Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ରାଜ୍ୟ ସରକାର ବିରୋଧରେ ପ୍ରତିବାଦ: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା ଦେଲା ବିଜେପି
ଆଞ୍ଚଳିକ

ଚିଲିକାରେ ରାଜ୍ୟ ସରକାର ବିରୋଧରେ ପ୍ରତିବାଦ: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା ଦେଲା ବିଜେପି

December 29, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ହଡପ ଓ ଚଞ୍ଚକତା କରି କେନ୍ଦ୍ର ସରକାରଙ୍କ ନାମକୁ ଲୁଚାଇ ବିଜୁ ପକ୍କା ଘର ଯୋଜନା ନାମରେ ଷ୍ଟିକର ଲଗାଇ ଜନସାଧାରଣଙ୍କୁ ବିଭ୍ରାଟ କରୁଥିବା ପ୍ରତିବାଦରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଏତଲା ଦେଇଛି ଚିଲିକା ବିଜେପି।

ଏହି ପ୍ରରିପ୍ରେକ୍ଷୀରେ ଆଜି ଚିଲିକା ବିଜେପି ବିଧାୟକ ପ୍ରାର୍ଥୀ ତଥା ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ନେତୃତ୍ବରେ ଚିଲିକା ନିର୍ବାଚନ ମଣ୍ଡଳୀର ଦୁଇଟି ବ୍ଲକରେ ପ୍ରତିବାଦ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ଚିରାଯାଇଛି। ରାଜ୍ୟ ସରକାର ଏହି କେନ୍ଦ୍ରୀୟ ଯୋଜନାକୁ ହଡପ କରିବା ପାଇଁ ରୀତିମତ ଯୋଜନା କରୁଥିବା ସମ୍ପର୍କରେ ଲିଖିତ ଅଭିଯୋଗ କରାଯାଇଛି। ଏହା ସହିତ ବାଣପୁର ଥାନାରେ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଆଇପିସି ୪୨୦ ଦଫା ଅନୁଯାୟୀ ମୁକଦମା ରୁଜ୍ଜୁ କରାଯାଇଛି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରସ୍ତୁତ ଘରେ ଲାଗୁଥିବା ଫଳକରେ ଖୁବ୍‍ ଛୋଟ ଅକ୍ଷରରେ ପ୍ର.ଆ.ଯୋ ଲେଖିଥିଲା ବେଳେ ଚଞ୍ଚକତା କରି ବିଜୁବାବୁଙ୍କ ଫଟୋ ଲୋଗୋ ସହ ବଡବଡ ଅକ୍ଷରରେ ବିଜୁ ପକ୍କାଘର ଯୋଜନା ଲେଖି ନିର୍ମିତ ଗୃହରେ ଷ୍ଟିକର ମାରୁଥିବା ଅଭିଯୋଗ କରିଛନ୍ତି ଶ୍ରୀ ହରିଚନ୍ଦନ। ଚଞ୍ଚକତା କରି ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନାକୁ ରାଜ୍ୟ ଯୋଜନା ବୋଲି ପ୍ରଚାର କରିବା ସହ ରାଜ୍ୟବାସୀଙ୍କୁ ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଥିବା ଏକ ଚିଠି ବାଣ୍ଟୁଛନ୍ତି। ଯେଉଁଥିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବୋଲି ନକରି ସବୁ ପକ୍କାଘର ତାଙ୍କ ସରକାର ଯୋଗାଇ ଦେଇଥିବା ଏକ ମିଥ୍ୟା ବାର୍ତ୍ତା ଦେଇ ରାଜ୍ୟବାସୀଙ୍କୁ ପ୍ରଦାନ କରୁଛନ୍ତି ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି।

ଏହି ପ୍ରତିବାଦ ରାଲିରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ବିଜେପି ସମ୍ପାଦକ ବିଦ୍ୟୁତ କୁମାର କାଣ୍ଡି, ଜିଲ୍ଲା ଉପସଭାପତି ବିଜୟ ବିଶ୍ଵାଳ, ଜିଲ୍ଲା ପରିଷଦ ସଭ୍ୟ ସର୍ବେଶ୍ୱର ପ୍ରଧାନ, ମଣ୍ଡଳ ସଭାପତି କୈଳାଶ ବରାଳ, ସୌମ୍ୟରଂଜନ ସାମନ୍ତରାୟ, ଜିତେନ୍ଦ୍ର ଭୋଳ, ଦିଲ୍ଲୀପ ମହାନ୍ତି, ବିଭିନ୍ନ ପଞ୍ଚାୟତ ସରପଞ୍ଚ ରମେଶ ପ୍ରଧାନ, ଦୀପକ ପ୍ରଧାନ, ଅଜୟ ମାର୍ଥା, ଇନ୍ଦୁ ଜାଲି, ସୁଜାତା ବିଶ୍ୱାଳ, ଲକ୍ଷ୍ମୀ ସେଠି, କଳ୍ପନା ଦୈରିଗଞ୍ଜନ ଏବଂ ଦଳର ବହୁ ବରିଷ୍ଠ ନେତା ଓ କର୍ମୀମାନେ ଉକ୍ତ ଦୁଇ ବ୍ଲକ ଆନ୍ଦୋଳନରେ ଯୋଗ ଦେଇଥିଲେ।

ଚିଲିକା ପ୍ରତିବାଦ ବିଜେପି ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.