Categories
ବିଶେଷ ଖବର

ଆଜି ପାରମ୍ପରିକ କାରିଗର ଏବଂ ଶିଳ୍ପୀମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ “ପିଏମ୍ ବିଶ୍ୱକର୍ମା” ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ।

ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କର ନିରନ୍ତର ଲକ୍ଷ୍ୟ ରହିଛି। କେବଳ କାରିଗର ଓ ଶିଳ୍ପୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନୁହେଁ ବରଂ ସ୍ଥାନୀୟ ଉତ୍ପାଦ, କଳା ଓ ହସ୍ତଶିଳ୍ପ ମାଧ୍ୟମରେ ବହୁ ପୁରୁଣା ପରମ୍ପରା, ସଂସ୍କୃତି ଓ ବିବିଧ ଐତିହ୍ୟକୁ ବଞ୍ଚାଇ ରଖିବା ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଦ୍ୱାରା ଏହି ଯୋଜନା ଅନୁପ୍ରାଣିତ ହୋଇଛି।

୧୩,୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କେନ୍ଦ୍ର ସରକାର ପିଏମ୍ ବିଶ୍ୱକର୍ମା ଯୋଜନାକୁ ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ଯୋଜନା ଅଧୀନରେ ବାୟୋମେଟ୍ରିକ୍ ଆଧାରିତ ପିଏମ୍ ବିଶ୍ୱକର୍ମା ପୋର୍ଟାଲ ବ୍ୟବହାର କରି ସାଧାରଣ ସେବା କେନ୍ଦ୍ର ମାଧ୍ୟମରେ ବିଶ୍ୱକର୍ମା ମାନଙ୍କୁ ମାଗଣାରେ ପଞ୍ଜୀକୃତ କରାଯିବ। ସେମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର, ମୌଳିକ ଓ ଉନ୍ନତ ଦକ୍ଷତା ବିକାଶ ପ୍ରଶିକ୍ଷଣ ସହିତ ୧୫,୦୦୦ ଟଙ୍କାର ଟୁଲକିଟ୍ ପ୍ରୋତ୍ସାହନ ରାଶି, ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ କିସ୍ତି) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ କିସ୍ତି) ପର୍ଯ୍ୟନ୍ତ ବନ୍ଧକମୁକ୍ତ ଋଣ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ।

ଗୁରୁ – ଶିଷ୍ୟ ପରମ୍ପରା ବା ପରିବାର ଭିତ୍ତିକ ପାରମ୍ପରିକ କୌଶଳ ଓ ବୃତ୍ତିକୁ ସୁଦୃଢ଼ ଓ ଦୀର୍ଘସ୍ଥାୟୀ କରିବା ଏହି ଯୋଜନାର ଉଦ୍ଦେଶ୍ୟ। କାରିଗର ଏବଂ ଶିଳ୍ପୀ ମାନଙ୍କର ଉତ୍ପାଦ ଏବଂ ସେବାର ଗୁଣବତ୍ତା ତଥା ପ୍ରସାରରେ ଉନ୍ନତି ଆଣିବା ଏବଂ ସେମାନଙ୍କୁ ଘରୋଇ ଏବଂ ବିଶ୍ୱସ୍ତରୀୟ ମୂଲ୍ୟ ଶୃଙ୍ଖଳ ସହିତ ସମନ୍ୱିତ କରିବାକୁ ସୁନିଶ୍ଚିତ କରିବା ହେଉଛି ପିଏମ୍ ବିଶ୍ୱକର୍ମା ଯୋଜନାର ମୁଖ୍ୟ ଲକ୍ଷ୍ୟ।

