ଚିଲିକା କରୋନା ଅପଡେଟ: ପୁଣି ଉପରମୁହାଁ ହେଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ମିଳିବ ଟୀକା

Published: Jun 10, 2021, 7:12 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୧୭ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୦ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୨ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୯୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୭ ଜଣ, ଚିଲିକା ବ୍ଲକରେ ୬୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁନାଖେଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ଆସନ୍ତାକାଲି ୧୦୦ ଗୋଟି ଲେଖାଏଁ ୪୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଈରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୩୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Related posts