Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ଆଜି ହ୍ରାସ ପାଇଛି ସଂକ୍ରମଣ, ଆସନ୍ତାକାଲି କେବଳ ବାଣପୁରରେ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ଆଜି ହ୍ରାସ ପାଇଛି ସଂକ୍ରମଣ, ଆସନ୍ତାକାଲି କେବଳ ବାଣପୁରରେ ଟୀକା

June 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ତଳମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୩ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୨ ଜଣ, ଚିଲିକା ବ୍ଲକରେ ୭୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ଆସନ୍ତାକାଲି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ବାଣପୁର ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026
Latest News

ଲାଞ୍ଚ ଅଭିଯୋଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ: କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମାର୍କେଟିଂ ଅଧିକାରୀ ନିଲମ୍ବିତ

September 22, 2026

ବିଶ୍ୱ ବଜାରରେ ଆସାମ ଚା’ର ପ୍ରସିଦ୍ଧି ଏବଂ ସଫଳ ଯାତ୍ରା ଅନୁଧ୍ୟାନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 22, 2026

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬

September 22, 2026

ପେଜାୱର ମଠର ଶ୍ରଦ୍ଧେୟ ସନ୍ଥ ବିଶ୍ୱପ୍ରସନ୍ନ ତୀର୍ଥ ସ୍ୱାମୀ ଜୀଙ୍କୁ ଭେଟିଲେ ଗୃହମନ୍ତ୍ରୀ

September 22, 2026

ଆଜି ସେପ୍ଟେମ୍ବର ୨୨ ତାରିଖରେ ନଅଟି ରାଶିର ବ୍ୟକ୍ତିଙ୍କ ଉପରେ ହେବ କୃପା ବୃଷ୍ଟି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.