ଏହି ଯୋଜନା ସମଗ୍ର ଭାରତରେ ଗ୍ରାମାଂଚଳ ଏବଂ ସହରାଞ୍ଚଳର କାରିଗର ଏବଂ ଶିଳ୍ପୀ ମାନଙ୍କୁ ସହାୟତା ପ୍ରଦାନ କରିବ। ପିଏମ୍ ବିଶ୍ୱକର୍ମା ଯୋଜନା ଅଧୀନରେ ୧୮ଟି ପାରମ୍ପରିକ ହସ୍ତଶିଳ୍ପ ଅନ୍ତର୍ଭୁକ୍ତ ହେବ। ଏଗୁଡିକ ମଧ୍ୟରେ ରହିଛି (୧) ବଢ଼େଇ କାମ ; (୨) ଡଙ୍ଗା ନିର୍ମାଣ; (୩) ଅସ୍ତ୍ରଶସ୍ତ୍ର ନିର୍ମାଣ; (୪) କମାର କାମ ; (୪) ହାତୁଡି ଏବଂ ଟୁଲ୍ କିଟ୍ ପ୍ରସ୍ତୁତି ; (୬) ତାଲା ନିର୍ମାଣ; (୭) ବଣିଆ ; (୮) କୁମ୍ଭାର କାମ; (୯) ମୂର୍ତ୍ତିଶିଳ୍ପୀ, ପଥର ଶିଳ୍ପୀ; (ଙ୍ଘ) ମୋଚି (ଚପଲ / ଜୋତା କାରିଗର); (୧୧) ମିସ୍ତ୍ରୀ (ରାଜମିସ୍ତ୍ରୀ); (୧୨) ଟୋକେଇ / ଚଟେଇ / ଝାଡୁ ପ୍ରସ୍ତୁତକାରୀ / ନଡିଆ କତା ବୁଣାଳୀ; (୧୩) କଣ୍ଢେଇ ଏବଂ ଖେଳନା ନିର୍ମାଣ (ପାରମ୍ପରିକ); (୧୪) ଭଣ୍ଡାରୀ; (୧୫) ଫୁଲମାଳ ପ୍ରସ୍ତୁତି ; (୧୬) ଧୋବା; (୧୭) ଦରଜୀ; ଏବଂ (୧୮) ମାଛ ଧରା ଜାଲ ପ୍ରସ୍ତୁତି।

Categories
ଆଜିର ଖବର ଜାତୀୟ ଖବର

ସେପ୍ଟେମ୍ବର ୧୭ରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ “ପିଏମ୍ ବିଶ୍ୱକର୍ମା” ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ।

ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କର ନିରନ୍ତର ଲକ୍ଷ୍ୟ ରହିଛି। କେବଳ କାରିଗର ଓ ଶିଳ୍ପୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନୁହେଁ ବରଂ ସ୍ଥାନୀୟ ଉତ୍ପାଦ, କଳା ଓ ହସ୍ତଶିଳ୍ପ ମାଧ୍ୟମରେ ବହୁ ପୁରୁଣା ପରମ୍ପରା, ସଂସ୍କୃତି ଓ ବିବିଧ ଐତିହ୍ୟକୁ ବଞ୍ଚାଇ ରଖିବା ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଦ୍ୱାରା ଏହି ଯୋଜନା ଅନୁପ୍ରାଣିତ ହୋଇଛି।

୧୩,୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କେନ୍ଦ୍ର ସରକାର ପିଏମ୍ ବିଶ୍ୱକର୍ମା ଯୋଜନାକୁ ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ଯୋଜନା ଅଧୀନରେ ବାୟୋମେଟ୍ରିକ୍ ଆଧାରିତ ପିଏମ୍ ବିଶ୍ୱକର୍ମା ପୋର୍ଟାଲ ବ୍ୟବହାର କରି ସାଧାରଣ ସେବା କେନ୍ଦ୍ର ମାଧ୍ୟମରେ ବିଶ୍ୱକର୍ମା ମାନଙ୍କୁ ମାଗଣାରେ ପଞ୍ଜୀକୃତ କରାଯିବ। ସେମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର, ମୌଳିକ ଓ ଉନ୍ନତ ଦକ୍ଷତା ବିକାଶ ପ୍ରଶିକ୍ଷଣ ସହିତ ୧୫,୦୦୦ ଟଙ୍କାର ଟୁଲକିଟ୍ ପ୍ରୋତ୍ସାହନ ରାଶି, ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ କିସ୍ତି) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ କିସ୍ତି) ପର୍ଯ୍ୟନ୍ତ ବନ୍ଧକମୁକ୍ତ ଋଣ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ।

ଗୁରୁ – ଶିଷ୍ୟ ପରମ୍ପରା ବା ପରିବାର ଭିତ୍ତିକ ପାରମ୍ପରିକ କୌଶଳ ଓ ବୃତ୍ତିକୁ ସୁଦୃଢ଼ ଓ ଦୀର୍ଘସ୍ଥାୟୀ କରିବା ଏହି ଯୋଜନାର ଉଦ୍ଦେଶ୍ୟ। କାରିଗର ଏବଂ ଶିଳ୍ପୀ ମାନଙ୍କର ଉତ୍ପାଦ ଏବଂ ସେବାର ଗୁଣବତ୍ତା ତଥା ପ୍ରସାରରେ ଉନ୍ନତି ଆଣିବା ଏବଂ ସେମାନଙ୍କୁ ଘରୋଇ ଏବଂ ବିଶ୍ୱସ୍ତରୀୟ ମୂଲ୍ୟ ଶୃଙ୍ଖଳ ସହିତ ସମନ୍ୱିତ କରିବାକୁ ସୁନିଶ୍ଚିତ କରିବା ହେଉଛି ପିଏମ୍ ବିଶ୍ୱକର୍ମା ଯୋଜନାର ମୁଖ୍ୟ ଲକ୍ଷ୍ୟ।

