Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଚାନକ ବାଣପୁର ଗସ୍ତ: କଲେ କୋଭିଡ଼ ସମୀକ୍ଷା
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଚାନକ ବାଣପୁର ଗସ୍ତ: କଲେ କୋଭିଡ଼ ସମୀକ୍ଷା

April 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଅଚାନକ ଭାବେ ବାଣପୁର ଗସ୍ତ କରିଥିଲେ। ଜିଲ୍ଲାପାଳ ସ୍ୱଳ୍ପ ସମୟ ରହଣି ମଧ୍ୟରେ ବାଣପୁରର ବିଭିନ୍ନ ପ୍ରଶାସନିକ ବିଭାଗଗୁଡିକ ପରିଦର୍ଶନ କରିଥିଲେ। ପ୍ରଥମେ ଜିଲ୍ଲାପାଳ ସବ ଜେଲ ଗସ୍ତ କରି  କୋଭିଡ ଗାଇଡଲାଇନ ଅନୁଧ୍ୟାନ କରିବା ସହ କଏଦୀ ମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।

ଏହାପରେ ଜିଲ୍ଲାପାଳ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାରେ ନୂଆକରି ମେଡିକାଲ ପ୍ରଶାସନ ପକ୍ଷରୁ ନିର୍ମିତ ହୋଇଥିବା ଅଂଶୁଘାତ ପ୍ରକୋଷ୍ଠ କେନ୍ଦ୍ରକୁ ବୁଲି ଦେଖିବା ସହ ଏହାର ବ୍ୟବସ୍ଥା ଉପରେ ସନ୍ତୋଷ ପ୍ରକଟ କରିଥିଲେ। ମେଡିକାଲରେ ନିରାମୟ ଯୋଜନା ଅନ୍ତର୍ଗତ ଔଷଧ ସବୁ ଠିକ ଭାବେ ରୋଗୀଙ୍କୁ ମିଳୁଛି କି ନାହିଁ ତଦାରଖ କରିବା ସହ କିଛି ରୋଗୀଙ୍କ ସହ ସିଧାସଳଖ ଭାବେ କଥା ହୋଇଥିଲେ ଜିଲ୍ଲାପାଳ।

ପରିଶେଷରେ ଜିଲ୍ଲପାଳ ବାଣପୁର ଏନଏସି କାର୍ଯ୍ୟାଳୟ ପରିଦର୍ଶନକୁ ଯାଇ ଏକ ଛୋଟ ବୈଠକର ଅଧ୍ୟକ୍ଷତା କରିଥିଲେ। ଉକ୍ତ ବୈଠକରେ ବାଣପୁର ଏନଏସି ଏବଂ ବାଣପୁର ବ୍ଲକରେ ଗୋଟାଏ ଲେଖାଏଁ ଟିଏମସି କେନ୍ଦ୍ର ଖୋଲିବାକୁ ଉଭୟ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ବାଣପୁରକୁ ଯେଉଁ ପ୍ରବାସୀମାନେ ଆସୁଛନ୍ତି ପୂର୍ବରୁ ସେମାନେ ନିଜ ଗୃହରେ ସଂଗରୋଧ ଭାବେ ରହୁଥୁବା ବେଳେ ବର୍ତ୍ତମାନ ଉକ୍ତ ଟିଏମସିରେ ସଙ୍ଗରୋଧରେ ରହିବେ। ତତ ସହିତ ପ୍ରବାସୀ ମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ସହ ସେମାନଙ୍କ ଗସ୍ତ ସୂଚୀର ସମସ୍ତ ତଥ୍ୟ ବିବରଣୀ ରଖିବାକୁ ଜିଲ୍ଲାପାଳ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ସେହିଭଳି ଭାବେ ବାଣପୁର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଏନ୍ଫୋର୍ସମେଣ୍ଟକୁ ଆହୁରି କଡ଼ାକଡ଼ି କରିବାକୁ ଜିଲ୍ଲାପାଳ ସ୍ଥାନୀୟ ଏବଂ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।  ଖାସକରି ରାତ୍ରିକାଳୀନ କର୍ଫ୍ୟୁକୁ କଡାକଡି କରିବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ ଦେଇଥିଲେ।

ତେବେ ବାଣପୁର ଥାନାରେ କର୍ମଚାରୀ ଅଭାବ ଥିବାରୁ ଏନ୍ଫୋର୍ସମେଣ୍ଟ କିପରି ଭାବେ କଡ଼ାକଡ଼ି ହେବ ବୋଲି ଆମ ପ୍ରତିନିଧି ଜିଲ୍ଲାପାଳଙ୍କୁ ପ୍ରଶ୍ନ ପଚାରିବାରୁ ସେ ଏବିଷୟରେ ଅବଗତ ଥିବା କହିବା ସହ ଏସପିଙ୍କ ସହ ମଧ୍ୟ ଏବାବଦରେ କଥା ହୋଇଥିବାର ସୂଚନା ଦେଇଛନ୍ତି। ସ୍ଥାନୀୟ ତହସିଲଦାର ଯେତେବେଳେ ଆବଶ୍ୟକ କରିବେ ସେତେବେଳେ ଏସପି ସଙ୍ଗେସଙ୍ଗେ ଅତରିକ୍ତ ଫୋର୍ସ ଯୋଗାଇଦେବେ ବୋଲି ଜିଲ୍ଲାପାଳ କହିଛନ୍ତି।

ଜିଲ୍ଲାପାଳଙ୍କ ଉକ୍ତ ଗସ୍ତ ସମୟରେ ବାଣପୁର ତହସିଲଦାର ମନ୍ମଥ ବେହେରା, ବ୍ଲକ ଅତିରିକ୍ତ ବିଡ଼ିଓ ସୀମାଦ୍ରୀ ପାତ୍ର, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ଧୂର୍ଜଟି ପ୍ରସାଦ ମହାପାତ୍ର, ସବଜେଲ ସୁପରିଟେଣ୍ଡେଣ୍ଟ କୋଶଳ ପଦ୍ମିନୀ ଦଳବେହେରା ଏବଂ ବାଣପୁର ପୋଲିସ ଏସଆଇ ବିଜୟ ମଲ୍ଲିକ ଓ ରାଜକିଶୋର ବେହେରା ପ୍ରମୁଖ ଉପସ୍ଥିତି ଥିଲେ।

ଏନ୍‌ଫୋର୍ସମେଣ୍ଟ କୋଭିଡ ସମୀକ୍ଷା ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସନତ କୁମାର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026
Latest News

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.