Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଜାଣନ୍ତୁ ଆଜିର କୋଭିଡ ଅପଡେଟ, ଏହି ସବୁ ଅଞ୍ଚଳ ହେଲା କଣ୍ଟେନମେଣ୍ଟ
ଆଞ୍ଚଳିକ

ଚିଲିକା: ଜାଣନ୍ତୁ ଆଜିର କୋଭିଡ ଅପଡେଟ, ଏହି ସବୁ ଅଞ୍ଚଳ ହେଲା କଣ୍ଟେନମେଣ୍ଟ

May 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨୨ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୮ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୯ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ଜଣେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୧ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୬୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୯ ଜଣ, ଚିଲିକା ବ୍ଲକରେ ୧୨୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

କରୋନା ସଂକ୍ରମଣକୁ ଦେଖି ଆଜି ତା ୨୩ ମଇରୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବାଣପୁର ବ୍ଲକର ଏକାଧିକ ଅଞ୍ଚଳକୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି।

ସେଗୁଡିକ ହେଲା: 

ଗାଲୁଆ ଗ୍ରାମପଞ୍ଚାୟତ ଭୀମପୁର ଗ୍ରାମର ଲକ୍ଷ୍ମୀଧର ସାହୁଙ୍କ ଘର ଠାରୁ ଭବାନୀ ଶଙ୍କର ସାହୁଙ୍କ ଘର ପର୍ଯ୍ୟନ୍ତ ଏବଂ ପ୍ରମୋଦିନୀ ବେହେରାଙ୍କ ଘର ଠାରୁ ଲୋକନାଥ ଦାସଙ୍କ ଘର ପର୍ଯ୍ୟନ୍ତ

ଦେଓଗାଁ ଗ୍ରାମ ପଞ୍ଚାୟତ ଘାସେଡିହ ଗ୍ରାମର ବସନ୍ତ ସାମନ୍ତରାୟଙ୍କ ଘର ଠାରୁ ହରିହର ସାହୁଙ୍କ ଘର ପର୍ଯ୍ୟନ୍ତ

ଆୟତପୁର ଗ୍ରାମ ପଞ୍ଚାୟତ ଆୟତ୍ତପୁର ଗ୍ରାମର ଗଦେଶ୍ୱର ମନ୍ଦିରଠାରୁ ଦୁର୍ଯ୍ୟୋଧନ ବେହେରାଙ୍କ ଘର ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର, ଗମ୍ଭାରୀମୁଣ୍ଡା, ସୁନାଖେଳା ଏବଂ ନୀଳାଦ୍ରିପ୍ରସାଦରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ୧୦୦ ଜଣଙ୍କୁ ପ୍ରଥମ ଡୋଜ ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଈରୀ ଏବଂ ଜରିପଡ଼ାରେ ୪୫ ବର୍ଷରୁ ଊର୍ଦ୍ଧ୍ଵ ୧୦୦ ଜଣଙ୍କୁ ପ୍ରଥମ ଡୋଜ ଦିଆଯିବ।

ଉଲ୍ଲେଖ ଯୋଗ୍ୟ ଯେ, ସାମ୍ଭାବ୍ୟ ବାତ୍ୟାକୁ ନେଇ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ଟୀକାକରଣ ବନ୍ଦ ରହିବ ବୋଲି ଘୋଷଣା ହୋଇଥିଲା। କିନ୍ତୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ବୈଠକ ପରେ ଆସନ୍ତାକାଲି ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ଟୀକାକରଣ ହେବ ବୋଲି ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ସ୍ଥିତି ଚିଲିକା ମାଇକ୍ରୋ କଣ୍ଟେନମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.