ସୀତାରାମ ଅଗ୍ରୱାଲ
ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଗତକାଲି କରୋନା ସ୍ଥିତି ଉପରମୁହାଁ ଥିବା ବେଳେ ଆଜି ତଳ ମୁହାଁ ହୋଇଛି। ଯାହା ଲୋକଙ୍କୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲିର ସଂଖ୍ୟାଠାରୁ ଅଧା।
ଚିହ୍ନଟ ହୋଇଥିବା ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୨ ଜଣ, ବାଲୁଗାଁ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଆଜି ୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୦ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୫୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୨୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।
ତେବେ ଆସନ୍ତାକାଲି କେବଳ ବାଣପୁରରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର, ଗମ୍ଭାରୀମୁଣ୍ଡା, ସୁନାଖେଳା ଏବଂ ନୀଳାଦ୍ରିପ୍ରସାଦରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ୧୦୦ଜଣ ନାଗରିକ ମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।
ସାମ୍ଭାବ୍ୟ ବାତ୍ୟା ପାଇଁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ସମସ୍ତ କେନ୍ଦ୍ରରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ବାଲୁଗାଁ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।