Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସଂସ୍କୃତି

ଶାସ୍ତ୍ରୀୟ ସଂଗୀତ ପୁରସ୍କାରର ନାମ ପରିବର୍ତ୍ତିନ, ହେଲା “ସୁନନ୍ଦା ସମ୍ମାନ”, ପୁରସ୍କାର ରାଶି ଅଢେଇ ଲକ୍ଷ

ଭୁବନେଶ୍ବର, ପ୍ରଖ୍ୟାତ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାମରେ ଏକ ପୁରସ୍କାର ଘୋଷଣା କରିଥିଲେ। ଏଥିରେ ରାଜ୍ୟରେ ପ୍ରତିଷ୍ଠିତ ଶାସ୍ତ୍ରୀୟ ସଂଗୀତଜ୍ଞଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିଲା। ସେହି ଅନୁସାରେ ଓଡିଶା ସଂଗୀତ ନାଟକ ଏକାଡେମୀ ଦ୍ବାରା ପ୍ରଦତ୍ତ ଶାସ୍ତ୍ରୀୟ ସଂଗୀତ ପୁରସ୍କାରର ନାମ ପରିବର୍ତ୍ତନ କରାଗଲା। ବର୍ତ୍ତମାନ ଏହି ପୁରସ୍କାର “ସୁନନ୍ଦା ସମ୍ମାନ”ରେ ନାମିତ କରାଗଲା। ଏଥିସହିତ ଏହି ପୁରସ୍କାର ରାଶି ଅଢେଇ ଲକ୍ଷକୁ ବୃଦ୍ଧି କରାଗଲା। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।

ସୁନନ୍ଦା ପଟ୍ଟନାୟକ ଗତ ଜାନୁୟାରୀ 19 ତାରିଖରେ ପରଲୋକ ଗମନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସଙ୍ଗୀତଜ୍ଞ ଡ. ସୁନନ୍ଦା ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ପ୍ରଥିତଯଶା ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତା ସୁନନ୍ଦା ପଟ୍ଟନାୟକଙ୍କୁ ଭାରତୀୟ ସଙ୍ଗୀତ ଜଗତର ମହାନ ବିଭୂତି ଭାବରେ ବର୍ଣ୍ଣନା କରିଛନ୍ତି। ସେ ସାରା ଜୀବନ ସଙ୍ଗୀତ ପ୍ରତି ସମର୍ପିତ ଥିଲେ ତାଙ୍କ ସିଦ୍ଧି ଓ ସାଧନା ତାଙ୍କୁ  ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ମହାନଶିଳ୍ପୀଙ୍କ ବିୟୋଗରେ ଭାରତୀୟ ସାଂସ୍କୃତିକ ଜଗତର ଉଜଳତମ ଜ୍ୟୋତିଷ୍କ ଅସ୍ତମିତ ହୋଇଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ମୁଖ୍ୟମନ୍ତ୍ରୀ ସଦଗତି କାମନା କରିଛନ୍ତି