Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସନ୍ତାକାଲି ପ୍ରକାଶ ପାଇବ ସିବିଏସ୍‌ଇ ଦଶମ ଶ୍ରେଣୀ ରେଜଲଟ୍

ନୂଆଦିିଲ୍ଲୀ: ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍(ସିବିଏସ୍‌ଇ)ର ଦଶମ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ । ସିବିଏସ୍‌ଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବାର ଥିଲା ମାତ୍ର ତାହା ବୁଧବାର ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୱାଲ ନିଶଙ୍କ ଟୁଇଟ କରି ଏହି  ସୂଚନା ଦେଇଛନ୍ତି ।

ଗତକାଲି ସିବିଏସ୍‌ଇ ଦ୍ବାଦଶ ପରୀକ୍ଷା ଫଳାଫଳ ପ୍ରକାଶ ପାଇସାରିଛି। ପୂର୍ବଭଳି ଦଶମ ଶ୍ରେଣୀ ପରୀକ୍ଷାର୍ଥୀମାନେ ସେମାନଙ୍କ ଫଳାଫଳ cbseresults.nic.in, cbse.nic.in and results.nic.in. ୱେବ୍‌ ସାଇଟ୍‌ରେ ଦେଖିପାରିବେ।