Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସ୍ୱାଧୀନତା ସଂଗ୍ରାମୀ ରବିନ୍ଦ୍ର ନାଥ ରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମନ୍ତ୍ରୀ ଅଶୋକ ପଣ୍ଡା
ଆଞ୍ଚଳିକ

ସ୍ୱାଧୀନତା ସଂଗ୍ରାମୀ ରବିନ୍ଦ୍ର ନାଥ ରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମନ୍ତ୍ରୀ ଅଶୋକ ପଣ୍ଡା

January 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ସ୍ୱର୍ଗତ ରବିନ୍ଦ୍ରନାଥ ରାୟଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ତାଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଓଡିଶାର ବିଜ୍ଞାନ, କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଯୋଗଦେଇ ରବିନ୍ଦ୍ରନାଥ ରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଶ୍ରୀ ପଣ୍ଡା ନିଜର ବକ୍ତବ୍ୟରେ ରାଜ୍ୟ ସରକାର ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ଶତବାର୍ଷିକୀ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୌଭାଗ୍ୟର କଥା ସ୍ୱାଧୀନତା ସଂଗ୍ରାମୀ ରବିନ୍ଦ୍ରନାଥ ରାୟଙ୍କ ଏଇବର୍ଷ ଜନ୍ମ ଶତବାର୍ଷିକୀ ପାଳନ ହେଉଛି। ସ୍ୱର୍ଗତ ରବିନ୍ଦ୍ରନାଥ ରାୟ ବହୁବାର ଇଂରେଜଙ୍କ ବିରୁଦ୍ଧରେ ସଂଗ୍ରାମ କରି ଜେଲ୍ ଯିବା ସହିତ ସେ ପୂର୍ବତନ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସମ୍ମାନିତ ହୋଇଛନ୍ତି। ଯୁବପିଢିଙ୍କୁ ତାଙ୍କର ବାର୍ତ୍ତା ଥିଲା “ଦେଶ ତୁମର ତୁମେହିଁ ଦେଶକୁ ରକ୍ଷାକର” ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ଭାରତକୁ ଅଖଣ୍ଡ ରଖିବା।

ଏହି ଉତ୍ସବରେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ରବିନ୍ଦ୍ରନାଥ ରାୟ ତାଙ୍କ ପିଲାଦିନରୁ ଦୃଢ ମାନସିକତା ନେଇ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିଲେ। ଦେଶ ମାତୃକାର ରକ୍ଷା ପାଇଁ ନିଜକୁ ସମର୍ପଣ କରିଥିଲେ। ଯୁବପିଢିଙ୍କୁ ସବୁବେଳେ ଶୃଙ୍ଖଳିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଉଥିଲେ। ଗାଁ ପରିବେଶ ଜିଲ୍ଲା ଦେଶ ଓ ଜାତିକୁ ଆଗେଇ ନେବା ପାଇଁ ତାଙ୍କର ଯେଉଁ ସଙ୍କଳ୍ପ ଥିଲା ଯଦି ଆଜିର ଯୁବପିଢି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଗକୁ ବଢିବେ ତାହାଲେ ସେଇହେବ ମହାନ୍ ଆତ୍ମା ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

ଏହି ଦିବସରେ ସମ୍ମାନିତ ଅତିଥି ଭାବେ ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମୁଦୁଲି ଯୋଗଦେଇ କହିଲେ ଯେତେବେଳେ ବ୍ରିଟିଶ୍ ପୋଲିସର ନାଁ ଶୁଣିଲେ ଭୟରେ ତାଟି କବାଟ ପଡିଯାଉଥିଲା, ସେତେବେଳେ ରାୟଙ୍କ ଭଳି ସ୍ୱାଧୀନତା ସଂଗ୍ରାମୀ ମାନେ ସଂଗ୍ରାମ ଜାରି ରଖିଥିଲେ। ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର ଗୁରୁ କଲ୍ୟାଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଦେବୀ ଚୌଧୁରୀ, ରବିନ୍ଦ୍ରନାଥ ରାୟଙ୍କ ପୁତ୍ର ଅଶୋକ କୁମାର ରାୟ ସ୍ୱାଧୀନତା ସଂଗ୍ରାମୀ ଜୀବନାଦର୍ଶ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

ଉତ୍ସବରେ ମୁଖ୍ୟଅତିଥି ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ଦାୟାଦ ଓ ସମାଜସେବୀ ଦେବୀ ଚୌଧୁରୀ, ପ୍ରମୋଦ କୁମାର ମଲ୍ଲିକ, ପ୍ରିୟନାଥ ରାୟ, ପ୍ରଦ୍ୟୁମ୍ନ କାନୁନଗୋ, କୈଳାଶ ଚନ୍ଦ୍ର ବେହେରା, ସମରେଶ ବେଉରା, ପ୍ରଦୀପ୍ତ କୁମାର ସ୍ବାଇଁଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ପ୍ରାରମ୍ଭରେ ଅତିଥିମାନେ ସ୍ୱାଧୀନତା ସଂଗ୍ରାମୀ ରବିନ୍ଦ୍ର ନାଥ ରାୟଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରି ମହାତ୍ମାଗାନ୍ଧୀ, ବିଜୁ ପଟ୍ଟନାୟକ ଓ ରବିନ୍ଦ୍ର ନାଥ ରାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ରବିନ୍ଦ୍ର କୁମାର ପଟ୍ଟନାୟକ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଦଧିବାମନଜୀୟୁ ସାଂସ୍କୃତିକ ସଂଗଠନର କଳାକାର ମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ। ଏହି ଉତ୍ସବରେ ସ୍ୱାଧୀନତା ସଂଗ୍ରାମୀଙ୍କର ପରିବାର, ଗ୍ରାମବାସୀ ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଅଶୋକ ପଣ୍ଡା ପ୍ରତିମୂର୍ତ୍ତି ଉନ୍ମୋଚନ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.