Categories
ଆଜିର ଖବର ରାଜ୍ୟ ଖବର

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ଗତ କାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି