Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା

May 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୮ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୨୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ନୀଳାଦ୍ରିପ୍ରସାଦ, ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ମୋଟ ୪୦୦ଟି ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିଭଳି ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଇରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଲେଖାଏଁ ମୋଟ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ଟୀକାକରଣ ବଢିଲା ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026

ଚ଼ିଲିକାର ପୁନର୍ବିକାଶ ଓ ଉନ୍ନତିକରଣ ସମ୍ପର୍କରେ ବିସ୍ତୃତ ଆଲୋଚନା: ଡିପିଆର ପ୍ରସ୍ତୁତ କରିବାର ପ୍ରକ୍ରିୟା ଆରମ୍ଭ

January 3, 2026

୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା

December 31, 2025
Latest News

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

୨୫ ଟି ଫସଲର ୧୮୪ ଟି ଉନ୍ନତ କିସମକୁ ଉନ୍ମୋଚନ କଲେ କୃଷିମନ୍ତ୍ରୀ

January 5, 2026

ଆଜିଠାରୁ ରଣପୁର ମହୋତ୍ସବ

January 5, 2026

ଜାନୁୟାରୀ ୬ ତାରିଖ ମଙ୍ଗଳବାରରେ ୬ ଟି ରାଶି ପାଇଁ ରହିଛି ଧନ ବର୍ଷା, ଜାଣନ୍ତୁ ଆଜିର ରାଶିଫଳ

January 5, 2026

ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.