ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୫୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବରଗଡ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୪
ଦେବଗଡ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୪
ଖୋର୍ଦ୍ଧା ଜିଲ୍ଲାରୁ- ୭
ମୟୂରଭଞ୍ଜ ଜିଲ୍ଲାରୁ- ୮
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୫
ସମ୍ବଲପୁର ଜିଲ୍ଲାରୁ- ୨
ସୋନପୁର ଜିଲ୍ଲାରୁ- ୧
ସୁନ୍ଦରଗଡ ଜିଲ୍ଲାରୁ- ୧୪
ଷ୍ଟେଟ ପୁଲରୁ- ୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୬୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୩ ଏବଂ ବର୍ତ୍ତମାନ ୫୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।