Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଭଲବୋ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ, ଜାଣନ୍ତୁ ସମୟ ସାରଣୀ

ଭୁବନେଶ୍ବର: ପୁରୀ ଜଗନ୍ନାଥ ଧାମରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ। ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯିବ। ଏଥିପାଇଁ ରାଜ୍ୟ ଓଡିଶା ସଡକ ପରିବହନ ନିଗମ ତରଫରୁ ଏହି ପ୍ରସ୍ତୁତି ଆରମ୍ଭ କରାଯାଇଛି। ଯେଉଁ ସ୍ଥାନକୁ ଏହି ବସ ଯିବ ସେଗୁଡିକ ହେଲା

ଏହି ବସରେ ଆରମଦାୟକ ଯାତ୍ରା କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏପରିକି ବିମାନ ଯିବା ପରି ବନ୍ଦୋବସ୍ତ କରାଯାଇଛି।

 

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ ବସ ସେବା, ଜାଣନ୍ତୁ କେଉଁ କେଉଁ ସ୍ଥାନରୁ ଚାଲିବ ଏହି ଭଲବୋ ସେବା

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେବ ବହୁ ପ୍ରତିକ୍ଷୀତ ଜଗନ୍ନାଥ ଏକ୍ସପ୍ରେସ ବସ ସେବା। ଓଡିଶା ରାଜ୍ୟ ପରିବହନ ବିଭାଗ ଦ୍ବାରା ଏହି ବସ ସେବା ପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆରମ୍ଭ ହେବ। ଏହି ବସରେ ଯାତ୍ରୀମାନେ ବେଶ ବିଳାସପୂର୍ଣ୍ଣ ଏବଂ ଆରାମଦାୟକ ଯାତ୍ରା କରିପାରିବେ। ଗେରୁଆ ରଂଗର ଏହି ବସ ସେବାକୁ ମଙ୍ଗଳବାରଠାରୁ ଆରମ୍ଭ କରାଯିବ ବୋଲି ଓଏସଆରଟିସି ତରଫରୁ କୁହାଯାଇଛି।

ତେବେ ଏହି ବସ ସେବା ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରକୁ ଚଳାଚଳ କରିବ। ସେଥିପାଇଁ ଓଏସଆରଟିସି ତରଫରୁ ସବୁ ବ୍ୟବସ୍ଥା କରାଯାଇଛି।  ମୁଖ୍ୟତଃ ପୁରୀରୁ ଦେଶର ପ୍ରମୁଖ ଧାର୍ମିକପିଠଗୁଡିକୁ ଏହି ବସ ସଂଯୋଗ କରିବ। ବର୍ତ୍ତମାନ ଯେଉଁ ବାହାର ରାଜ୍ୟର ସ୍ଥାନଗୁଡିକ ପାଇଁ ସେବା ଆରମ୍ଭ ହେବ ସେଗୁଡିକ ହେଲା

ପୁରୀ – ଅଯୋଧ୍ୟା
ପୁରୀ – ଉଜ୍ଜୟନ
ପୁରୀ – ତିରୁପତି ପୁରୀ
ପୁରୀ- ହାଇଦ୍ରାବାଦ
ପୁରୀ- ଭିଲାଇ
ଭୁବନେଶ୍ୱର – ବିଶାଖାପାଟନମ୍
ରାୟଗଡ ହାଇଦ୍ରାବାଦ
ଭବାନୀପାଟଣା – ହାଇଦ୍ରାବାଦ ରହିଛି।

ସେହିପରି ରାଜ୍ୟ ଭିତରୁ ସମସ୍ତ ପ୍ରମୁଖ ସହରରୁ ପୁରୀକୁ ବସ ଗଡିବ ବୋଲି ନିଷ୍ପତି କରାଯାଇଛି।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ପତାକା ଦେଖାଇ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ଏହି ଯୋଜନାରେ ଚଳାଚଳ କରିବ।

ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହେଲା। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ସେବା ଆରମ୍ଭ ହୋଇଛି। ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି। ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ୍‌ସେବା ଆରମ୍ଭ ହେଲା। ଆପଣମାନେ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ବୋଲି ସେ କହିଥିଲେ।

ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଏବେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରସାର ପାଇଁ ପଦକ୍ଷେପ ନିଆଯାଉଛି। ଆମର ଲୋକପ୍ରିୟ ଲକ୍ଷ୍ମୀ ବସ ଯୋଜନାରେ ଆମେ ପଞ୍ଚାୟତକୁ ବ୍ଲକ ସଦର ମହକୁମା ସହିତ ଯୋଡ଼ିଛୁ। ଯୋଗାଯୋଗ କ୍ଷେତ୍ରରେ ଲକ୍ଷ୍ମୀ ବସ ଏବେ ରୂପାନ୍ତର ଆଣିଛି।

ଜିଲ୍ଲା ସଦରମହକୁମାରୁ ଶ୍ରୀକ୍ଷେତ୍ରକୁ ସିଧା ସଳଖ ବସ୍‌ ବ୍ୟବସ୍ଥା ଦ୍ୱାରା ରାଜ୍ୟର ଗମନାଗମନ ଓ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭକରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ୍‌ସେବା ସହାୟତା ପ୍ରଦାନ କରିବ। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗିରରେ ଉପସ୍ଥିତ ଥିବା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ସାଧାରଣ ଲୋକଙ୍କ ପ୍ରତିଶୃତି ପୂରଣ କରିବାରେ ମୁଖ୍ୟମନ୍ତ୍ରୀଙ୍କର ତୁଳନା ନାହିଁ। ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଏ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ। ସେ କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ମହିଳାମାନଙ୍କୁ ଅଧିକ ସଶକ୍ତ କରୁଛି। ମୁଖ୍ୟମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମର ମଙ୍ଗ ଧରି 5T ଅଧ୍ୟକ୍ଷ ସବୁ ଯୋଜନା ସଫଳ କରୁଛନ୍ତି ବୋଲି ସେ କହିଥିଲେ।

5T ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଧାୟକ ଶ୍ରୀ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଜଗନ୍ନାଥ ଭକ୍ତଙ୍କ ପାଇଁ ଖୁସି ଖବର, ରାଜ୍ୟ ସରକାର ଆଣୁଛନ୍ତି ସବୁ ଜିଲ୍ଲାରୁ ସିଧା ପୁରୀକୁ ବସ ସେବା

ଭୁବନେଶ୍ବର: ରାଜ୍ୟ ସରକାର ଲକ୍ଷ୍ମୀ ବସ ସେବା ପରେ ଖୁବ ଶିଘ୍ର ଆଉ ଏକ ନୂଆ ଯୋଜନା ଆଣୁଛନ୍ତି। ତାହା ହେଲା ଏଥର ସିଧା ଜିଲ୍ଲା ମୁଖ୍ୟାଳୟରୁ ବସ ଯୋଡିବ ପୁରୀ। ଏ ନେଇ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଯୋଜନା ପ୍ରସ୍ତତ କରିଛନ୍ତି। ଏହି ଯୋଜନା ପାଇଁ ମୋଟ ୧୨୨ ଟି ବସ କିଣାଯିବ। ଏଥିପାଇଁ ୨୬୦ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି।

ଏହି ଯୋଜନା ବା ବସ ନାମ ଜଗନ୍ନାଥ ଏକ୍ସପ୍ରେସ ରଖାଯାଇଛି। ଏହା ଜିଲ୍ଲା ମୁଖ୍ୟାଳୟରୁ ପ୍ରତିଦିନ ବାହାରି ଭୁବନେଶ୍ବର ଦେଇ ପୁରୀରେ ରହିବ। ସେଠାରୁ ପୁଣି ଆଉ ଏକ ବସ ବାହାର ୩୦ ଜିଲ୍ଲା ମୁଖ୍ୟାଳୟକୁ ଯିବ। ପୂର୍ବରୁ ଲକ୍ଷ୍ମୀ ବସ ଯୋଜନାରେ ବ୍ଲକକୁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଡା ଯାଇଛି। ସେଥିପାଇଁ ଯେଉଁ ଯାତ୍ରୀ ପୁରୀ ଆସିବେ ସେମାନେ ସିଧା ବ୍ଲକ କାର‌୍ୟ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟ ଏବଂ ସେଠାରୁ ପୁରୀ ଆସିବେ।

ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଆସିବାକୁ ଥିବା ସବୁଠାରୁ ଦାମି ବସ ରହିବ। ଯାହାର ଗୋଟିଏ ବସର ମୂଲ୍ୟ ପାଖାପାଖି ଦୁଇ କୋଟି ହେବ ବୋଲି ଜଣାପଡିଛି। ଏହି ହାଇଟେକ ବସ ମଧ୍ୟରେ କେବଳ ଗରିବ ଯାତ୍ରୀ କାହିଁକି ବହୁ ସାଧାରଣ ବର୍ଗର ଯାତ୍ରୀ ମଧ୍ୟ ଆସିବା ପାଇଁ ଆଗ୍ରହ ପ୍ରକାଶ କରିବେ। ଫଳରେ ପୁରୀକୁ କାର ଓ ଅନ୍ୟାନ୍ୟ ଯାନବାହନ ଭିଡ କମିବ ବୋଲି ସରକାର ଆଶା ରଖିଛନ୍ତି।