Categories
ଆଜିର ଖବର ରାଜ୍ୟ ଖବର

ବାଲୁକା କଳାରେ ପ୍ରଫୁଲ କରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର: ଗତକାଲି ପ୍ରଖ୍ୟାତ ଓଡିଆ ସଂଗୀତଜ୍ଞ ପ୍ରଫୁଲ କରଙ୍କ ଦେହାନ୍ତ ହୋଇଯାଇଛି। ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ ହୋଇଛି। ତାଙ୍କର ପରଲୋକ ନେଇ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଏପରି କ୍ଷେତ୍ରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କ କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ସୁଦର୍ଶନ ପୁରୀ ବେଳା ଭୂମିରେ ପ୍ରଫୁଲ କରଙ୍କ ଏକ ବାଲୁକା କଳା ନିର୍ମାଣ କରିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆସିଛି ଏକା ଯିବି ମୁଁ ଏକା ହୋଇ। ଏଥିସହିତ ସେ ଲେଖିଛନ୍ତି ପ୍ରଫୁଲ କରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି। ସୁଦର୍ଶନ ଏହି କଳାରେ ସେ ପ୍ରଫୁଲଙ୍କ ଚିରାଚରିତ ପଂଜାବି ଏବଂ ଉତ୍ତରୀୟକୁ ପ୍ରଦର୍ଶିତ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ପ୍ରଫୁଲ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ନୂଆଦିଲ୍ଲୀ: ପ୍ରଖ୍ୟାତ ସଂଗୀତଜ୍ଞ ପ୍ରଫୁଲ କରଙ୍କ ବିୟୋଗଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ସେ ଓଡିଆରେ ଟୁଇଟି କରି ଏହି ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ,

“ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।”

Categories
ବିଶେଷ ଖବର ସଂସ୍କୃତି

ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରିବାକୁ ଘୋଷଣା

ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି।

ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏକ ଟୁଇଟ ମାଧ୍ୟମରେ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।”

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହି ଅନୁସାରେ ମନ୍ତ୍ରୀ ପ୍ରତାପ ଜେନା ଏବଂ ମନ୍ତ୍ରୀ ସମୀର ଦାସ ପୁରୀ ସ୍ବର୍ଗଦ୍ବାରରେ ହେବକୁ ଥିବା ଶେଷକୃତ୍ୟରେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରଖ୍ୟାତ ସଂଗୀତଜ୍ଞ ପ୍ରଫୁଲ କର ଆଉ ନାହିଁନ୍ତି, ଓଡିଆ ସଂଗୀତ ଜଗତରେ ଶୋକ ପ୍ରକାଶ

ଭୁବନେଶ୍ବର: ଓଡିଆ ସଂଗାତ ଜଗତର ପ୍ରଖ୍ୟାତ ସଂଗୀତଜ୍ଞ ପ୍ରଫୁଲ କର ଆଉ ନାହାଁନ୍ତି। ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି। ସେ ଗତକାଲି ସ୍ବାଭାବିକ ଭାବେ ରାତ୍ରୀ ଭୋଜନ କରି ବିଶ୍ରାମ କରିଥିଲେ। ହେଲେ ରାତିରେ ସେ ହଠାତ ଅସୁସ୍ଥ ହୋଇପଡିଲେ। ତାଙ୍କର ଅକ୍ସିଜେନ ଲେବୁଲ ହ୍ରାସ ପାଇଥିଲା। ଆଉ ସେତିକି ବେଳେ ସେ ଦେହତ୍ୟାଗ କରିଥିଲେ ବୋଲି ତାଙ୍କ ପରିବାର ତରଫରୁ କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ଭୟସ ହୋଇଥିଲା।

ତାଙ୍କର ପରଲୋକ ଭୁବନେଶ୍ବରର ସତ୍ୟନଗରରେ ଥିବା ବାସ ଭବନରେ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କର ଧର୍ମପତ୍ନୀ ମନୋରମା କର, ଦୁଇ ପୁଅ ମହାଦୀପ ଏବଂ ମହାପ୍ରସାଦ ଉପସ୍ଥିତ ଥିଲେ। ଆଜି ପୁରୀର ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ ହେବ। ୧୯୩୯ ଫେବ୍ରୁଆରୀ ୧୬ ତାରିଖରେ ପୁରୀରେ ଜନ୍ମଗ୍ରହଣ କରିଥିଲେ ପ୍ରଫୁଲ କର। ତାଙ୍କର ପରଲୋକ ଖବର ପ୍ରଚାର ହେବା ପରେ ବହୁ ଲୋକ ତାଙ୍କର ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ କରିଛନ୍ତି।