Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ତୃତୀୟ ଦିବସରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ 

ପୁରୀ: ପଞ୍ଚୁକ ବ୍ରତର ଆଜି ଗୁରୁବାର ତୃତୀୟ ଦିବସରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପରେ ଅନୁଷ୍ଠିତ ହେବ। ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିବା ବେଳେ ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ। ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ।

ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ। ଏଥି ସହିତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ।

କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚୁକ ସମୟରେ ଭିନ୍ନ ଭିନ୍ନ ବେଶ ଦର୍ଶନ ଅଶେଷ ପୂର୍ଣ ପ୍ରାପ୍ତି ମିଳିଥାଏ ବୋଲି ବିଶ୍ୱାସ ଥିବାରୁ ଲକ୍ଷାଧିକ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଶ୍ରୀକ୍ଷେତ୍ରରେ ପରିଲକ୍ଷିତ ହେଉଅଛି। ଅନ୍ୟପକ୍ଷରେ ଚଳିତବର୍ଷ ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ପଡ଼ୁଥିବା ବେଳେ ଚତୃଦଶୀ ତିଥି କ୍ଷୟ ପଡୁଥିବା ହେତୁ ମହାପ୍ରଭୁଙ୍କ ଲକ୍ଷ୍ମୀ ନୃସିଂହ ବେଶ ବା ଡାଳିକିଆ ବେଶ ଅନୁଷ୍ଠିତ ହେବ ନାହିଁ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଆସନ୍ତାକାଲିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପଞ୍ଚୁକ ବ୍ରତ

ପୁରୀ: ଆସନ୍ତାକାଲିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ପଞ୍ଚୁକ ବ୍ରତ। ଚଳିତ ବର୍ଷ ପଞ୍ଚୁକ ୪ ଦିନ ପଡୁଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତ ଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ରହିବ।  ତେବେ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନପାଇଁ ବ୍ୟାରିକେଡ଼ର  ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ ଆଜି ଶ୍ରୀମନ୍ଦିରରେ ଭକ୍ତ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କୁ ରାଧାଦାମୋଦର ବେଶ ଓ ହରିହର ବେଶରେ ଦର୍ଶନ କରି ସୌଭାଗ୍ୟ ପ୍ରାପ୍ତି ଲାଭ କରିଛନ୍ତି। ତେବେ ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ର ରେ ଆଜିଠୁ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଇଥିବା ବେଳେ ଚଳିତ ବର୍ଷ ପଞ୍ଚୁକ ଚାରି ଦିନ ପଡୁଅଛି। ପଞ୍ଚୁକ ତିଥିରେ ଏକ ଦିବସ କ୍ଷୟ ପଡୁଥିବାରୁ ଚଳିତ ବର୍ଷ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ ନାହିଁ ।

ପଞ୍ଚକର ପ୍ରଥମ ଦିବସ ଆସନ୍ତାକାଲି ବଡ଼ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀ ନାରାୟଣ ବେଶ ଅନୁଷ୍ଠିତ  ହେବ। ବିଶ୍ୱାସ ରହିଅଛି ଯେଉଁ ମାନେ ମାସକ ଯାକ କାର୍ତିକ ବ୍ରତ କରି ନ ଥାନ୍ତି ସେହିମାନେ ଏହି ପଂଚୁକ ବ୍ରତ ନିଷ୍ଠାର ସହ  ପାଳନ କଲେ ସମପରିମାଣର ପୂଣ୍ୟ ମିଳିଥାଏ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ ସଂସ୍କୃତି

ଆରମ୍ଭ ହୋଇଗଲା ପଞ୍ଚୁକ, ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ

ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି। ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି। ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି। ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି। ତେଣୁ ଏହାକୁ \’ବକ ପଞ୍ଚକ\’ କୁହାଯାଏ।

ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ। ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ। ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି। କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ। ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା। ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ। ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ। ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି।

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର‌୍ୟ୍ୟନ୍ତ ପରମ ପବିତ୍ର ଦିବସ। ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି ଓ ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି। “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି ଓ” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି ଓ ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ ଓ ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ। “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି ।” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ ଓ ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ। ସ୍କନ୍ଦ ପୁରାଣ ମତରେ…

“ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ
ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ
ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି
ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ
ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍
ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି ”

ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ ଓ ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ ଓ ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି ଓ କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ ଓ ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା।

ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ ଓ ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ ଓ ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ ଓ ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ।

ମନ୍ତ୍ର ହେଉଛି-

“ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ
ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ ଓ”

ଆଜନ୍ମ ବ୍ରାହ୍ମଚର‌୍ୟ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି। ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ମଧ୍ୟ ପାଳନ କରନ୍ତି।

Categories
ବିଶେଷ ଖବର ସଂସ୍କୃତି

ଆରମ୍ଭ ହୋଇଗଲା ପଞ୍ଚୁକ, ଜାଣନ୍ତୁ କଣ ରହିଛି ଏବଂ କିପରି ପାଳନ କରାଯାଇ ଥାଏ ଏହି ବ୍ରତ

ଭୁବନେଶ୍ବର, କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି। ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ \’ବକ ପଞ୍ଚକ\’ କୁହାଯାଏ।

ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ। ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି। କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ। ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା। ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ। ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର‌୍ୟ୍ୟନ୍ତ ପରମ ପବିତ୍ର ଦିବସ । ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି ଓ ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି । “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି ଓ” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି ଓ ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ ଓ ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ। “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି ।” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ ଓ ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । ସ୍କନ୍ଦ ପୁରାଣ ମତରେ

“ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ
ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ
ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି
ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ
ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍
ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି ”

ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ ଓ ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ ଓ ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି ଓ କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ ଓ ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା।

ଏଣୁ ଆଜିଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ ଓ ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ ଓ ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ ଓ ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ।

ମନ୍ତ୍ର ହେଉଛି-

“ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ
ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ ଓ”

ଆଜନ୍ମ ବ୍ରାହ୍ମଚର‌୍ୟ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ମଧ୍ୟ ପାଳନ କରନ୍ତି।