Categories
ଆଜିର ଖବର ଖେଳ ରାଜ୍ୟ ଖବର

ଓଡିଶା ପୋଲିସ ପକ୍ଷରୁ କଳିଙ୍ଗ ଷ୍ଟାଡିୟମରେ ହେବ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ– ୨୦୨୫

କଟକ: ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି।  ଏହି ପରିପ୍ରେକ୍ଷୀରେ ଗୁରୁବାର ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଚାମ୍ପିୟନସିପରେ ଦେଶର ବିଭିନ୍ନ ରାଜ୍ୟର ୨୭ଟି ପୁରୁଷ ଏବଂ ୧୦ ଟି ମହିଳା ପୋଲିସ ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହା ସହ  ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ  ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳି ଓ ଅତିଥିଙ୍କ ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ। ଏହାବ୍ୟତୀତ ସେମାନଙ୍କ ରହଣି ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଆକର୍ଷଣୀୟ ତଥା ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା  ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲୱେ ଏବଂ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ନରସିଂହ ଭୋଳ,  ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଆଇଜିପି (ଏସଏପି) ଅବିନାଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡା ସାର୍ଥକ ଷଡଙ୍ଗୀ, ଡି.ଆଇ.ଜି.ପି (କ୍ରାଇମବ୍ରାଞ୍ଚ) ପ୍ରକାଶ ଆର, ଡିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା,  ଡିଆଇଜିପି (ପର୍ସୋନେଲ) ଯୁଗଳ କିଶୋର କୁମାର ବନୋଥ, ଏସପି (ରେଲୱେ) ବିବେକାନନ୍ଦ ଶର୍ମା, ଡିସିପି (କଟକ) ଖିଲାରୀ ରିଷିକେଶ ଦ୍ୟାନଦେଓ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

73 ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ- 2025 ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ 73ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – 2025 ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଚାମ୍ପିୟନସିପରେ ଦେଶର 27ଟି ପୁରୁଷ ଏବଂ 10ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ), ଏସ. କେ. ପ୍ରିୟଦର୍ଶୀ, ନିର୍ଦ୍ଦେଶକ (ଏସସିଆରବି ଏବଂ ଏସଏଫଏସଏଲ), ଡ଼. ସନ୍ତୋଷ ବାଲା,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର,  ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି.ଆଇ.ଜି.ପି (ଅପରେସନ), ଅଖିଳେଶ୍ବର ସିଂ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।