Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୁଇଟି ପଥର ବୋଝେଇ ଗାଡିକୁ ଜବତ କଲେ ବାଲୁଗାଁ ଏସଡିପିଓ: ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ
ଆଞ୍ଚଳିକ

ଦୁଇଟି ପଥର ବୋଝେଇ ଗାଡିକୁ ଜବତ କଲେ ବାଲୁଗାଁ ଏସଡିପିଓ: ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ

May 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ନିୟମ ଉଲ୍ଲଂଘନ ଅଭିଯୋଗରେ ଆଜି ଦୁଇଟି ପଥର ବୋଝେଇ ଗାଡିକୁ ଜବତ କରାଯାଇଛି। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଏହି ଦୁଇ ଗାଡିକୁ ଜବତ କରି ଟାଙ୍ଗୀ ତହସିଲକୁ ଜିମା ଦେଇଛନ୍ତି।

ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଜିଲ୍ଲାପାଳଙ୍କ ଗସ୍ତ ନିମନ୍ତେ କୁହୁଡି ଅଭିମୁଖେ ଯାଉଥିବାବେଳେ କୁହୁଡି ନିକଟରେ ଦୁଇଟି ପଥର ବୋଝଇ ହାଇୱାକୁ ଜବତ କରିଥିଲେ। ଗୋଟାଏ ଗାଡିର ୱାୟୀ ଫର୍ମ ନଥିବାବେଳେ ଅନ୍ୟ ଗାଡିଟି ଓଭରଲୋଡ଼ ସହ ବିପଦ ସଂକୁଳ ଅବସ୍ଥାରେ ବଡ ବଡ ପଥର ନେଇ ଯାଉଥିଲା। ଦୁଇ ଗୋଟି ଗାଡିକୁ ଟାଙ୍ଗୀ ତହସିଲ ଜିମ୍ମା ଦେଇଥିଲେ ଏସଡ଼ିପିଓ।

ତେବେ ଉଭୟ ଗାଡ଼ିରୁ ୧ ଲକ୍ଷ ୨୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବାର ସୂଚନା ଦେଇଛନ୍ତି ଟାଙ୍ଗୀ ଅତିରିକ୍ତ ତହସିଲଦାର ଶରତ କୁମାର ଦେହୁରୀ।

ସେହିପରି ଭାବେ ଆଜି ମଧ୍ୟାହ୍ନରେ ସଟ ଡ଼ାଉନ ନିୟମ ଉଲଂଘନ କରି ବାଲୁଗାଁ କଲେଜ ନିକଟରେ ଏକ ଚିଙ୍ଗୁଡ଼ି ଗୋଦାମ ଖୋଲା ଥିବାବେଳେ ସେଠାରେ ପ୍ରବଳ ଭିଡ ମଧ୍ୟ ହୋଇଥିଲା। ଏସଡ଼ିପିଓଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ ଉକ୍ତ ଗୋଦାମରେ ଚଢ଼ାଉ କରି ଦୋକାନିକୁ ଏନଏସିକୁ ଜିମ୍ମା ଦେଇଥିଲେ। ତେବେ ସମ୍ପୃକ୍ତ ଦୋକାନୀଠାରୁ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବାର ସୂଚନା ଦେଇଛନ୍ତି ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଆକୃତି ଗୋଏଙ୍କା।

ଚିଲିକା ନିୟମ ଉଲ୍ଲଂଘନ ବାଲୁଗାଁ ଏସଡ଼ିପିଓ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.