Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଙ୍କନାଥଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା
ଆଞ୍ଚଳିକ

ରଙ୍କନାଥଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା

March 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଆଜି ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। କରୋନା କଟକଣା ଅନୁପାଳନ କରି କମିଟିର ସଦସ୍ୟ ଏବଂ ସ୍ଥାନୀୟ ଶ୍ରଦ୍ଧାଳୁମାନେ ପୂର୍ବାହ୍ନରେ ବଜାର ସାହି ସ୍ଥିତ ରଙ୍କନାଥ ମନ୍ଦିର ପରିସରରୁ ଏକ ବିରାଟ ଶୋଭାଯାତ୍ରାରେ କଳସ ନେଇ ବଜାର ପରିକ୍ରମା କରି ସ୍ଥାନୀୟ ଦକ୍ଷପ୍ରଜାପତି ମନ୍ଦିରଠାରେ ପହଞ୍ଚିଥିଲେ।

ମନ୍ଦିର ପୁଷ୍କରିଣୀରେ ପୂଜାର୍ଚ୍ଚନା କରି ସମସ୍ତ ଶ୍ରଦ୍ଧାଳୁମାନେ କଳସରେ ଜଳ ନେଇ ପୁନଶ୍ଚ ରଙ୍କନାଥ ମନ୍ଦିରରେ ପହଞ୍ଚିଥିଲେ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଜିଠାରୁ ତିନି ଦିନ ଧରି ପ୍ରତ୍ୟେହ ସଂଧ୍ୟାରେ ଶ୍ରୀହରି କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ।

ଉକ୍ତ ପ୍ରବଚନରେ ପ୍ରବକ୍ତା ଭାବେ ଯୋଗଦେବେ ରବି ନାରାୟଣ ପଣ୍ଡା। ଅନୁରୂପ ଭାବେ ମହାଶିବରାତ୍ରି(ଗୁରବାର) ଦିନ ସଂଧ୍ୟାରେ ୧୦୮ ଥର ସାମୁହିକ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ କମିଟି ପକ୍ଷରୁ ଆୟୋଜନ କରାଯାଇଅଛି।

ଉକ୍ତ କାର୍ଯ୍ୟକ୍ରମଟି ହରିପୁର ମଠ ମହନ୍ତ ରାମମୋହନ ଦାସଜି ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପରିଚାଳିତ ହେବ।

ସୂଚନା ଥାଉକି ବାଣପୁର ବଜାର ସାହି ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ଦୀର୍ଘ ୧୪ ବର୍ଷ ହେଲା ଏହି କାର୍ଯ୍ୟକ୍ରମ ଶୃଙ୍ଖଳାର ସହ କରିଆସୁଅଛି।

କଳସ ଶୋଭାଯାତ୍ରା ବାଣପୁର ଶ୍ରୀ ଶ୍ରୀ ରଙ୍କନାଥ ଦେବ ହନୁମାନ ଚାଳିଶା ଯଜ୍ଞ କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ NSS ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

September 8, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.