Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ‘ବଡ଼ ଖାନା’ କାର୍ଯ୍ୟକ୍ରମ ଉଦଘାଟିତ: ସଫେଇ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସଡ଼ିପିଓ
ଆଞ୍ଚଳିକ

ବାଲୁଗାଁରେ ‘ବଡ଼ ଖାନା’ କାର୍ଯ୍ୟକ୍ରମ ଉଦଘାଟିତ: ସଫେଇ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସଡ଼ିପିଓ

January 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଓଡିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରତି ସହରର ସଫେଇ କର୍ମଚାରୀମାନଙ୍କୁ ଉତ୍ସାହିତ ଏବଂ ସମ୍ମାନିତ କରିବା ଉଦ୍ଦେଶ୍ୟରେ ‘ବଡ଼ ଖାନା’ ନାମକ ଏକ କାର୍ଯ୍ୟକ୍ରମ ହାତକୁ ନିଆଯାଇଅଛି। ରାଜ୍ୟର ପ୍ରତ୍ୟେକ ୟୁ.ଏଲ.ବି ରେ ଏହି କାର୍ଯ୍ୟକ୍ରମ ପ୍ରତି ମାସରେ ଗୋଟାଏ ଥର ଆୟୋଜନ କରାଯିବ। ୟୁ.ଏଲ.ବି କର୍ତ୍ତୃପକ୍ଷଙ୍କ ଦ୍ଵାରା ପ୍ରତ୍ୟେକ ସଫେଇ କର୍ମଚାରୀମାନଙ୍କୁ ମାସରେ ଗୋଟିଏ ଦିନ ଭୋଜନ ପରିବେଷଣ କରାଯିବ। ଏହା ସହିତ ଜଣେ ଶ୍ରେଷ୍ଠ ସଫେଇ କର୍ମଚାରୀଙ୍କୁ ଚୟନ କରାଯାଇ ତାଙ୍କୁ ସମ୍ମାନିତ କରାଯିବ।

ଏହି ପରିପ୍ରେକ୍ଷୀରେ ପ୍ରଥମଥର ଭାବେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନ.ଏ.ସି ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଆଜି ମଧ୍ୟାହ୍ନରେ ଏନ.ଏ.ସି କାର୍ଯ୍ୟାଳୟ ପରିସରରେ ‘ବଡ଼ ଖାନା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବାଲୁଗାଁ ଏସ.ଡ଼ି.ପି.ଓ ମାନସ ରଞ୍ଜନ ବାରିକ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବାଲୁଗାଁ ଆଇ.ଆଇ.ସି ରମାକାନ୍ତ ମାହାଲିକ ଏବଂ ଏନ. ଏ. ସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଆକୃତି ଗୋଏଙ୍କା ଯୋଗଦେଇଥିଲେ।

ସମସ୍ତ ଅତିଥିମାନେ ପରିଷଦର ସମସ୍ତ ସଫେଇ କର୍ମଚାରୀମାନଙ୍କୁ ନିଜ ହାତରେ ଭୋଜନ ପରିବେଷଣ କରିଥିଲେ। ପରିଶେଷରେ ମୁଖ୍ୟ ଅତିଥି ବାଲୁଗାଁ ଏନ.ଏ.ସି ର ଜୁଲାଇ ମାସରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ବିଗତ ଛଅ ମାସର ଚୟନ ହୋଇଥିବା ଶ୍ରେଷ୍ଠ ଛଅ ଜଣ ସଫେଇ କର୍ମଚାରୀଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଏହି ସମୟରେ ଏନ.ଏ.ସି ର ସମସ୍ତ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମ ଅନ୍ତରେ ସମସ୍ତ ସଫେଇ କର୍ମଚାରୀମାନେ ବେଶ ଭାବବିହୋଳ ହୋଇପଡିଥିବା ଦେଖିବାକୁ ମିଳିଥିଲା। ଏବଂ ସମସ୍ତେ ଅତିଥିମାନଙ୍କୁ ବିଶେଷ କରି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କୃତଜ୍ଞତା ଜଣାଇଥିଲେ। ତେବେ ପ୍ରତି ମାସରେ ସଫେଇ କର୍ମଚାରୀମାନଙ୍କ ମନୋବଳ ବଢାଇବା ପାଇଁ ଏନ.ଏ.ସି ତରଫରୁ ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ବାଲୁଗାଁ ଏନ. ଏ. ସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଆକୃତି ଗୋଏଙ୍କା ସୂଚନା ଦେଇଛନ୍ତି।

ଉଦଘାଟିତ ଓଡିଶା ସରକାର ଗୃହ ଏବଂ ନଗର ଉନ୍ନୟନ ବିଭାଗ ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ତିନି ବର୍ଷ ପୂରଣ କଲା ଓଡ଼ିଶା ସରକାରଙ୍କ ‘ଆମ କଳିକା’ କାର୍ଯ୍ୟକ୍ରମ

May 31, 2026

ଓଡ଼ିଶା ସରକାର ଏବଂ ଇଣ୍ଟେଲ୍ ଓ ୩ଡିଜିଏସ୍ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଚଳିତ ଆଇପିଏଲରେ କିଏ ରହିଲେ ଦମଦାର ଆଉ କିଏ ହେଲେ ଫ୍ଲପ?

June 2, 2026

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.