Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ଚିଲିକା ନିର୍ବାଚନମଣ୍ଡଳୀରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ଚିଲିକା ନିର୍ବାଚନମଣ୍ଡଳୀରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

December 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଭାରତୀୟ ଜନତା ପାର୍ଟି ଓଡିଶା ପ୍ରଦେଶ ପ୍ରଶିକ୍ଷଣ ବିଭାଗ ତରଫରୁ ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ପୃଥକ ପୃଥକ ଭାବେ ଦୁଇ ଗୋଟି ମଣ୍ଡଳ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ଡ଼. ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ବାଣପୁର ଏନ.ଏ.ସି ଏବଂ ଚିଲିକା ବ୍ଲକ ନିମାଇଁମଲ୍ଲ ଗାଁରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ପ୍ରଶିକ୍ଷଣ ଶିବିରରେ ଡ଼. ପାତ୍ର ସମସ୍ତ କର୍ମୀଙ୍କୁ ଏକତା, ଏକାଗ୍ରତା ଓ ଏକାତ୍ମ ଭାବ ସହକାରେ କିପରି ଦଳକୁ ସୁଦୃଢ଼ କରାଯାଇପାରିବ ଓ ସମସ୍ତେ କିପରି ନିଜର ଦକ୍ଷତା ପ୍ରତିପାଦନ କରିପାରିବେ ତାହା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଇବା ସହ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ମୂଳଲକ୍ଷ୍ୟ ବୋଲି ସମସ୍ତଙ୍କୁ ସୂଚିତ କରାଇଥିଲେ।

ଏହି ଶିବିରରେ ରାଜ୍ୟ ବିଜେପି ସାଧରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ସମସ୍ତ କର୍ମୀ ମାନଙ୍କୁ ଆଗାମୀ ଦିନରେ ଦଳକୁ ମଜଭୁତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିଭିନ୍ନ ଜନମଙ୍ଗଳକାରି ଯୋଜନା ଗୁଡିକର ଲାଭ କିପରି ସାଧାରଣ ଜନତା ଉଠାଇପାରିବେ ତାହା ଉପରେ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ଅତିଥି ଭାବେ ଉକ୍ତ ଶିବିରରେ ବିଜେପି ରାଜ୍ୟ ସମ୍ପାଦିକା ପିଙ୍କି ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ଜିଲ୍ଲା ସମ୍ପାଦକ ବିଦୁ୍ତ୍ କୁମାର କାଣ୍ଡି, ଜିଲ୍ଲା ଉପସଭାପତି ବିଜୟ ବିଶ୍ଵାଳ, ବାଣପୁର ନଗର ମଣ୍ଡଳ ପରାମର୍ଶଦାତା ଭାସ୍କର ନାୟକ, ସଭାପତି ଭଗବାନ ପ୍ରଧାନ, ସମ୍ପାଦକ ସୁକାନ୍ତ ସାହୁ, ଚିରଞ୍ଜିବି ପରିଡ଼ା, ନନ୍ଦକିଶୋର ମିଶ୍ର, ନଗର ଯୁବମୋର୍ଚ୍ଚା ସଭାପତି ରାଜକିଶୋର ସାହୁ ଆଦି ଉପସ୍ଥିତ ରହିବା ସହ ଶତାଧିକ ପୁରୁଷ ଓ ମହିଳା କର୍ମୀମାନେ ପ୍ରଶିକ୍ଷଣ ଶିବିରରେ ଭାଗନେଇଥିଲେ।

ଚିଲିକା ଡ଼. ସମ୍ବିତ ପାତ୍ର ପ୍ରଶିକ୍ଷଣ ଶିବିର ଭାରତୀୟ ଜନତା ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.