
ସୀତାରାମ ଅଗ୍ରୱାଲ
ଚିଲିକା: ନିୟମ ଉଲ୍ଲଂଘନ ଅଭିଯୋଗରେ ଆଜି ଦୁଇଟି ପଥର ବୋଝେଇ ଗାଡିକୁ ଜବତ କରାଯାଇଛି। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଏହି ଦୁଇ ଗାଡିକୁ ଜବତ କରି ଟାଙ୍ଗୀ ତହସିଲକୁ ଜିମା ଦେଇଛନ୍ତି।
ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଜିଲ୍ଲାପାଳଙ୍କ ଗସ୍ତ ନିମନ୍ତେ କୁହୁଡି ଅଭିମୁଖେ ଯାଉଥିବାବେଳେ କୁହୁଡି ନିକଟରେ ଦୁଇଟି ପଥର ବୋଝଇ ହାଇୱାକୁ ଜବତ କରିଥିଲେ। ଗୋଟାଏ ଗାଡିର ୱାୟୀ ଫର୍ମ ନଥିବାବେଳେ ଅନ୍ୟ ଗାଡିଟି ଓଭରଲୋଡ଼ ସହ ବିପଦ ସଂକୁଳ ଅବସ୍ଥାରେ ବଡ ବଡ ପଥର ନେଇ ଯାଉଥିଲା। ଦୁଇ ଗୋଟି ଗାଡିକୁ ଟାଙ୍ଗୀ ତହସିଲ ଜିମ୍ମା ଦେଇଥିଲେ ଏସଡ଼ିପିଓ।
ତେବେ ଉଭୟ ଗାଡ଼ିରୁ ୧ ଲକ୍ଷ ୨୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବାର ସୂଚନା ଦେଇଛନ୍ତି ଟାଙ୍ଗୀ ଅତିରିକ୍ତ ତହସିଲଦାର ଶରତ କୁମାର ଦେହୁରୀ।
ସେହିପରି ଭାବେ ଆଜି ମଧ୍ୟାହ୍ନରେ ସଟ ଡ଼ାଉନ ନିୟମ ଉଲଂଘନ କରି ବାଲୁଗାଁ କଲେଜ ନିକଟରେ ଏକ ଚିଙ୍ଗୁଡ଼ି ଗୋଦାମ ଖୋଲା ଥିବାବେଳେ ସେଠାରେ ପ୍ରବଳ ଭିଡ ମଧ୍ୟ ହୋଇଥିଲା। ଏସଡ଼ିପିଓଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ ଉକ୍ତ ଗୋଦାମରେ ଚଢ଼ାଉ କରି ଦୋକାନିକୁ ଏନଏସିକୁ ଜିମ୍ମା ଦେଇଥିଲେ। ତେବେ ସମ୍ପୃକ୍ତ ଦୋକାନୀଠାରୁ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବାର ସୂଚନା ଦେଇଛନ୍ତି ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଆକୃତି ଗୋଏଙ୍କା।