Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ କମିଲା ସଂକ୍ରମଣ: ଏକାଧିକ ଅଞ୍ଚଳ ହେଲା କଣ୍ଟେନମେଣ୍ଟ, ଆସନ୍ତାକାଲି ଦିଆଯିବ ଟୀକା
ଆଞ୍ଚଳିକ

ଚିଲିକାରେ କମିଲା ସଂକ୍ରମଣ: ଏକାଧିକ ଅଞ୍ଚଳ ହେଲା କଣ୍ଟେନମେଣ୍ଟ, ଆସନ୍ତାକାଲି ଦିଆଯିବ ଟୀକା

May 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସର୍ବନିମ୍ନ ସ୍ତରକୁ ପହଁଚିଛି। କିନ୍ତୁ ବାତ୍ୟା ଲାଗି ଦୁଇ ଦିନ ଟେଷ୍ଟିଙ୍ଗ ବନ୍ଦ ଥିବାରୁ ସଂକ୍ରମିତଙ୍କ ସଂଖ୍ୟାରେ କମ ଆସି ଥାଇପାରେ ବୋଲି କୁହାଯାଉଛି। ଆଜି କେବଳ ବାଣପୁର ବ୍ଲକରୁ ୬ ଜଣ ଆକ୍ରନ୍ତ ଚି଼ହ୍ନଟ ହୋଇଛନ୍ତି।

ସେହିପରି ଆଜି ୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୫୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୬ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୦୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ଏବଂ କୋଭିଡ ଟେଷ୍ଟିଙ୍ଗ ଚାଲୁ ରହିବ। ବାଣପୁର ମାଇନର ଉଚ୍ଚ ବିଦ୍ୟାଳୟରେ ୨୦୦ ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଇରୀ ଉପ ସ୍ୱାସ୍ଥକେନ୍ଦ୍ର ଏବଂ ଜରିପଡ଼ା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଲେଖାଏଁ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

ସେହିପରି ଭାବେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ଚିଲିକା ବ୍ଲକ ଅନ୍ତର୍ଗତ ବଡକୁଳ ପଞ୍ଚାୟତ ରାଉତରାପଲି ଗ୍ରାମର ବିଦେଶୀ ଶତୃଶଲ୍ୟଙ୍କ ଘର ଠାରୁ ସୁରେନ୍ଦ୍ର ପରିଡାଙ୍କ ଘର ପର୍ଯ୍ୟନ୍ତ ଅଞ୍ଚଳ (୭ପରିବାର), ଖଡ଼ିକାପଲ୍ଲି ଗ୍ରାମର ଦେବରାଜ ସାମନ୍ତରାୟଙ୍କ ଘର ଠାରୁ ଅଶୋକ ସାମନ୍ତରାୟଙ୍କ ଘର ପର୍ଯ୍ୟନ୍ତ ଅଞ୍ଚଳ (୪ପରିବାର) ଏବଂ ଜରିପଡା ପଞ୍ଚାୟତ ମାଟିଆପଡ଼ା (ତୋଟାପଡ଼ା) ଗ୍ରାମର ଆରଡ଼ି ରୋଡ଼ ଠାରୁ ବାଘ କୂଅ ପର୍ଯ୍ୟନ୍ତ ଅଞ୍ଚଳ (୫୬ ପରିବାର) କୁ ଆଜି ରାତ୍ର ୯ ଘଟିକାରୁ ଆସନ୍ତା ଜୁନ ୫ ତାରିଖ ରାତ୍ର ୯ ଘଟିକା ଯାଏଁ ସଂପୂର୍ଣ୍ଣ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି।

କଣ୍ଟେନମେଣ୍ଟ କମିଲା ସଂକ୍ରମଣ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ICC Test Ranking: ଇତିହାସ ରଚିଲା ବାଂଲାଦେଶ

August 23, 2026

ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ରୋହୁଲ୍ଲା ମେହେଦିଙ୍କୁ ଗିରଫ କଲା ପୋଲିସ

August 23, 2026

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ

August 23, 2026

ଉତ୍ତରପ୍ରଦେଶ ଏକ୍ସପ୍ରେସୱେରୁ ୧୫.୩୯ କୋଟି ମୂଲ୍ୟର ୧୦ କିଲୋ ସୁନା ଜବତ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.