ଏହି ଯୋଜନା ସମଗ୍ର ଭାରତରେ ଗ୍ରାମାଂଚଳ ଏବଂ ସହରାଞ୍ଚଳର କାରିଗର ଏବଂ ଶିଳ୍ପୀ ମାନଙ୍କୁ ସହାୟତା ପ୍ରଦାନ କରିବ। ପିଏମ୍ ବିଶ୍ୱକର୍ମା ଯୋଜନା ଅଧୀନରେ ୧୮ଟି ପାରମ୍ପରିକ ହସ୍ତଶିଳ୍ପ ଅନ୍ତର୍ଭୁକ୍ତ ହେବ। ଏଗୁଡିକ ମଧ୍ୟରେ ରହିଛି (୧) ବଢ଼େଇ କାମ ; (୨) ଡଙ୍ଗା ନିର୍ମାଣ; (୩) ଅସ୍ତ୍ରଶସ୍ତ୍ର ନିର୍ମାଣ; (୪) କମାର କାମ ; (୪) ହାତୁଡି ଏବଂ ଟୁଲ୍ କିଟ୍ ପ୍ରସ୍ତୁତି ; (୬) ତାଲା ନିର୍ମାଣ; (୭) ବଣିଆ ; (୮) କୁମ୍ଭାର କାମ; (୯) ମୂର୍ତ୍ତିଶିଳ୍ପୀ, ପଥର ଶିଳ୍ପୀ; (ଙ୍ଘ) ମୋଚି (ଚପଲ / ଜୋତା କାରିଗର); (୧୧) ମିସ୍ତ୍ରୀ (ରାଜମିସ୍ତ୍ରୀ); (୧୨) ଟୋକେଇ / ଚଟେଇ / ଝାଡୁ ପ୍ରସ୍ତୁତକାରୀ / ନଡିଆ କତା ବୁଣାଳୀ; (୧୩) କଣ୍ଢେଇ ଏବଂ ଖେଳନା ନିର୍ମାଣ (ପାରମ୍ପରିକ); (୧୪) ଭଣ୍ଡାରୀ; (୧୫) ଫୁଲମାଳ ପ୍ରସ୍ତୁତି ; (୧୬) ଧୋବା; (୧୭) ଦରଜୀ; ଏବଂ (୧୮) ମାଛ ଧରା ଜାଲ ପ୍ରସ୍ତୁତି।

Categories
ବିଶେଷ ଖବର

ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ: ଚିତା ପ୍ରକଳ୍ପ ଅଧୀନରେ ନାମ୍ବିଆରୁ ଭାରତ ଆସିବ ଚିତା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖ ଦିନ ମଧ୍ୟପ୍ରଦେଶ ଗସ୍ତରେ ଯିବେ। ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ। ତା ପରେ ପାଖାପାଖି ମଧ୍ୟାହ୍ନ ବାରଟା ବେଳକୁ ସେ ସ୍ୱୟଂସହାୟକ ଗୋଷ୍ଠୀ ସମ୍ମିଳନୀରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ମାନଙ୍କ ସହିତ କରହଲ, ସେଓପୁରଠାରେ ଯୋଗଦେବେ।

କୁନୋ ଜାତୀୟ ଉଦ୍ୟାନରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୁନୋ ଜାତୀୟ ଉଦ୍ୟାନକୁ ହିଂସ୍ର ଚିତା ଛଡାଯିବା ଭାରତୀୟ ହିଂସ୍ରପ୍ରାଣୀ ଓ ସେମାନଙ୍କ ବସତିକୁ ସଶକ୍ତ କରିବା ଦିଗରେ ଏକ ଉଦ୍ୟମ। ୧୯୫୨ ମସିହାରେ ଭାରତକୁ ଚିତା ଲୋପ ପାଇଯାଇଥିବା ଘୋଷଣା କରାଯାଇଥିଲା । ଛଡାଯିବାକୁ ଥିବା ଚିତାଗୁଡିକୁ ଚଳିତ ବର୍ଷ ପ୍ରାରମ୍ଭରେ ସ୍ୱାକ୍ଷରିତ ଏକ ବୁଝାମଣାପତ୍ର ଆଧାରରେ ନାମ୍ବିଆରୁ ଅଣାଯାଇଛି। ଚିତା ପ୍ରକଳ୍ପ ଅଧୀନରେ ଭାରତରେ ଚିତାଙ୍କୁ ପୁଣି ଛଡାଯାଉଛି। ଏହା ବିଶ୍ୱର ପ୍ରଥମ ଆନ୍ତଃ ମହାଦେଶୀୟ ହିଂସ୍ର ମାଂସାସୀ ପ୍ରାଣୀ ସ୍ଥାନାନ୍ତରଣ ପ୍ରକଳ୍ପ।

