Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ତଳ ମୁହାଁ ସଂକ୍ରମଣ, ବଢୁଛି ସୁସ୍ଥହାର, ଆସନ୍ତାକାଲି ଦିଆଯିବ ୭ଶହ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ତଳ ମୁହାଁ ସଂକ୍ରମଣ, ବଢୁଛି ସୁସ୍ଥହାର, ଆସନ୍ତାକାଲି ଦିଆଯିବ ୭ଶହ ଟୀକା

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଲଗାତାର ଭାବେ ନିମ୍ନଗାମୀ ହେଉଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୬ ଜଣ, ଚିଲିକା ବ୍ଲକରେ ୧୨ ଜଣ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୫ ଜଣ, ଚିଲିକା ବ୍ଲକରୁ ୧୨ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୨୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୪ ଜଣ, ଚିଲିକା ବ୍ଲକରେ ୬୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁନାଖେଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ଆସନ୍ତାକାଲି ୧୦୦ ଗୋଟି ଲେଖାଏଁ ୪୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିଭଳି ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଈରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୩୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଚିଲିକା ନିର୍ବାଚନମଣ୍ଡଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.