Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା

May 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୮ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୨୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ନୀଳାଦ୍ରିପ୍ରସାଦ, ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ମୋଟ ୪୦୦ଟି ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିଭଳି ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଇରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଲେଖାଏଁ ମୋଟ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ଟୀକାକରଣ ବଢିଲା ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.