Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଂଜାମ ଜିଲ୍ଲାରେ ଧାନ ସଂଗ୍ରହ ସମସ୍ୟା ସମାଧାନ ପାଇଁ ନୋଡ଼ାଲ୍ ଅଧିକାରୀ ନିଯୁକ୍ତି
ଆଞ୍ଚଳିକ

ଗଂଜାମ ଜିଲ୍ଲାରେ ଧାନ ସଂଗ୍ରହ ସମସ୍ୟା ସମାଧାନ ପାଇଁ ନୋଡ଼ାଲ୍ ଅଧିକାରୀ ନିଯୁକ୍ତି

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ଖରିଫ୍ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚଳିତ ମାସ ୧୬ ତାରିଖଠାରୁ ଆରମ୍ଭ ହେବ। ଧାନ ସଂଗ୍ରହ ପ୍ରକ୍ରିୟାକୁ ଠିକ୍ ପରିଚାଳନା ପାଇଁ ପ୍ରତି ବ୍ଲକ୍‌ରେ ତିନିଜଣ ଲେଖାଏଁ ନୋଡ଼ାଲ୍ ଅଧିକାରୀ ନିଯୁକ୍ତି ହୋଇଛନ୍ତି। ସେମାନେ ଧାନ ସଂଗ୍ରହ ପ୍ରକ୍ରିୟା ବେଳେ କୌଣସି ସମସ୍ୟା ଦେଖାଗଲେ ସମାଧାନ କରିବେ ବୋଲି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଅନୁଷ୍ଠିତ ଭି.ସି. ବୈଠକରେ ଜଣାଇଥିଲେ।

ଚଳିତ ବର୍ଷ ଏପ୍‌.ଏ.କୁୟ ଧାନ କୁଇଣ୍ଟାଲ୍ ପିଛା ୧୮୬୮ ଟଙ୍କା ଧାର୍ଯ୍ୟ କରାଯାଇଛି। ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଜମାଖାତାରେ ଟଙ୍କା ଜମା ହେବ। ଚଳିତ ଖରିଫ୍ ଋତୁ ଧାନ ୧୩୯୬୪୮ ଜଣ ଚାଷୀଙ୍କ ଠାରୁ ସଂଗ୍ରହ କରାଯିବ। ପ୍ରତ୍ୟେକ ଚାଷୀଙ୍କ ଧାନ ନିର୍ଦ୍ଧାରିତ ୩୮୯ ପାକ୍‌ସ ଏବଂ ୬୪ ଗୋଟି ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ସହିତ ଟ୍ୟାଗ କରାଯାଇ ସଂପୂର୍ଣ୍ଣ ପ୍ରସ୍ତୁତ କରାଯାଇଥିବା ବେଳେ ଗୋଟିଏ ମାତ୍ର ପାଣିପଞ୍ଚାୟତ ଅଂଶଗ୍ରହଣ କରିବ। ଧାନ ସଂଗ୍ରହ ପ୍ରକ୍ରିୟା ବେଳେ ଯେମିତି କୌଣସି ସ୍ଥାନରେ ବି ବିଶୃଙ୍ଖଳା ଯେପରି ଦେଖାନଯାଏ ତାହା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ତଥ୍ୟ ଉପସ୍ଥାପନ କରି ଯାହାର ଯାହା ସମସ୍ୟା ରହିଛି ସେ ସବୁ ସମାଧାନ କରିବା ଦିଗରେ ପ୍ରବର୍ତ୍ତାଇ ଥିଲେ।

ବୈଠକରେ ଡ଼ିଆର୍‌ଡ଼ିଏ ପିଡ଼ି ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଂଜନ ପୃଷ୍ଟି, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଉମାଶଙ୍କର ପତି, ଅତିରିକ୍ତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି, ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଭାସ୍କର ପାଢ଼ୀ, ସମବାୟ ଉପ ନିବନ୍ଧକ ବ୍ରହ୍ମପୁର ଡ଼ିଭିଜନ ବିଶ୍ୱ ରଂଜନ ଦାଶ, ସହକାରୀ ସମବାୟ ଉପ ନିବନ୍ଧକ ସୁକାନ୍ତ କୁମାର ପାଢ଼ୀ, ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଖରିଫ୍ ଋତୁ ଗଂଜାମ ଜିଲ୍ଲା ଧାନ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.