Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ମୃତ୍ୟୁରେ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ, ‘ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରନ୍ଦ୍ରନାଥ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। କାକଟପୁରବାସୀଙ୍କ ସେବା ଓ କଲ୍ୟାଣ ଦିଗରେ ତାଙ୍କ ଉତ୍ସର୍ଗୀକୃତ ଉଦ୍ୟମ ସର୍ବଦା ସ୍ମରଣୀୟ। ଜଣେ ଦକ୍ଷ ରାଜନେତା ଏବଂ ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।