ଚିତା ଛଡାଯିବା ଦ୍ୱାରା ଏହା ଭାରତର ଉନ୍ମୁକ୍ତ ଜଙ୍ଗଲ ଓ ତୃଣଭୂମି ବାତାବରଣ ପୁନରୁଦ୍ଧାରରେ ସହାୟକ ହେବ। ଏହା ଜୈବ ବିବିଧତାର ସଂରକ୍ଷଣ କରିବା ସହ ବାତାବରଣରେ ଜଳ ସୁରକ୍ଷା, ଅଙ୍ଗାରକାମ୍ଳ ବର୍ଜନ ଓ ମାଟିର ଆର୍ଦ୍ରତା ସଂରକ୍ଷଣ କରି ସମାଜ ପାଇଁ ହିତକାରକ ହେବ। ବନ୍ୟାପ୍ରାଣୀ ସଂରକ୍ଷଣ ସହ ପରିବେଶ ସୁରକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଯୋଗୁଁ ସ୍ଥାନୀୟ ଜନସାଧାଣଙ୍କ ପରିବେଶ ପର୍ଯ୍ୟଟନ କାର୍ଯ୍ୟକଳାପ ବୃଦ୍ଧି ଓ ଜୀବିକାର୍ଜନ ସୁଯୋଗ ମଧ୍ୟ ବୃଦ୍ଧି ପାଇବ।

ଏସଏଚଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

ସେଓପୁର, କରହଲଠାରେ ଆୟୋଜିତ ହେଉଥିବା ଏସଏଚଜି ସମ୍ମେଳନୀରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗଦେବ। ଏଥିରେ ସହସ୍ରାଧିକ ସ୍ୱୟଂସହାୟକ ଗୋଷ୍ଠୀ ମହିଳା ସଦସ୍ୟ ଗୋଷ୍ଠୀ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି। ଏହି ସମ୍ମେଳନୀରେ ଦୀନଦୟାଲ ଅନ୍ତୋଦୟ ଯୋଜନା-ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ କାର୍ଯ୍ୟରତ ଏସଏଚଜି ସଦସ୍ୟ ଯୋଗଦାନ କରିବେ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମଧ୍ୟ ଚାରିଟି ଦୁର୍ବଳ ଜନଜାତି ଗୋଷ୍ଠୀଙ୍କ କୌଶଳ କେନ୍ଦ୍ର ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଅଧୀନରେ ଉଦଘାଟନ କରିବେ।

ଡିଏୱାଇ-ଏନଆରଏଲଏମ ଗ୍ରାମୀଣ ଗରୀବ ପରିବାରଗୁଡିକ ଏସଏଚଜି ପର୍ଯ୍ୟାୟକ୍ରମେ ନେଇ ସେମାନଙ୍କ ଜୀବିକାର ବିକେନ୍ଦ୍ରୀକରଣ ଦ୍ୱାରା ସେମାନଙ୍କ ଆୟ ଓ ଜୀବନଧାରଣ ମାନ ବୃଦ୍ଧିରେ ସାହାଯ୍ୟ କରିଥାଏ। ଏହି ଅଭିଯାନ ଜରିଆରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନେ ମଧ୍ୟ ସଶକ୍ତ ହୋଇଥାନ୍ତି। ଘରୋଇ ହିଂସା, ମହିଳା ଶିକ୍ଷା ଓ ଅନ୍ୟାନ୍ୟ ଲିଙ୍ଗଗତ ବୈଷମ୍ୟ, ପୌଷ୍ଟିକତା, ପରିମଳ ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ସଚେତନତା ଓ ବ୍ୟାବହାରିକ ପ୍ରୟୋଗ ଦ୍ୱାରା ଏହି  ସଶକ୍ତିକରଣ ସମ୍ଭବ ହୋଇଥାଏ।