Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»Uncategorized»ଆଜଲାନ ଶାହ କପ୍‌ ହକି : ମାଲେସିଆକୁ ପରାସ୍ତ କଲା ଭାରତ
Uncategorized

ଆଜଲାନ ଶାହ କପ୍‌ ହକି : ମାଲେସିଆକୁ ପରାସ୍ତ କଲା ଭାରତ

March 27, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁଲତାନ ଆଜଲାନ୍ ସାହ କପ୍‌ ହକି ପ୍ରତିଯୋଗିତାରେ ଭାରତ ଆୟୋଜକ ମାଲେସିଆକୁ ୪-୨ ଗୋଲ୍‌ରେ ହରାଇ ଦେଇଛି। ଏଥି ସହିତ ଭାରତ ମଧ୍ୟ ତୃତୀୟ ମ୍ୟାଚ୍‌ରୁ ଦ୍ବିତୀୟ ବିଜୟ ସହିତ ଫାଇନାଲ୍ ଖେଳିବା ସମ୍ଭାବନାକୁ ବଢ଼ାଇଛି। ପ୍ରଥମ ମ୍ୟାଚ୍‌ରେ ଏସୀୟ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ଜାପାନକୁ ହରାଇଥିବା ଭାରତ ରବିବାର ଦ୍ବିତୀୟ ମ୍ୟାଚ୍‌ରେ ଶେଷ ମିନିଟରେ‌ ଗୋଲ୍ ବରଣ କରି କୋରିଆ ସହ ପଏଣ୍ଟ ଭାଗ କରିଥିଲା। ମଙ୍ଗଳବାରର ବିଜୟ ପରେ କୋରିଆ ଏବଂ ଭାରତ ସମାନ ୭ ପଏଣ୍ଟ୍ ପାଇ ଟେବୁଲ୍‌ର ପ୍ରଥମ ଦୁଇ ସ୍ଥାନରେ ରହିଛନ୍ତି। ଭାରତ ଏହି ମ୍ୟାଚ୍‌ରେ ମୋଟ ୯ ପେନାଲଟି କର୍ଣ୍ଣର ଅର୍ଜନ କରିଥିଲେ ମଧ୍ୟ ଗୋଟିଏ ଗୋଲ୍ ପାଇନଥିଲା। ମାତ୍ର ଭାରତୀୟ ଖେଳାଳି ଆକ୍ରମଣାତ୍ମକ ହକି ଖେଳିବା ସହ ସମସ୍ତ ଗୋଲ୍‌କୁ ଫିଲଡ୍ ଗୋଲରୁ ଦେଇଥିଲା। ଅନ୍ୟପକ୍ଷରେ ମାଲେସିଆ ନିଜର ଉଭୟ ଗୋଲ୍ ପେନାଲଟି କର୍ନରରୁ ଦେଇଥିଲା। ପ୍ରଥମ କ୍ବାର୍ଟର‌ ଗୋଲଶୂନ୍ୟ ବିତିବା ପରେ ଦ୍ବିତୀୟ କ୍ବାର୍ଟର ପ୍ରାରମ୍ଭରୁ ସୁମିତ (୧୭ ମିନିଟ) ଭାରତକୁ ପ୍ରଥମ ଅଗ୍ରଣୀ ଦେଇଥିଲେ। ୪ ମିନିଟ୍ ପରେ ମାଲେସିଆର ଅଧିନାୟକ ରାଜି ରହିମ୍‌ (୨୧) ପେନାଲଟି କର୍ଣ୍ଣର ଜରିଆରେ ଗୋଲଟିକୁ ପରିଶୋଧ କରି‌ ଦେଇଥିଲେ। ଭାରତୀୟ ଦଳର ବି ସୁମିତ୍‌ କୁମାର (୨୭)ତମ ମିନିଟ୍‌ରେ ଭାରତକୁ ପୁଣି ଥରେ ଆଗୁଆ (୨-୧) କରାଇ ଦେଇଥିଲେ। ଏଥି ସହିତ ଭାରତ ମଧ୍ୟ ଦ୍ବିତୀୟ କ୍ବାର୍ଟରକୁ ନିଜ ସପକ୍ଷରେ ରଖିଥିଲା। ତୃତୀୟ କ୍ବାର୍ଟରରେ ବରୁଣ କୁମାର ୩୬ତମ ମିନିଟ୍‌ରେ ଆଉ ଏକ ଫିଲଡ୍ ଗୋଲ୍ ଦେଇଥିଲେ। ଚତୁର୍ଥ କ୍ବାର୍ଟରରେ ଉଭୟ ଦଳ ଗୋଟିଏ ଲେଖାଏଁ‌ ଗୋଲ୍ ଦେଇଥିଲେ। ‌ତେଙ୍ଗକୁ ତାଜୁଦ୍ଦିନ୍‌ ୫୭ତମ ମିନିଟ୍‌ରେ ପେନାଲଟି କର୍ନରରୁ‌ ଗୋଲ୍‌ ଦେଇ ଭାରତକୁ ଚାପରେ ପକାଇଥିଲେ।ମନଦୀପ୍ ସିଂହ ୫୮ ମିନିଟ୍‌ରେ ଏକ ସୁନ୍ଦର ଫିଲଡ୍ ଗୋଲ୍‌ ଦେଇ ଭାରତର ବିଜୟକୁ ନିଶ୍ଚିତ କରିଥିଲେ। ଭାରତ ଏବଂ କୋରିଆ ସମାନ ୭ ପଏଣ୍ଟ୍‌ ଲେଖାଏଁ ପାଇଥିବା ବେଳେ ମାଲେସିଆ ଏବଂ କାନାଡ଼ା ସମାନ ୬ ପଏଣ୍ଟ୍‌ ଲେଖାଏଁ ପାଇଛନ୍ତି।

