ଚିଲିକା କରୋନା ଅପଡେଟ: କମିଲା ସଂକ୍ରମଣ, ଆସନ୍ତାକଲି ଚାରୋଟି ସ୍ଥାନରେ ମିଳିବ ଟୀକା

Published: Jun 2, 2021, 7:33 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୯ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୪ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୧୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ଚିଲିକାରେ କେବଳ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୧୦୦ ଜଣ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀମାନେ ସୂଚନା ଦେଇଛନ୍ତି।

Related posts