Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ନିର୍ବାଚନମଣ୍ଡଳୀରେ ୨୮୩ ଜଣ ଆଗଧାଡିର କୋଭିଡ ଯୋଦ୍ଧା ନେଲେ କରୋନା ଟିକା
ଆଞ୍ଚଳିକ

ଚିଲିକା ନିର୍ବାଚନମଣ୍ଡଳୀରେ ୨୮୩ ଜଣ ଆଗଧାଡିର କୋଭିଡ ଯୋଦ୍ଧା ନେଲେ କରୋନା ଟିକା

February 6, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: କରୋନା କାଳରେ ନିଜ ଜୀବନକୁ ପାଣି ଛଡାଇ ଜନସାଧାରଣଙ୍କ ସେବାରେ ନିୟୋଜିତ ହୋଇଥିବା ଆଗଧାଡିର କୋଭିଡ ଯୋଦ୍ଧାମାନଙ୍କୁ ଆଜି ସାରା ରାଜ୍ୟରେ  କରୋନା ଟିକା ପ୍ରଦାନ କରାଯାଉଛି। ପ୍ରଥମ ପର୍ଯାୟରେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଏହି ଟିକାକରଣରେ ସାମିଲ କରାଯାଇଥିବାବେଳେ ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଅନ୍ୟାନ୍ୟ ଆଗଧାଡିର କୋଭିଡ ଯୋଦ୍ଧାମାନେ କରୋନା ଟିକା ନେଉଛନ୍ତି।

ଏହି  ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା  ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ଉକ୍ତ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଅଛି। ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ସୌମ୍ୟକାନ୍ତ ଦାସ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧନରେ ଚିଲିକା ବ୍ଲକ କାର୍ଯ୍ୟାଳୟ ପରିସରରେ ଟିକାକାରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପ୍ରଥମେ ଚିଲିକା ବ୍ଲକ କାର୍ଯ୍ୟାଳୟ ସୁରକ୍ଷାକର୍ମୀ ପବିତ୍ର କୁମାର ପ୍ରଧାନ ଟିକା ନେବା ପରେ ଅନ୍ୟ ଅଧିକାରୀମାନେ ଯଥା ଚିଲିକା ବିଡ଼ିଓ,ଏବିଡ଼ିଓ, ତହସିଲଦାର, ବ୍ଲକ କର୍ମଚାରୀ, ତହସିଲ କର୍ମଚାରୀ, ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ଆଦି କୋଭିଡ଼ ଟିକା ନେଇଥିଲେ।

ତେବେ ଚିଲିକାରେ ଆଜି ସମୁଦାୟ ୧୦୮ଜଣ କରୋନା ଯୋଦ୍ଧା ଟିକା ନେଇଛନ୍ତି ଏବଂ ଆସନ୍ତା ସପ୍ତାହରେ ବାଲୁଗାଁ ଏନ.ଏ.ସି, ବାଲୁଗାଁ ପୋଲିସ, ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସମେତ ବିଭିନ୍ନ ବିଭାଗର ରହିଯାଇଥିବା ଅବଶିଷ୍ଟ କୋଭିଡ ଯୋଦ୍ଧାମାନଙ୍କୁ ଟିକା ପ୍ରଦାନ କରାଯିବ ବୋଲି ଡ. ପଟ୍ଟନାୟକ ସୂଚନା ଦେଇଛନ୍ତି।

ଅନୁରୂପ ଭାବେ ଆଜି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା. ଧୂର୍ଜଟି ପ୍ରସାଦ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଣପୁରର ନେହେରୁ ସେବା ସଂଘ ସମେତ ଗମ୍ଭାରୀମୁଣ୍ଡା ଏବଂ ନୀଳାଦ୍ରିପ୍ରସାଦରେ ଏକାକାଳୀନ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଣପୁର ତହସିଲଦାର ମନ୍ମଥ କୁମାର ବେହେରା ଟିକା ନେବା ପରେ ଅନ୍ୟ ଅଧିକାରୀମାନେ ଯଥା ବାଣପୁର ଏବିଡ଼ିଓ, ଅଗ୍ନିଶମ ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ, ଏନ.ଏ.ସି କର୍ମଚାରୀ, ବ୍ଲକ କର୍ମଚାରୀ, ତହସିଲ କର୍ମଚାରୀ, ପୋଲିସ ଗୃହରକ୍ଷୀମାନେ  ଏବଂ  ଅଗ୍ନିଶମ ବିଭାଗର କର୍ମଚାରୀମାନେ କୋଭିଡ ଟିକା ଗ୍ରହଣ କରିଥିଲେ।

ତେବେ ବାଣପୁରରେ ୯୭ ଜଣ, ଗମ୍ଭାରୀମୁଣ୍ଡାରେ ୭0 ଜଣ, ନୀଳାଦ୍ରିପ୍ରସାଦ ରେ ୧୦ ଜଣ ଏଭଳି ସମୁଦାୟ ୧୭୭  ଜଣ କରୋନା ଯୋଦ୍ଧାମାନେ ଆଜି ଟିକା ନେଇଛନ୍ତି ଏବଂ ଆସନ୍ତା ସପ୍ତାହରେ ବିଭିନ୍ନ ବିଭାଗର  ରହିଯାଇଥିବା ଅବଶିଷ୍ଟ କୋଭିଡ ଯୋଦ୍ଧାମାନଙ୍କୁ ଟିକା ପ୍ରଦାନ କରାଯିବ ବୋଲି ଡ଼ା ମହାପାତ୍ର ସୂଚନା ଦେଇଛନ୍ତି।

କରୋନା ଟିକା କୋଭିଡ ଯୋଦ୍ଧା ଚିଲିକା ନିର୍ବାଚନମଣ୍ଡଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

ସମ୍ ଅଲ୍‌ଟିମେଟ୍ ର ଡାକ୍ତର ବାନାମ୍ବର ରାୟଙ୍କୁ ‘ଅନରିଙ୍ଗ ଆୱାର ଗୁରୁ’ ସମ୍ମାନ

August 18, 2026

ବର୍ଷା ରୁତୁ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 17, 2026
Latest News

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.