ଚିଲିକା କରୋନା ଅପଡେଟ: ଆଜି ହ୍ରାସ ପାଇଛି ସଂକ୍ରମଣ, ଆସନ୍ତାକାଲି କେବଳ ବାଣପୁରରେ ଟୀକା

Published: Jun 3, 2021, 8:18 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ତଳମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୩ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୨ ଜଣ, ଚିଲିକା ବ୍ଲକରେ ୭୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ଆସନ୍ତାକାଲି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Related posts