା ଲାଗି ରହିଛି । ଟୁଇନ୍ ସିଟିରେ ଘଡଘଡି ବର୍ଷା ହେବା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଆଗାମୀ 2/3 ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ବର୍ଷା ହୋଇପାରେ । ଏହି ସମୟରେ ରାସ୍ତା ଦୃଶ୍ୟମାନ ମଧ୍ୟ ନ ହୋଇପାରେ ବୋଲି ସୂଚନା ରହିଛି । ଟୁଇନ୍ ସିଟିରେ ପ୍ରବଳ ବର୍ଷା ଲାଗି ରହିଛି । ବର୍ଷା ଯୋଗୁଁ ରାସ୍ତା ଖସଡା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ପାଣି ଜମିବା ସହ ରାସ୍ତା ଦୃଶ୍ୟମାନ ନ ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।
ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ଚାରି ଦିନ ଏମିତି ପାଗ ଲାଗି ରହିବ। ଆସନ୍ତାକାଲି (ଶନିବାର)ଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର 12 ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।