Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ପୁଣି ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।ମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ସେ ମାଲ୍ୟାର୍ପଣ କରି ବରପୁତ୍ର ମାନଙ୍କ ଆଶୀର୍ବାଦ କାମନା କରିଥିଲେ।

ଏହି ଅବସରରେ ସେ କହିଛନ୍ତି ଯେ ଦେଶର ସ୍ଵାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଓ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ଏହି ବରପୁତ୍ର ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି।ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ବ ଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ କରି ଚାଲିବେ ବୋଲି ସେ କହିଥିଲେ।

ଏହି ଅବସରରେ ଉପ ମୂଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଏବଂ ବିଧାୟକ ଓ ବିଧାୟିକାମାନେ ଉପସ୍ଥିତ ଥିଲେ।