Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଶ୍ରୀ ରଙ୍କନାଥ ଦେବଙ୍କ ପୀଠରେ ଦେବ ଦୀପାବଳୀ ଉଦଯାପିତ
ଆଞ୍ଚଳିକ

ବାଣପୁର ଶ୍ରୀ ରଙ୍କନାଥ ଦେବଙ୍କ ପୀଠରେ ଦେବ ଦୀପାବଳୀ ଉଦଯାପିତ

December 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁରର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀ ରଙ୍କନାଥଙ୍କର ମାନବୀୟ ଲୀଳାର ଅନ୍ୟତମ ପ୍ରତୀକ ଦେବ ଦୀପାବଳୀ ଉତ୍ସବ ତିନିଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି। ମାର୍ଗଶୀର ମାସ କୃଷ୍ଣ ଚତୁର୍ଦ୍ଦଶୀ ଅମାବାସ୍ୟା ଶୁକ୍ଳପକ୍ଷ ପ୍ରତିପଦା ଠାରୁ ତିନିଦିନ ବ୍ୟାପୀ ପ୍ରତ୍ୟହ ଶ୍ରୀଜୀଉ ମାନଙ୍କ ସନ୍ଧ୍ୟା ଧୂପପରେ ଶ୍ରାଦ୍ଧ ବେଶ କରାଯାଇ ସିଂହାସନ ତଳେ ଚାଉଳରେ କଦଳୀଗଛ କରି ଜୀଉ ମାନଙ୍କ ପିତୃପୁରୁଷ ନାମରେ ଘିଅ ଦୀପ ସ୍ଥାପନ ସହିତ ପିଣ୍ଡ ବଢାଯାଇଥିଲା।

ପ୍ରଥମ ଦିନରେ ସତ୍ୟ ଯୁଗର କାଶ୍ୟପ ଅଦ୍ୱିତୀଙ୍କ ନାମରେ, ଦ୍ୱିତୀୟ ଦିନରେ ତ୍ରେତୟା ଯୁଗର ଦଶରଥ ଓ କୌଶଲ୍ୟାଙ୍କ ନାମରେ, ଏବଂ ତୃତୀୟ ଦିନରେ ଦ୍ୱାପର ଯୁଗର ବସୁଦେବ ଦେବକୀ, ନନ୍ଦ ଯଶୋଦା ଓ ଇନ୍ଦ୍ରଦ୍ୟୁମ୍ନ ଗୁଣ୍ଡିଚାଙ୍କ ପରି ପିତୃପୁରୁଷଙ୍କ ନାମରେ ପିଣ୍ଡଦାନ କରାଯାଇ ୨୮ ଟି ଦୀପ ପ୍ରଜ୍ବଳନ କରାଯାଇଥିଲା। ଜୀଉ ମାନେ ଶୁଭ୍ରବସ୍ତ୍ର ପରିଧାନ ପୂର୍ବକ ପିଣ୍ଡଦାନ କରି ପିତୃପୁରୁଷଙ୍କୁ ସ୍ମରଣ କରିଥିଲେ। ପରେ ପରେ ପ୍ରାଚୀନ ବଙ୍କାଡ଼ ଗଡ଼ ରାଜବଂଶ ଅଧୁନା ପରିକୁଦ ରାଜପରିବାରର ରାଜା ତଥା ମନ୍ଦିର ପରିଚାଳନା କମିଟିର ସଭାପତି ସନ୍ତୋଷ କୁମାର ମାନସିଂହ ମର୍ଦ୍ଦରାଜ ହରିଶ୍ଚନ୍ଦ୍ର ଭ୍ରମରବର ରାୟଙ୍କ ମଙ୍ଗଳ କାମନା ପୁର୍ବକଦୀପ ଚଢାଯାଇ ଥିଲା। ତତସହିତ ବାଣପୁର ତଥା ସଂସାରର ମଙ୍ଗଳପାଇଁ ସାମୁହିକ ପ୍ରାଥନା ମଧ୍ୟ ହୋଇଥିଲା। ସଭାପତି ଦାଶରଥି ସାହୁ, ସମ୍ପାଦକ ଦେବରାଜ ପାଣି ଏବଂ ସଭ୍ୟ ବାଳମୁକୁନ୍ଦ ଦାସ ଏହାକୁ ପରିଚାଳନା କରିଥିଲେ।

ଉଦଯାପିତ ଦେବ ଦୀପାବଳୀ ବାଣପୁର ଶ୍ରୀ ରଙ୍କନାଥ ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

ଶେଗାଓଁରେ ଜାତୀୟ ଆରୋଗ୍ୟ ମେଳା-୨୦୨୬ର ଉଦଘାଟନ କଲେ ରାଷ୍ଟ୍ରପତି

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.