Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ବାଲୁଗାଁରେ ହେବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ବାଲୁଗାଁରେ ହେବ ଟୀକାକରଣ

June 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଲଗାତାର ଭାବେ ନିମ୍ନଗାମୀ ହେଉଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ଜଣେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩୬ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଲୁଗାଁରେ ଟୀକାକରଣ ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା ଟୀକାକରଣ ବାଲୁଗାଁ ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ବାଂଲାଦେଶ ଭଳି ସରକାର ବଦଳାଇବାକୁ ଚାଲିଛି ଷଡ଼ଯନ୍ତ୍ର : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 16, 2026

ୟେମେନର ରାଷ୍ଟ୍ରପତି ଭବନରେ ହୁତି ଆକ୍ରମଣ: ୫ ମୃତ ଓ ୧୬ ଆହତ

October 16, 2026

୭.୦ ତୀବ୍ରତାର ଭୂକମ୍ପରେ ଥରିଲା ରୁଷର କାମଚାଟ୍‌କା ଉପଦ୍ୱୀପ

October 16, 2026

ଦୀପାବଳି ପୂର୍ବରୁ ବୋନସ୍ ଘୋଷଣା କଲେ କେନ୍ଦ୍ର ସରକାର: ଜାଣନ୍ତୁ କାହାକୁ ମିଳିବ ଉପହାର?

October 16, 2026

CJI ଙ୍କ ଉପରେ ବୟାନକୁ ନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ: ସଞ୍ଜୟ ରାଉତଙ୍କଠାରୁ ମାଗିଲେ ସ୍ପଷ୍ଟୀକରଣ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.