Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟ ସରକାରଙ୍କ ଘୋଷଣା, ପଦ୍ମ ପୁରସ୍କାରଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ମାସିକ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି ଦେବାକୁ ଘୋଷଣା କରିଛନ୍ତି। ଏହି ସହାୟକ ରାଶି ଚଳିତ ଜାନୁଆରୀ ମାସଠାରୁ ପ୍ରଦାନ କରାଯିବ ବୋଲି ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଜାରି କରାଯାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଘୋଷଣାର ମୁଖ୍ୟାଂଶ

  • ପଦ୍ମଶ୍ରୀ, ପଦ୍ମଭୂଷଣ, ଏବଂ ପଦ୍ମ ବିଭୂଷଣ ସମ୍ମାନ ପ୍ରାପ୍ତ ବ୍ୟକ୍ତିମାନଙ୍କୁ ଏହି ସହାୟକ ରାଶି ପ୍ରଦାନ କରାଯିବ।
  • ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ଏହି ଲାଭ ମିଳିବ।
  • ସହାୟକ ରାଶି ପାଇଁ ରାଜ୍ୟ ସରକାର ପ୍ରତିବର୍ଷ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା:

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏହା ଓଡିଶାର ଗର୍ବ ବଢ଼ାଇବ। ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ ଅବଦାନ ରଖିଥିବା ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ଏହା ଉତ୍ସାହିତ କରିବ।ଏହି ଘୋଷଣା ଦ୍ୱାରା ରାଜ୍ୟରେ ପଦ୍ମ ପୁରସ୍କାର ବିଜେତାଙ୍କ ସମ୍ମାନ ବଢ଼ିବା ସହିତ ନୂଆ ଇତିହାସ ସୃଷ୍ଟି ହେବ।

ପୂର୍ବ ସରକାର ଏହି ପଦ୍ମ ବିଜେତାଙ୍କୁ ଦଶ ହଜାର ଟଙ୍କା ଲେଖାଏଁ ମାସିକ ସହାୟକ ରାଶି ପ୍ରଦାନ କରୁଥିଲେ।

Categories
ଆଜିର ଖବର ଜାତୀୟ ଖବର

ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନର ଦରବାର ହଲରେ ଆୟୋଜିତ ଏକ ସମ୍ମାନ ପ୍ରଦାନ ସମାରୋହରେ ୨୦୨୩ ବର୍ଷ ପାଇଁ ତିନୋଟି ପଦ୍ମ ବିଭୂଷଣ, ଚାରିଟି ପଦ୍ମ ଭୂଷଣ ଏବଂ ୪୭ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି।

ଏହି ଅବସରରେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ ର୍ବିଲା, କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ କେନ୍ଦ୍ର ମନ୍ତ୍ରୀମାନେ ଯୋଗ ଦେଇଥିଲେ।

ସମ୍ମାନ ପ୍ରଦାନ ସମାରୋହ ପରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ କେନ୍ଦ୍ର ମନ୍ତ୍ରୀମାନେ ନୂଆଦିଲ୍ଲୀ ସ୍ଥିତ ସୁଷମା ସ୍ୱରାଜ ଭବନରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ରାତ୍ର ଭୋଜନରେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ସହ ଆଲୋଚନା କରିଥିଲେ।

ଆସନ୍ତାକାଲି (ମାର୍ଚ୍ଚ ୨୩, ୨୦୨୩) ସକାଳେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ ଜାତୀୟ ଯୁଦ୍ଧ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେମାନେ ଅମୃତ ଉଦ୍ୟାନ ଏବଂ ରାଷ୍ଟ୍ରପତି ଭବନ ପରିଦର୍ଶନ କରିବା ସହିତ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ମଧ୍ୟ ବୁଲି ଦେଖିବେ।