Categories
ବିଶେଷ ଖବର

କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି Station Officer, ଚାରିଗୋଟି Leading Fireman, ତିନି ଗୋଟି ହାବିଲଦାର, ତିନି ଗୋଟି Fireman Driver ଏବଂ ୩୦ଟି Fireman ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବୁର୍ଲା ଭିସୁଟ ବିକାଶ ପାଇଁ ଏକ ହଜ଼ାର କୋଟି ଟଙ୍କାର ବ୍ୟୟ ଅଟକଳ, ମାଷ୍ଟର ପ୍ଲାନ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ବା ଭିସୁଟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ।

ଭିସୁଟ ରାଜ୍ୟର ଏକ ଅଗ୍ରଣୀ ଇଂଜିନିୟରିଂ କଲେ ଭାବେ ସାରା ଦେଶରେ ସୁଖ୍ୟାତି ରହିଛି।  ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଭିସୁଟ ଯାଇ ବିଶ୍ୱବିଦ୍ୟାଳୟର ଏକାଡେମୀ ବ୍ଲକରେ  ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା ପ୍ରେକ୍ଷାଳୟ, ପୁଲହ ଓ ବଶିଷ୍ଠ ହଲ ପରିଦର୍ଶନ କରିଥିଲେ। ଏହି ଦଳ ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ।

ଦେଶରେ ବୈଷୟିକ ଶିକ୍ଷା କ୍ଷେତ୍ରରେ ବୁର୍ଲା ଭିସୁଟର ଗୁରୁତ୍ୱକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ ଇଂଜିନିୟରିଂ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।  ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ ଏହି ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ। ଏହା ଯେପରି ଦେଶର ଶ୍ରେଷ୍ଠ ଅନୁଷ୍ଠାନ ହେବ ସେହିପରି ଏହି ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ନିଷ୍ପତି କରାଯାଇଛି।

ଏହି ପରିଦର୍ଶନ ଅବସରରେ ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା ପ୍ରକଳ୍ପ ସବୁ ଉପସ୍ଥାପନା କରିଥିଲେ। ୫ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ ଶିଳ୍ପ ଭିତକି ପ୍ରକଳ୍ପ ଉପରେ ଗୁରୁତ୍ୱ ଦେଇଥିଲେ। ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ।

ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା ମହିଳା ଲୁଇସ ବାଳିକା ବିଦ୍ୟାଳୟ  ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ ଆଲମ୍ୟୁନିଙ୍କ ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟରେ ୨୫ ଜଣ ଛାତ୍ର କରୋନାରେ ସଂକ୍ରମିତ

ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି। ଗତକାଲି ୨୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଜି ଆଉ ଜଣେ ଛାତ୍ର ଆକ୍ରାନ୍ତ ହୋଇଛନ୍ତି। ୨ ଦିନ ଭିତରେ ୩ଟି ହଷ୍ଟେଲରୁ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଛି। ଏନେଇ ଉପ ଜିଲ୍ଲାପାଳ, ପଡି ଡିଆରଡିଏ ହଷ୍ଟେଲର ସ୍ଥିତି ସମୀକ୍ଷା କରିଛନ୍ତି। ତେବେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ କରାଯାଇଛି।

Categories
ଫଟୋ ଖବର

ବରଗଡ ଅଗ୍ରଣୀ ସ୍ବେଚ୍ଛାକୃତ ରକ୍ତଦାତା ସଂଗଠନ ନିଷ୍ଠା ପରିବାର ପକ୍ଷରୁ ବୁର୍ଲା ଡାକ୍ତରଖାନାରେ ଖାଦ୍ୟ ବଣ୍ଟନ

ବରଗଡ, ଅଗ୍ରଣୀ ସ୍ବେଚ୍ଛାକୃତ ରକ୍ତଦାତା ସଂଗଠନ ନିଷ୍ଠା ପରିବାର ପକ୍ଷରୁ #lockdown ସମୟରେ #ବୁର୍ଲା ଡକ୍ଟରଖାନାରେ ଟିଫିନ ବଣ୍ଟନରେ ଯୋଗଦେଇ ସହଯୋଗ କରିଥିଲେ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ। ଦୈନିକ 600 ରୁ ଅଧିକ ଲୋକ ଉପକୃତ ହେଉଛନ୍ତି। #OdishaFightsCorona