ଆଜିର ଚିଲିକା କୋଭିଡ ଅପଡେଟ: ସଂକ୍ରମଣ ତୁଳନାରେ ବଢୁଛି ସୁସ୍ଥ ହାର, ଆସନ୍ତାକାଲି ବନ୍ଦ ରହିବ ଟୀକାକାରଣ

Published: May 29, 2021, 6:25 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ମଧ୍ୟ ସାମାନ୍ୟ ଅଛି। ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୬ ଜଣ ସୁସ୍ଥ ହୋଇଥିବା ବେଳେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୫ ଜଣ, ଚିଲିକା ବ୍ଲକରେ ୧୧୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଲାଗି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ଏବଂ କୋଭିଡ ଟେଷ୍ଟିଙ୍ଗ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

Related posts