Categories
ବିଶେଷ ଖବର ରାଜ୍ୟ ଖବର

ଆରମ୍ଭ ହେଲା ବିଧାନସଭା, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ମାତ୍ରେ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ।

ଏଥିରେ ମୁଖ୍ୟମନ୍ତ୍ରୀ ଦିବଗଂତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ।

ଏହି ପ୍ରସ୍ତାବକୁ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏହାପରେ ଏକ ମିନିଟ ପାଇଁ ଗୃହରେ ନିରବ ପ୍ରାର୍ଥନା କରାଯାଇଥିଲା। ବାଚସ୍ପତି ଦିବଗଂତ ନେତାଙ୍କ ଉଦ୍ଦେଶ୍ୟରେ ଗୃହ କାର୍ଯ୍ୟକୁ ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।

ଏହା ପୂର୍ବରୁ ଆଜି ବାଚସ୍ପତି ଭାବେ ସର୍ବ ସମ୍ମତିକ୍ରମେ ନିର୍ବାଚିତ ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକଙ୍କ ନାମ ଗୃହରେ ଉପବାଚସ୍ପତି ଘୋଷଣା କରିଥିଲେ। ଏହାପରେ ସେ ବସିଥିବା ଆସନରୁ ତାଙ୍କୁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, ବରିଷ୍ଠ ନେତା ନରସିଂହ ମିଶ୍ର ଏବଂ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ବାଚସ୍ପତି ଆସନକୁ ପାଛୋଟି ନେଇଥିଲେ।

ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତିଙ୍କୁ ସ୍ବାଗତ କରିଥିଲେ। ବାଚସ୍ପତି ହେବା ପରେ ତାଙ୍କୁ ବିଧାନସଭା ତରଫରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କିଛି ସମୟ ପରେ ସେ ଗୃହ କାର୍ଯ୍ୟ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଗୃହ ଭିତରେ ଶୋକ ପ୍ରସ୍ତାବ, ବାହାରେ ହୋ ହାଲ୍ଲା, ଆଜିର ବିଧାନସଭାର ଶୀତ ଅଧିବେସନ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ତେବେ ଏହି ଅଧିବେସନ ଆରମ୍ଭରୁ କଂଗ୍ରେସ ବିଧାୟକ ଗେଟ ମୁହଁରେ ରହି ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦାବୀ କରିଥିଲେ। ଦିବ୍ୟଶଙ୍କରଙ୍କୁ ଗୃହ ଭିତରକୁ ନ ଛାଡିବା ପାଇଁ ସେମାନେ ସ୍ଲୋଗାନ ଦେବାରେ ଲାଗିଥିଲେ। ହାତରେ ପ୍ଲାକାର୍ଡ ଧରି ଗେଟ ମୁହଁରେ କଂଗ୍ରେସ ବିଧାୟକ ବସି ରହଥିଲେ। ପରେ ବିଧାନସଭା ଆରମ୍ଭ ହେବାପରେ ସେମାନେ ଗୃହ ଭିତରକୁ ଯାଇଥିଲେ।

ସେପଟେ ଦିନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଦିବଂଗତ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରା, ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁ, ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା, ସହିଦ ସୀତାରାମ ମୁର୍ମୁ ଓ ପ୍ରାଣବଳୀ ଦେଇଥିବା କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରି ସ୍ମୃତିଚାରଣ କରିଥିଲେ।

ଏହାପରେ ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦିବଂଗତଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିବା ପରେ ଅମର ଆତ୍ମାର ସଦଗତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ନୀରବ ପ୍ରାର୍ଥନା ପରେ ଦିବଂଗତଙ୍କ ସ୍ମୃତିରେ ବାଚସ୍ପତି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ଵର: ଆଜି ଓଡିଶା ରାଜ୍ୟପାଳ ଗଣେଶି ଲାଲଙ୍କ ଧର୍ମପତ୍ନୀଙ୍କ ପରଲୋକ ହୋଇଯାଇଛି। ଏନେଇ ଆଜି ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି। ତେବେ ଆଜି ବିଧାନସଭାର ଶୀତକାଳୀନ ଅଧିବେଶନରେ ଶୁଶିଳା ଦେବୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକ ପ୍ରସ୍ତାବ ଆଗତ କରିଛନ୍ତି।

ଏହା ସହିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦ୍ଵାରା ଗୃହକୁ ମୁଲତବୀ କରାଯାଇଛି। ରାଜ୍ୟର ପ୍ରଥମ ମହିଳାକୁ ସମ୍ମାନ ଜଣାଇ ଗୃହ ମୁଲତବୀ କରାଯାଇଛି। ଅପରାହ୍ନ ୩ ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି।