Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶା ଟେଲିକମ ବଜାରରେ ଜିଓର ଜୟଯାତ୍ରା ଜାରି, ସେପ୍ଟେମ୍ବରରେ ଯୋଡ଼ିଲା ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବର ମାସରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍ ଗ୍ରାହକ ଯୋଡ଼ିଛି। ରାଜ୍ୟରେ ସେପ୍ଟେମ୍ବର ମାସରେ ନୂତନ ମୋବାଇଲ ଗ୍ରାହକ ଯୋଡ଼ିବାରେ ଜିଓ ଏକମାତ୍ର ସେବା ପ୍ରଦାନକାରୀ ରହିଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି । ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ସେପ୍ଟେମ୍ବର ମାସରେ ଓଡ଼ିଶାରେ ୯୮,୦୦୦ରୁ ଅଧିକ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ, ବିଏସ୍‌ଏନ୍‌ଏଲ୍ ଏବଂ ୱି ଏହି ସମୟରେ ହଜାର ହଜାର ଗ୍ରାହକ ହରାଇଛନ୍ତି । ୨୦୨୩ ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶାରେ ଜିଓର ମୋଟ ପ୍ରାୟ ୧.୪୫ କୋଟି ମୋବାଇଲ ଗ୍ରାହକ ଏବଂ ୨.୪୫ ଲକ୍ଷ ଜିଓଫାଇବର ହାଇସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ ଉପଭୋକ୍ତା ରହିଥିବା ଏଥିରେ ପ୍ରକାଶ ପାଇଛି । ଏଥିସହିତ ଉଭୟ ଓୟାରଲେସ୍ ଏବଂ ଓୟାରଲାଇନ୍ କ୍ଷେତ୍ରରେ ରାଜ୍ୟରେ ଜିଓ ନିଜର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି । ତେବେ ଜିଓ ବ୍ୟତୀତ ଅନ୍ୟ ସମସ୍ତ ସେବା ପ୍ରଦାନକାରୀ ସେପ୍ଟେମ୍ବର ମାସରେ ଗ୍ରାହକ ହରାଇବା ଫଳରେ ଓଡ଼ିଶାରେ ମୋଟ ମୋବାଇଲ ଉପଭୋକ୍ତା ସଂଖ୍ୟା ୪ ଲକ୍ଷରୁ ଅଧିକ ହ୍ରାସ ପାଇ ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୩.୩୨ କୋଟିରେ ପହଁଚିଥିବା ଜଣାପଡିଛି ।

ଜାତୀୟ ସ୍ତରରେ ମଧ୍ୟ ଜିଓ ସେପ୍ଟେମ୍ବର ମାସରେ ସର୍ବାଧିକ ଗ୍ରାହକ ଯୋଡ଼ି ନିଜର ଆଧିପତ୍ୟ ବଜାୟ ରଖିଛି । ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସେପ୍ଟେମ୍ବରରେ ଜିଓ ଦେଶରେ ୩୪ ଲକ୍ଷରୁ ଅଧିକ ଗ୍ରାହକ ଯୋଡ଼ିଛି, ଯାହା ଫଳରେ ଏହାର ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୪୪୯ ନିୟୁତରୁ ଅଧିକ ହୋଇଛି ଏବଂ ଦେଶର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବରେ ଏହା ନିଜର ସ୍ଥିତିକୁ ଆହୁରି ସୁଦୃଢ଼ କରିଛି ।

ସୂଚନାଯୋଗ୍ୟ ଯେ ରିଲାଏନ୍ସ ଜିଓ ଓଡ଼ିଶାରେ ଟେଲିକମ କ୍ଷେତ୍ରରେ ସର୍ବାଧିକ ୪୩.୬% ଗ୍ରାହକ ବଜାର ଅଂଶ ଏବଂ ସର୍ବାଧିକ ୫୨% ରାଜସ୍ୱ ବଜାର ଅଂଶ ସହିତ ଓଡ଼ିଶାର ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ପ୍ରଦାନକାରୀ ହୋଇରହିଛି । ଓଡ଼ିଶାରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଜିଓ ଓଡ଼ିଶାରେ ଦ୍ରୁତ ଗତିରେ ନିଜର ଟ୍ରୁ-୫ଜି ନେଟୱାର୍କକୁ ବିସ୍ତାର କରୁଛି ଏବଂ ରାଜ୍ୟର ସମସ୍ତ ଜିଲ୍ଲାରେ ୫ଜି ନେଟୱାର୍କ ଉପସ୍ଥିତି ଥିବା ପ୍ରଥମ ଟେଲିକମ ଅପରେଟର ଅଟେ ।

ଜିଓ ନିକଟରେ ଓଡ଼ିଶାରେ ବିଶ୍ୱସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ, ସ୍ମାର୍ଟ ଗୃହ ସେବା ଏବଂ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସମନ୍ୱିତ ଏଣ୍ଡ-ଟୁ-ଏଣ୍ଡ୍ ସମାଧାନ ଜିଓ ଏୟାରଫାଇବର୍ ସେବା ଆରମ୍ଭ କରିଛି । ଜିଓଏୟାରଫାଇବ‍ର୍ ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂର କରିବ ଏବଂ ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ୍‌‍ ବ୍ରଡବ୍ୟାଣ୍ଡ୍‌‍ ସୁବିଧା ବିଭିନ୍ନ ଜଟିଳତା ତଥା ସେମାନଙ୍କ ପରିସରକୁ ଅପ୍‌‍ଟିକାଲ-ଫାଇବର ସମ୍ପ୍ରସାରଣରେ ବିଳମ୍ବ ଘଟିବା କାରଣରୁ ଉପଲବ୍ଧ ହେଉନଥିଲା ସେଭଳି ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ଏହା ସଂଯୋଗ କରିବ । ଭୁବନେଶ୍ୱର ଓ କଟକ ସହରରେ ଜିଓ ଏୟାରଫାଇବର ସେବା ବେଶ ଆଦୃତ ହେବା ସହିତ ଉଭୟ ସହରର ସମସ୍ତ ଘର ଓ ବ୍ୟବସାୟଗୁଡିକୁ ଗୋଟିଏ ସମନ୍ୱିତ ସେବା ମାଧ୍ୟମରେ ବିଶ୍ୱସ୍ତରୀୟ ଅତ୍ୟାଧୁନିକ ଗୃହ ମନୋରଞ୍ଜନ, ବ୍ରଡବ୍ୟାଣ୍ଡ ଏବଂ ଡିଜିଟାଲ ଅଭିଜ୍ଞତା ଉପଭୋଗ କରିପାରିବ ସୁଯୋଗ ପ୍ରଦାନ କରୁଛି ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶାରେ ସ୍ଥିତି ସୁଦୃଢ଼ ଦୃଢ଼ କଲା ଜିଓ, ମେ’ରେ ଯୋଡ଼ିଲା ୧.୮୫ ଲକ୍ଷ ନୂଆ ଗ୍ରାହକ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ଓଡ଼ିଶାର ସବୁଠୁ ପସନ୍ଦର ଓ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ନିଜର ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୨ ମେ’ ମାସରେ ଓଡ଼ିଶାରେ ୧.୮୫ ଲକ୍ଷରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ (ଟ୍ରାଇ) ଆଜି ଜାରି କରିଥିବା ଟେଲିକମ୍ ଗ୍ରାହକଙ୍କ ତଥ୍ୟରୁ ଜଣାପଡ଼ିଛି।

ଟ୍ରାଇ ପକ୍ଷରୁ ପ୍ରକାଶ ପାଇଥିବା ତଥ୍ୟ ଅନୁଯାୟୀ, ୨୦୨୨ ମେ’ ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ିଛି । ରାଜ୍ୟରେ ନିଜର ଏକ ନମ୍ବର ସ୍ଥିତିକୁ ଆହୁରି ଦୃଢ଼ କରି ରିଲାଏନ୍ସ ଜିଓ ଏହି ମାସରେ ୧,୮୫,୪୪୧ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ିଛି ଯାହା ଫଳରେ ଓଡ଼ିଶାରେ କଂପାନିର ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୧.୩୬ କୋଟିରେ ପହଂଚିଛି ଓ ରାଜ୍ୟରେ ଏହା ସାମଗ୍ରିକ ଭାବେ ୪୧.୫ ପ୍ରତିଶତ ବଜାର ଅଂଶ ହାସଲ କରିଛି। ଗୁରୁତ୍ୱପୂର୍ଣ୍ଣ ହେଉଛି, ଓଡ଼ିଶାରେ ଜିଓର ସକ୍ରିୟ ମୋବାଇଲ୍ ଗ୍ରାହକଙ୍କ ୯୯%ରୁ ଅଧିକ ରହିଛି ଏବଂ ରାଜ୍ୟରେ ସକ୍ରିୟ ମୋବାଇଲ୍ ଗ୍ରାହକ ଦୃଷ୍ଟିରୁ କଂପାନିର ବଜାର ଅଂଶ ପ୍ରାୟ ୪୫% ରହିଛି। ଏହାର ସର୍ବବୃହତ ବାସ୍ତବ ୪ଜି ନେଟୱର୍କ, ଅପହଂଚ ଅଂଚଳରେ ସଂଯୋଗର ଦ୍ରୁତ ସମ୍ପ୍ରସାରଣ ଓ ସୁଲଭ ମୂଲ୍ୟ ସହିତ ସାରା ରାଜ୍ୟରେ ନିରବଚ୍ଛିନ୍ନ ହାଇ-ସ୍ପିଡ୍ ଇଟଂରନେଟ୍ ଯୋଗୁଁ ଏହା ସମ୍ଭବ ହୋଇପାରିଛି।

ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶାରେ ଏୟାରଟେଲ୍ ମେ’ ମାସରେ ୭୧,୮୯୦ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ବିଏସ୍‌ଏନ୍‌ଏଲ୍ ୧୨,୬୬୯ ନୂଆ ଗ୍ରାହକ ଯୋଡ଼ିିଛି। ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ, ମେ’ ମାସରେ ଓଡ଼ିଶାରେ ଭୋଡାଫୋନ୍ ଆଇଡିଆ ୨୦,୩୧୯ ଜଣ ଗ୍ରାହକଙ୍କୁ ହରାଇଛି। ୨୦୨୨ ମେ’ ମାସ ସୁଦ୍ଧା ରାଜ୍ୟରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୨,୪୯,୬୮୧ ବୃଦ୍ଧି ପାଇ ୩.୨୮ କୋଟିରେ ପହଂଚିଛି।
ଜାତୀୟ ସ୍ତରରେ ରିଲାଏନ୍ସ ଜିଓ ୨୦୨୨ ମେ’ ମାସରେ ସର୍ବାଧିକ ୩୧ ଲକ୍ଷ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି।

ପୁନଶ୍ଚ, ରାଜ୍ୟର ଅଗ୍ରଣୀ ଫିକ୍ସଡ୍ ଲାଇନ୍ ବ୍ରଡ୍‌ବ୍ୟାଣ୍ଡ୍ ସେବା ପ୍ରଦାନକାରୀ ଭାବେ ରିଲାଏନ୍ସ ଜିଓ ୨୦୨୨ ମେ’ ମାସରେ ୬୩୭୬ ନୂଆ ଜିଓଫାଇବର୍ ହାଇ-ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଗ୍ରାହକ ଯୋଡ଼ିଛି, ଫଳରେ ମେ’ ମାସ ଶେଷ ସୁଦ୍ଧା ରାଜ୍ୟରେ ଜିଓଫାଇବର ଗ୍ରାହକ ସଂଖ୍ୟା ୧,୪୧,୩୪୬ରେ ପହଂଚିଛି। ଦେଶର ସବୁଠୁ ଲୋକପ୍ରିୟ ହାଇ-ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ସେବା ଜିଓଫାଇବର୍‌କୁ ଓଡ଼ିଶାର ପ୍ରମୁଖ ସହର ଓ ନଗରଗୁଡ଼ିକରେ ଦ୍ରୁତ ସମ୍ପ୍ରସାରଣ ଜାରି ରଖାଯାଇଥିବା ଯୋଗୁଁ ଏହା ସମ୍ଭବ ହୋଇପାରିଛି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଜିଓ ଏକମାତ୍ର ଅପରେଟର ଭାବରେ ଓଡ଼ିଶାରେ ଅଗଷ୍ଟରେ ନୂଆ ଗ୍ରାହକ ଯୋଗ କରିଛି: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ଯୋଗାଣକାରୀ ଭାବରେ ନିଜର ଚମତ୍କାର ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ଏକମାତ୍ର ଅପରେଟର ଭାବରେ ଓଡ଼ିଶାରେ ଅଗଷ୍ଟ ମାସରେ ନୂଆ ମୋବାଇଲ ଗ୍ରାହକ ଯୋଗ କରିଥିବା ଭାରତୀୟ ଦୂରସଂଚାର ନିୟନ୍ତ୍ରଣ କର୍ତୃପକ୍ଷ (ଟ୍ରାଇ)ର ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟରୁ ଜଣାପଡିଛିି। ଏହି ମାସରେ ଏୟାରଟେଲ, ଭୋଡାଫୋନ ଆଇଡିଆ ଏବଂ ବିଏସଏନଏଲ ଭଳି ଅନ୍ୟ ସମସ୍ତ ଅପରେଟର ହଜାର ହଜାର ସଂଖ୍ୟାରେ ଗ୍ରାହକ ହରାଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ତଥ୍ୟରେ ଉଲ୍ଲେଖ କରାଯାଇଛି।

ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଅଗଷ୍ଟ ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ୨୯,୯୮୯ ନୂଆ ମୋବାଇଲ ଗ୍ରାହକ ଏବଂ ପ୍ରାୟ ୬୦୦୦ ଜିଓ ଫାଇବର ଗ୍ରାହକ ଯୋଗ କରିଛି। ଅନ୍ୟପକ୍ଷରେ ସେହି ମାସରେ ଓଡିଶାରେ ଭାରତୀ ଏୟାରଟେଲ ୧,୦୧,୯୨୮  ଗ୍ରାହକ ହରାଇଛି। ଅନ୍ୟମାନଙ୍କ ମଧ୍ୟରେ ବିଏସଏନଏଲ ୪୧,୪୬୮ ମୋବାଇଲ ଗ୍ରାହକ ହରାଇଥିବାବେଳେ ଭୋଡାଫୋନ ଆଇଡିଆ ୩୮୬୨୭ ଗ୍ରାହକ ହରାଇଥିବା ଏହି ତଥ୍ୟରୁ ଜଣାପଡିଛି। ଅଗଷ୍ଟରେ ଓଡ଼ିଶାରେ ମୋଟ ମୋବାଇଲ ଗ୍ରାହକ ସଂଖ୍ୟାରେ ୧,୫୨,୦୪୫ ହ୍ରାସ ଘଟି ଅଗଷ୍ଟ ୩୧ ତାରିଖ ସୁଦ୍ଧା ଏହା ୩.୪୯ କୋଟି ରହିଥିବା ଉଲ୍ଲେଖ ରହିଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ରିଲାଏନ୍ସ ଜିଓ ତାହାର ସୁଦୃଢ ୪ଜି ନେଟୱର୍କ, ଦୁର୍ଗମ ଓ ଏପର୍ଯ୍ୟନ୍ତ ଅସଂଯୁକ୍ତ ଥିବା ଅଂଚଳଗୁଡିକୁ ଦ୍ରୁତ ନେଟ୍‌ୱର୍କ ସମ୍ପ୍ରସାରଣ ତଥା ଗ୍ରାହକଙ୍କ ପାଇଁ ସୁଲଭ ସେବା ଆଧାରରେ ପ୍ରତି ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡିଚାଲିଛି। ରାଜ୍ୟରେ ଟେଲିକମ୍ କ୍ଷେତ୍ରରେ ଜିଓ ୪୩.୯% ଗ୍ରାହକ ବଜାର ଅଂଶ ଏବଂ ମୋଟ ଦୂରସଂଚାର ରାଜସ୍ୱର ୫୨.୩% ବଜାରଅଂଶ ସହିତ ଏକ ନମ୍ବର ଡିଜିଟାଲ ସେବା ଯୋଗାଣକାରୀ ହୋଇଛି। ଏହା ମଧ୍ୟ ଓଡ଼ିଶାର ପ୍ରମୁଖ ସହର ଓ ନଗରଗୁଡିକରେ ନିଜର ହାଇସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓ ଫାଇବରର ଦ୍ରୁତ ସମ୍ପ୍ରସାରଣ କରୁଛି। ସଂପ୍ରତି ଓଡ଼ିଶାରେ ୭୬,୦୦୦ରୁ ଅଧିକ ଜିଓଫାଇବର୍ ଗ୍ରାହକ ରହିଛନ୍ତି ଏବଂ ଏହା ରାଜ୍ୟର ୨୬ଟି ସହର ଓ ନଗରର ପ୍ରମୁଖ ଅଂଚଳରେ ଉପଲବ୍ଧ ହେଉଛି।

ଜାତୀୟ ସ୍ତରରେ ଜିଓ ମଧ୍ୟ ଚଳିତ ବର୍ଷ ଅଗଷ୍ଟ ମାସରେ ସର୍ବାଧିକ ୬.୪୯ ଲକ୍ଷ ମୋବାଇଲ ଗ୍ରାହକ ଯୋଗ କରିଛି। ଏଥିସହିତ ଟ୍ରାଇ ପକ୍ଷରୁ ନିକଟରେ ପ୍ରକାଶିତ ୪ଜି ସ୍ପିଡ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ପୁନଶ୍ଚ ୪ଜି ଡାଉନଲୋଡ ସ୍ପିଡରେ ଶୀର୍ଷରେ ରହିବା ସହିତ ଚଳିତ ବର୍ଷ ସେପ୍ଟେମ୍ବର ମାସରେ ସର୍ବାଧିକ ୨୦.୯ ଏମବିପିଏସ୍ ହାରାହାରି ଡାଉନଲୋଡ ସ୍ପିଡ ହାସଲ କରିଛି।