azlansahacup hockey india thesamikhsya won
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନରେ କିଛି ବଡ଼ ଘଟଣା ଘଟିବ?: ନିଜ ନାଗରିକମାନଙ୍କୁ ତୁରନ୍ତ ଦେଶ ଛାଡିବାକୁ ଅନୁରୋଧ କଲା ଭାରତ

July 20, 2026

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

ରୁଷୀୟ ତୈଳ କ୍ରୟ ଉପରେ ୧୦୦% ଶୁଳ୍କ ଲାଗୁ କରିବ ଆମେରିକା?: ଜାଣନ୍ତୁ ଭାରତର ଜବାବ

July 18, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026
Latest News

ଦିଲ୍ଲୀ ମେଟ୍ରୋ ଷ୍ଟେସନ ବନ୍ଦ କରିବା ଉପରେ ସୁପ୍ରିମକୋର୍ଟଙ୍କ ଦୃଢ଼ ଆଭିମୁଖ୍ୟ: ଦେଲେ ଏହି ନିର୍ଦ୍ଦେଶ

July 23, 2026

ICC ODI ରାଙ୍କିଙ୍ଗରେ ଭାରତୀୟ ବ୍ୟାଟସମ୍ୟାନଙ୍କ ପ୍ରାଧାନ୍ୟ: ଜାଣନ୍ତୁ କେଉଁଠି ରୋହିତ ଏବଂ କୋହଲି

July 23, 2026

“ପେପର ଲିକ୍ ର ଦୋଷୀଙ୍କ ପାଇଁ ଫାଷ୍ଟ ଟ୍ରାକ୍ କୋର୍ଟ”: ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ CJPର ପ୍ରଥମ ପ୍ରତିକ୍ରିୟା

July 23, 2026

NEET ପେପର ଲିକ୍ ମାମଲା: ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା ଘୋଷଣା କଲେ ପ୍ରଧାନମନ୍ତ୍ରୀ

July 23, 2026

ଆଜିଠୁ ଭାରତ-ଜିମ୍ବାୱେ ଟି-୨୦ ସିରିଜ: ଜାଣନ୍ତୁ କେଉଁଠି ଦେଖିବେ ସିଧାପ୍ରସାରଣ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.